ରାତି ୧୨ରୁ ୨ଟା ପର୍ଯ୍ୟନ୍ତ ପାଟ୍ରୋଲିଂ

ଅନୁଗୋଳ ଅଫିସ, ୨।୧୧ ଅନୁଗୋଳ ଜିଲାର ବିଭିନ୍ନ ସଡକ ମରାମତି, ପରିଚାଳନା ଓ ନିର୍ମାଣକୁ ନେଇ ସୋମବାର ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଢେଙ୍କାନାଳ ଏମ୍‌ପି ମହେଶ ସାହୁଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ, ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ସଡକ ସୁରକ୍ଷା ଆଇନକୁ କଡାକଡି କାର୍ଯ୍ୟକାରୀ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଅନୁଗୋଳ ଆଞ୍ଚଳିକ ପରିବହନ ଅଧିକାରୀ ବିଭାଭଞ୍ଜନ ସାମନ୍ତସିଂହାର ବୈଠକର କାର୍ଯ୍ୟସୂଚୀ ଉପରେ ଆଲୋକପାତ କରିଥିଲେ। ଜିଲାରେ ଚିହ୍ନଟ ୬ ବ୍ଲକ୍‌ ସ୍ପଟ୍‌ ଲୁହାମୁଣ୍ଡା, ବଇଣ୍ଡା, କତଡା, ତୁବେ, ପଞ୍ଚମହଲା ଓ କାଲଟାକ୍ସ ଛକରେ ସାଙ୍କେତିକ ଚିହ୍ନ ଲଗାଇବା ପାଇଁ ପରାମର୍ଶ ଦିଆଯାଇଥିଲା। ମଦ୍ୟପ ଗାଡି ଚାଳକଙ୍କୁ ଧରିବାକୁ ସ୍ବତନ୍ତ୍ର ସ୍କ୍ବାଡ୍‌ ରାତି ୧୨ଟାରୁ ରାତି ୨ଟା ପର୍ଯ୍ୟନ୍ତ ପାଟ୍ରୋଲିଂ କରିବ। ତାଳଚେର ଲିଙ୍ଗରାଜ ଛକ ଠାରୁ ବହ୍ଲର ଛକ ମଧ୍ୟରେ ଗାଡି ପାର୍କିଂ କରାଯିବ ନାହିଁ। ତାଳଚେରରେ ଏକ ଟ୍ରକ ଟର୍ମିନାଲ ହେବ। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଦିଲୀପ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀ, ତାଳଚେର ଉପଜିଲାପାଳ ବିଶ୍ୱ ରଞ୍ଜନ ରଥ, ଆଠମଲ୍ଲିକ ଉପଜିଲାପାଳ ଲଳିତ ମୋହନ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri