୨୦ କେଜିର ଗଞ୍ଜେଇ ଜବତ କଲା ପାଟପୁର ପୋଲିସ, ନୂଆଦିଲ୍ଲୀର ଦୁଇ ଯୁବକ ଗିରଫ

ଦିଗପହଣ୍ଡି,୧୪|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ବସଷ୍ଟାଣ୍ଡ ନିକଟରୁ ବୁଧବାର ସକାଳେ ୨୦ କେଜି ୮ ଶହ ଗ୍ରାମ ଗଞ୍ଜେଇ ଜବତ ହୋଇଛି । ଏହାସହ ସେଣ୍ଟ୍ରାଲ ନୂଆଦିଲ୍ଲୀ ପଟେଲ ନଗରର ଦୁଇଜଣ ଅଣଓଡ଼ିଆ ଯୁବକଙ୍କୁ ପାଟପୁର ପୋଲିସ ଗିରଫ କରିଛି । ଗିରଫ ଯୁବକ ଦ୍ବୟ ହେଲେ ରିତେଶ ମାଲହୋତ୍ରା ଏବଂ ସବୀର କୁମାର ।

ପାଟପୁର ଥାନା ଏସ ଆଇ ଶ୍ରୀନିବାସ ଦାସ ଟିମ୍ ସହ ତପ୍ତପାଣି, ଟି.ଗୋବିନ୍ଦପୁର ପ୍ରଭୃତି ଇଲାକାରେ ପାଟ୍ରୋଲିଂ କରୁଥିବା ବେଳେ ଯୁବକ ଦ୍ୱୟ ପୋଡ଼ାମାରି ବସଷ୍ଟାଣ୍ଡ ନିକଟରେ ସନ୍ଦେହଜନକ ଭାବେ ଠିଆ ହୋଇଥିଲେ ।ପୋଲିସ ଉଭୟଙ୍କୁ ପଚରାଉଚରା କରିବା ସମୟରେ ସେମାନେ ବ୍ରହ୍ମପୁର ଯିବାପାଇଁ ବସକୁ ଅପେକ୍ଷା କରିଥିବା କହିଥିଲେ। ଉଭୟଙ୍କ କଥାବାର୍ତ୍ତାରେ ତାଳମେଳ ନରହିବାରୁ ସେମାନେ ଧରିଥିବା ଏୟାର ବ୍ୟାଗକୁ ପୋଲିସ କର୍ମଚାରୀମାନେ ତଲାସି କରିବାରୁ ସେଥିରେ ଗଞ୍ଜେଇ ଥିବା ଜଣାପଡିଥିଲା।

ଉଭୟଙ୍କୁ ପୋଲିସ ଟିମ୍ ଥାନାକୁ ଉଠାଇ ଆଣିଥିଲେ । ଏନେଇ ଏତଲା ହେବାପରେ ଆଇଆଇସି ମାମଲା ନଂ.୨୫/୨୬ ଅନୁଯାୟୀ ଅଭିଯୁକ୍ତ ଦ୍ବୟଙ୍କ ବିରୋଧରେ ମକଦ୍ଦମା ରୁଜୁ କରାଯାଇଛି । ଥାନାରେ ଅଟକ ଅଭିଯୁକ୍ତ ଦ୍ବୟଙ୍କୁ ଗୁରୁବାର ବ୍ରହ୍ମପୁର ଜିଲା ଦୌରାଜଜ କୋର୍ଟକୁ ଚାଲାଣ କରାଯିବ ବୋଲି ଆଇଆଇସି ଦୀପ୍ତିରଞ୍ଜନ ବେହେରା ସୂଚନା ଦେଇଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛୋଟ ପିଲା ଖେଳିଲେ ହୋଲି : ପ୍ଲାଷ୍ଟିକ ଡବା ବଜାଇ…

କେସିଙ୍ଗା,୪।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସି ଗ୍ରାମରେ ପବିତ୍ର ହୋଲି ପର୍ବ ବୁଧବାର ଧୂମଧାମରେ ପାଳନ ହୋଇଛି। କୁନିକୁନି ଛାତ୍ରୀଛାତ୍ର ରଙ୍ଗ ଲଗାଇ ଏହି…

ଭାରତୀୟ ମହିଳା କ୍ରିକେଟ ଟିମ୍‌ଙ୍କୁ ଝଟ୍‌କା, ଦଳରୁ ହଠାତ୍‌ ବାହାରିଲେ ମ୍ୟାଚ୍‌ ଓ଼୍ବିନର୍‌

ନୂଆଦିଲ୍ଲୀ,୪।୩: ଅଷ୍ଟ୍ରେଲିଆ ଗସ୍ତ କରୁଥିବା ଭାରତୀୟ ମହିଳା କ୍ରିକେଟ ଦଳକୁ ଏକ ବଡ଼ ଝଟକା ଲାଗିଲା ଯେତେବେଳେ ବରିଷ୍ଠ ପେସର ରେଣୁକା ସିଂହ ଠାକୁରଙ୍କୁ କାର୍ଯ୍ୟଭାର ପରିଚାଳନା…

ବଡ଼ଛତ୍ରଙ୍ଗରେ ଉତ୍ସାହର ସହ ପାଳିତ ହେଲା ହୋଲି :  ସାଂସ୍କୃତିକ କାର୍ଯ୍ୟକ୍ରମରେ କମ୍ପିଲା ଗାଁ

ଥୁଆମୂଳରାମପୁର, ୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକର ବଡ଼ଛତ୍ରଙ୍ଗ ଗ୍ରାମରେ ରାଧାକୃଷ୍ଣ ପୂଜା କମିଟି ପକ୍ଷରୁ ଚଳିତ ବର୍ଷର ପବିତ୍ର ହୋଲି ଉତ୍ସବ ଅତ୍ୟନ୍ତ…

ହୋଲି ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୩: ରଙ୍ଗର ପର୍ବ ହୋଲି। ଏ ନେଇ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି, ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁଭେଚ୍ଛା ଜଣାଇ ‘ଏକ୍ସ’ରେ ଲେଖିଛନ୍ତି,‘ରଙ୍ଗର…

ସ୍ତ୍ରୀଙ୍କ ରକ୍ତରେ ହୋଲି : ଛୁରି ଭୁସିି

ଭୁବନେଶ୍ୱର,୪।୩: ରଙ୍ଗର ପର୍ବ ହୋଲିରେ ଭୁବନେଶ୍ୱରରେ ଚାଞ୍ଚଲ୍ୟ। ସ୍ତ୍ରୀଙ୍କ ରକ୍ତରେ ହୋଲି ଖେଳିଲେ ସ୍ବାମୀ। ହୋଲିରେ ସ୍ତ୍ରୀଙ୍କୁ ଛୁରି ଭୁସିି ହତ୍ୟା କଲେ ସ୍ବାମୀ। ଏଭଳି ଅଭାବନୀୟ…

୧,୯୯,୭୦,୦୦,୦୦,୦୦,୦୦୦ ଆମେରିକାର ଯୁଦ୍ଧର ଖର୍ଚ୍ଚ, ଟ୍ରମ୍ପ କହିଲେ ଏତିକି ଦିନ ଯାଏ ଚାଲିବ ଯୁଦ୍ଧ

ଓ୍ବାଶିଂଟନ୍‌,୪।୩: ଆମେରିକା ପୁଣି ଥରେ ଯୁଦ୍ଧରେ ଜଡିତ। ଜୀବନ ଏବଂ ସମ୍ପତ୍ତି କ୍ଷତି ସହିତ, ଦେଶ ଏକ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ କ୍ଷତିର ସମ୍ମୁଖୀନ ହେଉଛି। ରିପୋର୍ଟଗୁଡ଼ିକ ସୂଚିତ…

ଛାତ୍ରାବାସରୁ ୧୦ ଛାତ୍ର ହଷ୍ଟେଲରୁ ଫେରାର୍‌ ଘଟଣା: ଜଙ୍ଗଲରେ ରାତି ବିତାଇଲେ ଦ୍ୱିତୀୟ ଶ୍ରେଣୀ ଛାତ୍ର, ଭୋର୍‌ରୁ ହେଲେ ଉଦ୍ଧାର

ଦାରିଙ୍ଗବାଡି, ୪।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତ ସାମନବାଡି ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୪୦ଶଯ୍ୟା ବିଶିଷ୍ଟ ଛାତ୍ରାବାସରୁ ମଙ୍ଗଳବାର…

ଜୀବନର ରଙ୍ଗ ଛଡେଇନେଲା ଦନ୍ତା ହାତୀ:  ଯୁବକଙ୍କ ମୃତ୍ୟୁ

ମୋରଡା/ରାସଗୋବିନ୍ଦପୁର,୪/୩ (ସ୍ମାରକ ମାଜୀ/ସତ୍ୟବାଦୀ ପରିଡା):ରଙ୍ଗର ପର୍ବ ହୋଲିରେ ମଉଳି ଗଲା ଯୁବକଙ୍କ ଜୀବନର ରଙ୍ଗ। ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଦୁଖଃଦ ଘଟଣା ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri