ଦୀର୍ଘ ଦିନର ଦାବି ପରେ ମିଳିଲା ରାଜସ୍ବ ଗ୍ରାମ ମାନ୍ୟତା

କୋକସରା,୨୩।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ତହସିଲ ଅଧୀନ ଆମପାଣି ପଞ୍ଚାୟତ ପାତ୍ରବସା ଗ୍ରାମକୁ ଦୀର୍ଘ ବର୍ଷ ପରେ ରାଜସ୍ବ ଗ୍ରାମର ମାନ୍ୟତା ମିଳିିଛି। ପୂର୍ବରୁ ଉକ୍ତ ଗ୍ରାମ କନ୍ଦାଗଡ ରାଜସ୍ବ ଗ୍ରାମ ଅଧୀନରେ ରହିଥିଲା। ପାତ୍ରବସା ଗ୍ରାମବାସୀ ଦୀର୍ଘଦିନ ହେଲା ରାଜସ୍ବ ଗ୍ରାମର ମାନ୍ୟତା ନେଇ ଦାବି ଜଣାଇ ଆସୁଥିଲେ। ତେବେ ରାଜସ୍ବ ବିଭାଗ ପକ୍ଷରୁ ପାତ୍ରବସା ଗ୍ରାମକୁ ଚଳିତ ବର୍ଷ ନୂତନ ରାଜସ୍ବ ଗ୍ରାମ ନିମନ୍ତେ ଯୋଗ୍ୟ ବିବେଚିତ କରାଯାଇଛି।
ଗୁରୁବାର ପାତ୍ରବସା ଗ୍ରାମବାସୀଙ୍କ ପକ୍ଷରୁ ଗ୍ରାମରେ ଏକ ବୈଠକ ଆୟୋଜନ କରାଯାଇଥିଲା। ଗ୍ରାମବାସୀଙ୍କ ପକ୍ଷରୁ କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଥିବା କୋକସରା ତହସିଲଦାର ଦେବବ୍ରତ କରାଟି, କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ, କଳାହାଣ୍ଡି ଜିଲା ବିଜେଡି ସଭାପତି ପୁଷ୍ପେନ୍ଦ୍ର ସିଂଦେଓ, ଜିଲା ପରିଷଦ ସଭ୍ୟ ଆମପାଣି ହେମନ୍ତ ମାଝି, ଆମପାଣି ସରପଞ୍ଚ ରୁକ୍ମିଣୀ ବାଣୁଆ, ସମିତି ସଭ୍ୟା ନର୍ତ୍ତକୀ ଦଣ୍ଡସେନାଙ୍କୁ ଗାଁର ମହିଳା, ଯୁବତୀଯୁବକମାନେ ନାଚଗୀତ ଓ ବାଜା ବଜାଇ ସ୍ବାଗତ ସମ୍ବର୍ଦ୍ଧନା କରିଥିଲେ।
ଏହି ଅବସରରେ ତହସିଲଦାର ଗ୍ରାମ ପରିଦର୍ଶନ କରିବା ସହ ଗ୍ରାମବାସୀଙ୍କ ସହିତ ବୈଠକରେ ପାତ୍ରବସା ଗ୍ରାମକୁ ରାଜସ୍ବ ବିଭାଗ ପକ୍ଷରୁ ରାଜସ୍ବ ଗ୍ରାମ ଘୋଷଣ କରିଥିବା ସୂଚନା ଦେଇଛନ୍ତି। ଏହି ଅବସରରେ ବ୍ଲକ ଉପାଧ୍ୟକ୍ଷଙ୍କୁ ଗ୍ରାମବାସୀ ସ୍ଥାନୀୟ ସମସ୍ୟା ଉପରେ ଅଭିଯୋଗ କରିଥିଲେ। ଉପାଧ୍ୟକ୍ଷ ସପ୍ତାହ ମଧ୍ୟରେ ପାନୀୟ ଜଳ ଯୋଗାଣ ପାଇଁ ୨ଟି ନଳକୂପ କରି ପାନୀୟ ଜଳ ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଥିଲେ। ରାଜସ୍ବ ଗ୍ରାମ ଘୋଷଣା ପରେ ଗ୍ରାମବାସୀଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି। ପାତ୍ରବସା ଗ୍ରାମ ଯୁବକ ସଂଘର ସଭାପତି ଭୋଳାନାଥ ମାଝି, ଏକାଙ୍ଗ ଦୁର୍ଗା, ହେମନ୍ତ କୁମାର ସୁନା, କୀଚକ ଚଳାନ, ସୋନୁ ଅଗ୍ରୱାଲ, ନିତ୍ୟାନନ୍ଦ ମାଝି, ନିକୁଞ୍ଜ ସାହୁ, ରାଜେନ୍ଦ୍ର ବାଗ, ଯୁଗଳ କିଶୋର ନାଏକ, ତ୍ରିଲୋଚନ ବାଗ, ଦୁଷ୍ମନ୍ତ ବାଗ, ବେଲାଲ ନାଏକ, ଦେବାଶିଷ ନାଏକ, ନବୀନ କୁମାର ରାଉତ, ସଦାଶିବ ଗହୀର ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri