Posted inଫୁରସତ

ପ୍ରବାସରେ ଦେଶପ୍ରେମ

ଭାରତ ବାହାରେ ବାସକରୁଥିବା ଭାରତୀୟଙ୍କ ଉଲ୍ଲେଖନୀୟ କାର୍ଯ୍ୟ ଯୋଗୁ ବହୁ ସମୟରେ ଦେଶ ଗର୍ବିତ ହୋଇଥାଏ। ପ୍ରବାସରେ ପ୍ରବାସୀଙ୍କ ଦେଶପ୍ରେମର ବହୁ ଉଦାହରଣ ମଧ୍ୟ ରହିଛି। ଜାତିର ପିତା ମହାତ୍ମା ଗାନ୍ଧୀ ଦକ୍ଷିଣ ଆଫ୍ରିକାରେ ପ୍ରବାସରେ ଥିବା ସମୟରେ ପ୍ରଥମ ଅହିଂସା ଆନ୍ଦୋଳନ ଆରମ୍ଭ କରିଥିଲେ। ପରବର୍ତ୍ତୀ ସମୟରେ ଅହିଂସା ଆନ୍ଦୋଳନ ସତ୍ୟାଗ୍ରହ ମାଧ୍ୟମରେ ଭାରତରେ ସ୍ବାଧୀନତା ସଂଗ୍ରାମ ସଫଳ ହୋଇଥିଲା। ଶେଷରେ ଇଂରେଜମାନେ ଭାରତ ଛାଡ଼ିବାକୁ ବାଧ୍ୟ ହୋଇଥିଲେ। ତେବେ ସତ୍ୟାଗ୍ରହର ମୂଳଦୁଆ ପ୍ରବାସରେ ହିଁ ପଡ଼ିଥିଲା।
ତେଣୁ ପ୍ରବାସରେ ଭାରତୀୟଙ୍କ ଅବଦାନକୁ ସ୍ମରଣ କରିବା ପାଇଁ ପ୍ରତିବର୍ଷ ଜାନୁୟାରୀ ୯ରେ ପ୍ରବାସୀ ଭାରତୀୟ ଦିବସ ପାଳନ କରାଯାଇଥାଏ।
୧୯୧୫ ଜାନୁୟାରୀ ୯ରେ ମହାତ୍ମା ଗାନ୍ଧୀ ଦକ୍ଷିଣ ଆଫ୍ରିକାରୁ ମୁମ୍ବାଇକୁ ପ୍ରତ୍ୟାବର୍ତ୍ତନ କରିଥିଲେ। ଏହି ଦିନଟିକୁ ମନେରଖିବା ପାଇଁ ପ୍ରବାସୀ ଭାରତୀୟ ଦିବସ ପାଳନ କରାଯାଇଥାଏ।
ପ୍ରବାସୀ ଭାରତୀୟ ଦିବସ ପାଳନ କରିବାର ନିଷ୍ପତ୍ତି ଏଲ.ଏମ ସିଂଘ୍‌ଭିଙ୍କ ଅଧ୍ୟକ୍ଷତାରେ ଭାରତ ସରକାରଙ୍କ ଦ୍ୱାରା ସ୍ଥାପିତ ଭାରତୀୟ ଡାଏସ୍‌ପୋରା ଉପରେ ଉଚ୍ଚସ୍ତରୀୟ କମିଟିର ସୁପାରିସ ଅନୁଯାୟୀ ଗ୍ରହଣ କରାଯାଇଥିଲା। ଭାରତର ତତ୍କାଳୀନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ୮ ଜାନୁୟାରୀ ୨୦୦୨ରେ ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଏକ ଜନସମାବେଶରେ କମିଟିର ରିପୋର୍ଟ ଗ୍ରହଣ କରିଥିଲେ ଏବଂ ୯ ଜାନୁୟାରୀ ୨୦୦୨ରେ ‘ପ୍ରବାସୀ ଭାରତୀୟ ଦିବସ’ ପାଳନ କରିବାକୁ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri