Posted inଫୁରସତ

ପ୍ରବାସରେ ଦେଶପ୍ରେମ

ଭାରତ ବାହାରେ ବାସକରୁଥିବା ଭାରତୀୟଙ୍କ ଉଲ୍ଲେଖନୀୟ କାର୍ଯ୍ୟ ଯୋଗୁ ବହୁ ସମୟରେ ଦେଶ ଗର୍ବିତ ହୋଇଥାଏ। ପ୍ରବାସରେ ପ୍ରବାସୀଙ୍କ ଦେଶପ୍ରେମର ବହୁ ଉଦାହରଣ ମଧ୍ୟ ରହିଛି। ଜାତିର ପିତା ମହାତ୍ମା ଗାନ୍ଧୀ ଦକ୍ଷିଣ ଆଫ୍ରିକାରେ ପ୍ରବାସରେ ଥିବା ସମୟରେ ପ୍ରଥମ ଅହିଂସା ଆନ୍ଦୋଳନ ଆରମ୍ଭ କରିଥିଲେ। ପରବର୍ତ୍ତୀ ସମୟରେ ଅହିଂସା ଆନ୍ଦୋଳନ ସତ୍ୟାଗ୍ରହ ମାଧ୍ୟମରେ ଭାରତରେ ସ୍ବାଧୀନତା ସଂଗ୍ରାମ ସଫଳ ହୋଇଥିଲା। ଶେଷରେ ଇଂରେଜମାନେ ଭାରତ ଛାଡ଼ିବାକୁ ବାଧ୍ୟ ହୋଇଥିଲେ। ତେବେ ସତ୍ୟାଗ୍ରହର ମୂଳଦୁଆ ପ୍ରବାସରେ ହିଁ ପଡ଼ିଥିଲା।
ତେଣୁ ପ୍ରବାସରେ ଭାରତୀୟଙ୍କ ଅବଦାନକୁ ସ୍ମରଣ କରିବା ପାଇଁ ପ୍ରତିବର୍ଷ ଜାନୁୟାରୀ ୯ରେ ପ୍ରବାସୀ ଭାରତୀୟ ଦିବସ ପାଳନ କରାଯାଇଥାଏ।
୧୯୧୫ ଜାନୁୟାରୀ ୯ରେ ମହାତ୍ମା ଗାନ୍ଧୀ ଦକ୍ଷିଣ ଆଫ୍ରିକାରୁ ମୁମ୍ବାଇକୁ ପ୍ରତ୍ୟାବର୍ତ୍ତନ କରିଥିଲେ। ଏହି ଦିନଟିକୁ ମନେରଖିବା ପାଇଁ ପ୍ରବାସୀ ଭାରତୀୟ ଦିବସ ପାଳନ କରାଯାଇଥାଏ।
ପ୍ରବାସୀ ଭାରତୀୟ ଦିବସ ପାଳନ କରିବାର ନିଷ୍ପତ୍ତି ଏଲ.ଏମ ସିଂଘ୍‌ଭିଙ୍କ ଅଧ୍ୟକ୍ଷତାରେ ଭାରତ ସରକାରଙ୍କ ଦ୍ୱାରା ସ୍ଥାପିତ ଭାରତୀୟ ଡାଏସ୍‌ପୋରା ଉପରେ ଉଚ୍ଚସ୍ତରୀୟ କମିଟିର ସୁପାରିସ ଅନୁଯାୟୀ ଗ୍ରହଣ କରାଯାଇଥିଲା। ଭାରତର ତତ୍କାଳୀନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ୮ ଜାନୁୟାରୀ ୨୦୦୨ରେ ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଏକ ଜନସମାବେଶରେ କମିଟିର ରିପୋର୍ଟ ଗ୍ରହଣ କରିଥିଲେ ଏବଂ ୯ ଜାନୁୟାରୀ ୨୦୦୨ରେ ‘ପ୍ରବାସୀ ଭାରତୀୟ ଦିବସ’ ପାଳନ କରିବାକୁ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ନମ୍ବରରୁ ହ୍ବାଟ୍ସଆପ୍‌କୁ ଆସିବ କଲ୍‌, ମିଳିବ ଧମକ, ଭୟଭୀତ ହେଲେ ଆକାଉଣ୍ଟ ହୋଇଯିବ ଖାଲି…

ଦୁଇମାସ ତଳେ କେରଳର ଜଣେ ବାସିନ୍ଦା ପୋଲିସ ଅଧିକାରୀଙ୍କ ଡିପି ଥାଇ ଏକ ନମ୍ବରରୁ ହ୍ବାଟ୍ସଆପ୍‌କୁ କଲ୍‌ ଆସିଥିଲା। ସେ ଏହାକୁ ଉଠାଇବା ମାତ୍ରେ ଏକ...

ଅଜବ ଘର: ଦେଖିବାକୁ ବଙ୍କାତେଢ଼ା ମାତ୍ର ଆକର୍ଷଣୀୟ, ଜାଣନ୍ତୁ ଏହାର ସ୍ବତନ୍ତ୍ରତା…

ଦୁନିଆରେ ଅନେକ ଅଟ୍ଟାଳିକା ଅଛି, ଯାହା ଅନେକ କାରଣ ପାଇଁ ଲୋକଙ୍କୁ ଆକର୍ଷିତ କରିଥାଏ। କିଛି ଘର ଡିଜାଇନକୁ ନେଇ ବେଶ୍‌ ଆକର୍ଷଣୀୟ ହୋଇଥାଏ। ଆଜି...

ନିର୍ବାଚନବେଳେ ଜବତ ମଦ-ଟଙ୍କା କିଏ ରଖନ୍ତି, ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ,୨୮।୩: ଦେଶରେ ଲୋକ ସଭା ନିର୍ବାଚନ ପାଇଁ ବାଜିସାରିଛି ବିଗୁଲ । ଲୋକ ସଭା ନିର୍ବାଚନର ତାରିଖ ମଧ୍ୟ ନିର୍ବାଚନ ଆୟୋଗ ଘୋଷଣା କରିଛନ୍ତି। ଏହା...

ଭାରତର ଏହି ସହରରେ ପ୍ରସ୍ତୁତ ହୁଏ ଆଇପିଏଲ୍‌ ବଲ୍‌, ବର୍ଷକୁ ୫୦୦ କୋଟି ଟଙ୍କା ରୋଜଗାର

ବର୍ତ୍ତମାନ ଆଇପିଏଲ ଚାଲିଛି। ଇଣ୍ଡିଆନ ପ୍ରିମିୟର ଲିଗ୍‌କୁ ନେଇ ଲୋକଙ୍କ ମଧ୍ୟରେ ଏକ ବଡ଼ କ୍ରେଜ୍‌ ରହିଛି। ଏହି ପ୍ରତିଯୋଗିତା ୬୬ ଦିନ ପର୍ଯ୍ୟନ୍ତ ଚାଲିବ।...

କଫି ସହ ମଣିଷ ରକ୍ତ ମିଶାଇ ପିଉଛନ୍ତି ଏହି ମହିଳା

ଦୁନିଆରେ,ପ୍ରତ୍ୟେକ ମଣିଷଙ୍କର ନିଜସ୍ବ ସଉକ ଅଛି। କିଏ ଭ୍ରମଣ କରିବାକୁ ଭଲ ପାଆନ୍ତି ତ ଆଉ କିଏ ଖାଇବାକୁ ଭଲ ପାଆନ୍ତି। କେତେକ ଗୀତ ଗାଇବାକୁ...

ପୃଥିବୀର ପଡୋଶୀରେ ଅଛନ୍ତି ଏଲିଏନ୍ସ, ୨୦୩୦ ସୁଦ୍ଧା ଖୋଜିଦେବ ନାସା!

ଓ୍ବାଶିଂଟନ,୨୫।୩: ଏଲିଲନ୍ସ ସତରେ ଅଛନ୍ତି କି। ଯଦି ଅଛନ୍ତି, ସେମାନେ କେଉଁଠାରେ ରୁହନ୍ତି? ଏହି ଦୁଇଟି ପ୍ରଶ୍ନର ଉତ୍ତର ଖୋଜିବାରେ ସାରା ବିଶ୍ୱର ସ୍ପେସ ଏଜେନ୍ସିମାନେ...

ଓଡ଼ିଆ ଜନଜୀବନରେ ଦୋଳଯାତ୍ରା

ଫାଲ୍‌ଗୁନ ଶୁକ୍ଳ ଦଶମୀ ତିଥିଠାରୁ ସାଧାରଣତଃ ଓଡ଼ିଆ ଜନଜୀବନରେ ଦୋଳଯାତ୍ରା ଆଧ୍ୟାତ୍ମିକ ଭକ୍ତିପୂତ ପରିବେଶରେ ଆରମ୍ଭ ହୋଇଥାଏ। ଏହି ପର୍ବର ମୁଖ୍ୟ ଆରାଧ୍ୟ ଠାକୁର ପ୍ରେମମୟ...

ବୋତଲ ଭିତରେ ଅଠା ଲାଖେ ନାହିଁ କାହିଁକି

ବିଜ୍ଞାପନରେ ଅନେକ ଅଠା କମ୍ପାନୀ ଦାବି କରନ୍ତି ଯେ, ତାଙ୍କର ସାମାନ୍ୟ ଟିକେ ଅଠା ଯେକୌଣସି ଜିନିଷକୁ ଯୋଡିପାରେ। ଆଉ ଏମିତି ଯୋଡିବ ଯେ ଯୋଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri