ଦେଶର ଶ୍ରେଷ୍ଠ ଥାନା ତାଲିକାରେ ଗଞ୍ଜାମର ପାଟପୁର ଥାନା

ଦିଗପହଣ୍ଡି/ପାଟପୁର,୧୬।୧୧(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ସମଗ୍ର ଦେଶର ଶ୍ରେଷ୍ଠ ଥାନା ଭାବେ ୨୦୨୪ ଆର୍ଥିକ ବର୍ଷ ତାଲିକାରେ ଗଞ୍ଜାମ ଜିଲା ପାଟପୁର ଥାନା ସ୍ଥାନ ପାଇଛି। ଆସନ୍ତା ୨୯ରୁ ଡିସେମ୍ବର ୧ ଯାଏ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଜାତୀୟସ୍ତରୀୟ ଡିଜିପି ସମ୍ମିଳନୀରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ପାଟପୁର ଥାନାକୁ ଶ୍ରେଷ୍ଠ ଥାନା ଭାବେ ପୁରସ୍କୃତ କରାଯିବ। ସେପ୍ଟେମ୍ବର ୨୮ରେ ଗୃହ ମନ୍ତ୍ରଣାଳୟର ସତନ୍ତ୍ର ଟିମ୍‌ ପାଟପୁର ଏବଂ ଧରାକୋଟ ଥାନା ପରିଦର୍ଶନ କରି ଜନସାଧାରଣଙ୍କ ମତାମତ ନେଇ ରିପୋର୍ଟ ସଂଗ୍ରହ କରି ଫେରିଥିଲା। ଥାନା ଅଧିକାରୀ ମାନଙ୍କ କର୍ତ୍ତବ୍ୟନିଷ୍ଠା,ସ୍ବଚ୍ଛତା, ସେବା ମନୋଭାବ, ନିର୍ଦ୍ଧାରିତ ସମୟରେ କୋର୍ଟରେ ବିଭିନ୍ନ ମାମଲାର ଚାର୍ଜସିଟ ଦାଖଲ, ଥାନାକୁ ଆସୁଥିବା ଜନସାଧାରଣଙ୍କୁ ଉତ୍ତମ ବ୍ୟବହାର, ଆଇନଶୃଙ୍ଖଳା ରକ୍ଷା ଓ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମରେ ପୋଲିସର ସହଭାଗିତା ସମ୍ପର୍କରେ ଅନୁଧ୍ୟାନ କରି ଟିମ୍‌ ଫେରିଥିଲା। ଏସବୁକୁ ସାମଗ୍ରିକ ଭାବେ ସମୀକ୍ଷା କରିିବା ପରେ ପାଟପୁର ଥାନାକୁ ଶ୍ରେଷ୍ଠ ଥାନାର ମାନ୍ୟତା ମିଳିିଛି। ସୂଚନାଯୋଗ୍ୟ, ୧୯୧୧ରେ ସ୍ଥାପିତ ପାଟପୁର ଥାନାକୁ ଏକ ଆଦର୍ଶ ଥାନାରେ ପରିଣତ କରିବା ସକାଶେ ପୂର୍ବରୁ ଥାନା ଅଧିକାରୀ ଅଜୟ ବାରିକ, ରମେଶ ଚନ୍ଦ୍ର ପ୍ରଧାନ, ସବ୍ୟସାଚୀ ମଲ୍ଲ, ନିକଟରେ ଅବସର ନେଇଥିବା ଅଜୟ ସ୍ବାଇଁ ନିଜର କର୍ତ୍ତବ୍ୟ ନିଷ୍ଠା ପାଇଁ ଶ୍ରେଷ୍ଠ ଥାନା ଅଧିକାରୀ ଭାବେ ପୁରସ୍କୃତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri