ପାଟପୁର ଥାନା ପକ୍ଷରୁ ନିଆରା ପ୍ରୟାସ, ନିଶା ଦ୍ରବ୍ୟ ସେବନ ବିରୋଧରେ ନେଲେ ଶପଥ 

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ବୁଧବାର ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୁଲ୍ୟରେ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଥାନା ଏସ.ଆଇ ଶ୍ରୀନିବାସ ଦାସଙ୍କ ସଂଯୋଜନାରେ ଆୟୋଜିତ ସଭାରେ ପାଟପୁର କଲେଜ ଅଧ୍ୟାପକ ଡ଼.କୈଳାସ ଚନ୍ଦ୍ର ସ୍ବାଇଁ ଅତିଥି ଭାବେ ଯୋଗଦେଇ ‘ ଆମ ସଂକଳ୍ପ ନିଶା ନୁହେଁ ଜୀବନ’ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ । ଜନଜାତି ସମ୍ପ୍ରଦାୟ ବିଶେଷ କରି ଯୁବ ସମାଜକୁ ନିଶାଦ୍ରବ୍ୟ ଓ ଅପମିଶ୍ରିତ ମାଦକଦ୍ରବ୍ୟ ସେବନରୁ ଦୂରେଇ ସେମାନଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ଏହି ସଚେତନତା ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ ବୋଲି ସେ କହିଥିଲେ ।

ଅପମିଶ୍ରିତ ନିଶା ସେବନ ଦ୍ଵାରା ଲୋକେ ପଙ୍ଗୁ ହୋଇଯାଆନ୍ତି । ଯୁବ ସମାଜ ନିଶା ସେବନ ଦ୍ଵାରା ସେମାନଙ୍କ ବିକାଶ ଓ ଦେଶର ଅର୍ଥନୀତି ରେ ପ୍ରତିକୂଳ ପ୍ରଭାବ ପକାଇଥାଏ ।ତେଣୁ ସେମାନେ ନିଶା ସେବନ ଠାରୁ ଦୂରେଇ ରହିବା ଆବଶ୍ୟକ ବୋଲି ସଭାରେ ମତପ୍ରକାଶ ପାଇଥିଲା।

ବିଭିନ୍ନ ଗ୍ରାମାଞ୍ଚଳରୁ ଆସିଥିବା ବହୁ ସଂଖ୍ୟକ ଲୋକଙ୍କୁ ଏନେଇ ସଚେତନ କରାଯିବା ପରେ ସେମାନେ ନିଶା ସେବନ ବିରୋଧରେ ଶପଥପାଠ କରିଥିଲେ।  ଏହି କାର୍ଯ୍ୟକ୍ରମରେ ଥାନା ଏସ.ଆଇ ସୋଲେମାନ ଭୁଁୟା, ଏଏସଆଇ ସୁଧିର ନାୟକ, ସନ୍ତୋଷ ମିଶ୍ର,ରମାକାନ୍ତ ଶବରଙ୍କ ସମେତ ସମସ୍ତ ପୋଲିସ କର୍ମଚାରୀ   ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

କ୍ୟାବିନେଟ୍‌ ବୈଠକ ପରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆର୍ଥିକ ସମସ୍ୟା ପାଇଁ କେହି ଶିକ୍ଷାରୁ…

ଭୁବନେଶ୍ବର,୧ା୭: କ୍ୟାବିନେଟ୍‌ରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି । ନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ କୌଣସି ଦେୟ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ବିବାହ ପାଇଁ ଜିଦ୍‌ କରିବାରୁ ପ୍ରେମିକାଙ୍କୁ ହତ୍ୟା, ପୋଲିସ ଆଗରେ ପ୍ରେମିକ କହିଲେ ପୂରା ଘଟଣା…

ହାଟଡିହୀ/ଛେନାପଦୀ,୧ା୭(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ପଶ୍ଚିମବଙ୍ଗ ପ୍ରେମିକାକୁ ଓଡ଼ିଶା ଡକାଇ ଝାଡ଼ଖଣ୍ଡ ପ୍ରେମିକ କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଗତ ମଙ୍ଗଳବାର ହତ୍ୟା କରିଥିବା ଘଟଣାରେ ପର୍ଦାଫାଶ…

କର୍ଲାମୁଣ୍ତା କଅଁସିଲ ଗ୍ରାମରେ ଫେଲ୍ ମାରିଛି ବସୁଧା ଯୋଜନା, ବିଡ଼ିଓଙ୍କ ଦ୍ବାରସ୍ଥ ହେଇ ଗ୍ରାମବାସୀ କହିଲେ….

ରିଷିଡା,୧।୭(ସୁଶାନ୍ତ ମଲ୍ଲିକ): ବିଡ଼ିଓଙ୍କ ଦ୍ବାରସ୍ଥ ହେଲେ କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ କଅଁସିଲ ଗ୍ରାମର ଗ୍ରାମବାସୀ। ଲୋକଙ୍କୁ ଶୁଦ୍ଧ ପାନୀୟ ଜଳ ଯୋଗାଇବାକୁ ସରକାରଙ୍କ ‘ବସୁଧା ଯୋଜନା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri