ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା ପୋଲିସ । ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ପାଟପୁର ପୋଲିସ ରବିବାର ସକାଳେ ଶେରଗଡ ବସଷ୍ଟାଣ୍ଡରୁ ଉଦ୍ଧାର କରିଛି। ଶନିବାର ରାତିରେ ନାବାଳିକାଙ୍କ ବାପା ପାଟପୁର ଥାନାରେ ପହଞ୍ଚି ତାଙ୍କ ନାବାଳିକା ଝିଅଙ୍କ ନିଖୋଜ ନେଇ ଏତଲା ଦେଇଥିଲେ।

ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଥାନା ମାମଲା ନଂ.୭୮/୨୬ ଅନୁଯାୟୀ ମକଦ୍ଦମା ପଞ୍ଜୀକୃତ କରି ଥାନାର ବରିଷ୍ଠ ଏସ.ଆଇ ଶ୍ରୀନିବାସ ଦାସଙ୍କୁ ତଦନ୍ତଭାର ଦେଇଥିଲେ। ସ୍ଵତନ୍ତ୍ର ପୋଲିସ ସ୍କ୍ବାର୍ଡ ରାତିରେ ବିଭିନ୍ନ ଛକରେ ନାକାବନ୍ଦୀ କରି ରାସ୍ତାରେ ଚଳାଚଳ କରୁଥିବା ଗାଡ଼ି ମୋଟର ଖାନ ତଲାସି କରିଥିଲେ । ପରେ ବିଭିନ୍ନ ସନ୍ଦିଗ୍ଧ ଅଞ୍ଚଳରେ ଚଢାଉ କରିଥିଲେ ମଧ୍ୟ ନାବାଳିକାଙ୍କ ସନ୍ଧାନ ମିଳିନଥିଲା।

ରବିବାର ସକାଳେ ପୋଲିସ ପକ୍ଷରୁ ନିୟୋଜିତ ଜଣେ ଖବରିଙ୍କ ସୂଚନା ପ୍ରକାରେ ତଦନ୍ତକାରୀ ଅଧିକାରୀ ସଦଳବଳେ ଶେରଗଡ଼ ବସଷ୍ଟାଣ୍ଡରେ ପହଞ୍ଚି ନାବାଳିକାଙ୍କୁ ଉଦ୍ଧାର କରିଥିଲେ। ଥାନାରେ ଜଣେ ମହିଳା ପୋଲିସ ଅଧିକାରୀଙ୍କ ନିକଟରେ ନାବାଳିକାଙ୍କ ବୟାନ ଲିପିବଦ୍ଧ କରାଯାଇଛି। ପରେ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଡାକ୍ତରୀ ମାଇନା କରାଯିବା ପରେ ତାଙ୍କ ମାତାପିତାଙ୍କୁ ହସ୍ତାନ୍ତର କରାଯାଇଛି ।ସୋମବାର ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ନାବାଳିକାଙ୍କ ବୟାନ ରେକର୍ଡ ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ତଦନ୍ତକାରୀ ଅଧିକାରୀ କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri