ଆଜି ଷ୍ଟାର୍‌ କିରଣରେ ଦେଶାତ୍ମବୋଧ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୪।୮: ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରୁଛି। ଏହି ପରିପ୍ରେକ୍ଷୀରେ ରାଜ୍ୟର ପ୍ରମୁଖ ଓଡ଼ିଆ ମନୋରଞ୍ଜନଭିତ୍ତିକ ଟିଭି ଚ୍ୟାନେଲ ‘ଷ୍ଟାର୍‌ କିରଣ’ରେ ରବିବାର ଦିନତମାମ ବିଭିନ୍ନ ପ୍ରକାର ଦେଶାତ୍ମବୋଧ କାର୍ଯ୍ୟକ୍ରମ ପ୍ରସାରଣ ହେବ। ରବିବାର ସକାଳ ୧୦ ଟାରେ ଛୋଟ ପିଲାମାନଙ୍କ ପାଇଁ ଚଳଚ୍ଚିତ୍ର ‘ବୀର ଯୋଦ୍ଧା ପୃଥ୍ବୀରାଜ ଚୌହାନ’ ପ୍ରସାରଣ ହେବ ଏବଂ ଦିନ ୧୨ଟା ୩୦ରେ ‘ଶହୀଦ ରଘୁ ସର୍ଦ୍ଦାର’ର ୱାର୍ଲଡ୍‌ ଟିଭି ପ୍ରିମିୟର ମଧ୍ୟ ହେବ ବୋଲି ଜଣାପଡ଼ିଛି। ଉକ୍ତ ଚଳଚ୍ଚିତ୍ର ସ୍ବାଧୀନତା ସଂଗ୍ରାମୀ ରଘୁନାଥ ପଟ୍ଟନାୟକଙ୍କ ଜୀବନୀ ଉପରେ ଆଧାରିତ ବୋଲି ଚ୍ୟାନେଲ ପକ୍ଷରୁ କୁହାଯାଇଛି। ସେହିପରି ସା ୬ଟାରେ ‘ଉଡ଼େ ତ୍ରିରଙ୍ଗା’ ନାମରେ ଏକ ଭିନ୍ନ କାର୍ଯ୍ୟକ୍ରମ ପ୍ରସାରଣ କରାଯିବ। ଏଥିରେ ଦେଶର ବୀର ଯବାନ ଓ ସଂଗ୍ରାମୀଙ୍କ ତ୍ୟାଗ ଓ ବଳିଦାନକୁ ସମ୍ମାନ ପ୍ରଦାନ କରିବା ଲାଗି ପ୍ରୟାସ କରାଯାଇଛି। ଅପରପକ୍ଷରେ ସ୍ବରସମ୍ରାଜ୍ଞୀ ଲତା ମଙ୍ଗେସ୍‌କରଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବ। ପରିଶେଷରେ ଓଡ଼ିଆ ସିନେ କଳାକାର, ଗାୟକ ଓ ନୃତ୍ୟଶିଳ୍ପୀମାନେ ନିଜର ନିପୁଣ କଳାର ପ୍ରଦର୍ଶନ କରିବେ। ପାଇକନୃତ୍ୟ ଓ ମାଲଖମ୍ବର ପ୍ରଦର୍ଶନ ହେବା ସହ ବାଲୁକାଶିଳ୍ପୀ ସୁଚିତ୍ରା ମହେଶ୍ବତା ନିଜର କଳା ପ୍ରଦର୍ଶନ କରିବେ। ଲିପ୍ସା ମିଶ୍ର, ଆକାଶ ଦାସନାୟକ ଓ କୁନା ତ୍ରିପାଠୀ ଉକ୍ତ କାର୍ଯ୍ୟକ୍ରମର ପରିଚାଳନା ଭାର ସମ୍ଭାଳୁ ଥିବାବେଳେ ଭୂମିକା ଦାଶ, ଶିବାନୀ ସଙ୍ଗୀତା, ଜ୍ୟୋତିରଞ୍ଜନ ନାୟକ, ସୂର୍ଯ୍ୟମୟୀ ମହାପାତ୍ର, ଶୈଳେନ୍ଦ୍ର ସାମନ୍ତରାୟ, ସ୍ବରାଜ ବାରିକ, ରାକେଶ ଦେଓ, ଶଶାଙ୍କ ଶେଖର, ସ୍ବୟମ୍‌ ପାଢୀ, ଅନ୍ତରା ଚକ୍ରବର୍ତ୍ତୀ, ସୋହିନୀ ମିଶ୍ର ଓ କୁଲଦୀପ ପଟ୍ଟନାୟକ ପ୍ରମୁଖ ନାଚ,ଗୀତ ଓ ଅଭିନୟ ମାଧ୍ୟମରେ ଦର୍ଶକଙ୍କ ମନୋରଞ୍ଜନ କରିବେ ବୋଲି ଷ୍ଟାର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri