ସମସ୍ୟା ଘେରରେ ପଟ୍ଟାମୁଣ୍ଡାଇ ବ୍ଲକ, ମ୍ୟୁନିସିପାଲିଟି

ପଟ୍ଟାମୁଣ୍ଡାଇ, ୧୬ା୪(କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲାର ରାଜନଗର ଏକ ଚର୍ଚ୍ଚିତ ନିର୍ବାଚନମଣ୍ଡଳୀ ପଟ୍ଟାମୁଣ୍ଡାଇ-ରାଜନଗର ଅଞ୍ଚଳକୁ ନେଇହୋଇଛି। ହେଲେ ପଟ୍ଟାମୁଣ୍ଡାଇ ବ୍ଲକ ଓ ମ୍ୟୁନିସିପାଲିଟି ଅବହେଳିତ ଅବସ୍ଥାରେ ରହିଛି। ୨୦୦୯ ସୀମା ପୁନଃ ନିର୍ଦ୍ଧାରଣ ପରେ ପଟ୍ଟାମୁଣ୍ଡାଇ ସଂରକ୍ଷିତ ନିର୍ବାଚନ ଆସନର ବିଲୋପ ଘଟି ପଟ୍ଟାମୁଣ୍ଡାଇ ବ୍ଲକର ୧୯ଟି ପଞ୍ଚାୟତ, ପୌରାଞ୍ଚଳର ୨୦ଟି ୱାର୍ଡ ଏବଂ ରାଜନଗର ବ୍ଲକର ୨୯ଟି ପଞ୍ଚାୟତକୁ ନେଇ ଗଠିତ ହୋଇଛି ରଜନଗର ନିର୍ବାଚନମଣ୍ଡଳୀ। ରାଜନୀତିର ପଶାପାଲିରେ ପଟ୍ଟାମୁଣ୍ଡଇ ବ୍ଲକ ଓ ପୌରାଞ୍ଚଳକୁ ଅଣଦେଖା କରି ବହୁ ପଛରେ ପକାଇ ଦିଆଯାଉଛି। ରାଜ୍ୟର ଅନ୍ୟ ବ୍ଲକ ଓ ମ୍ୟୁନିସିପାଲଟି ଯେଉଁ ପରି ଭାବେ ବିକାଶ ହୋଇଚାଲିଛି ତାହା ପଟ୍ଟାମୁଣ୍ଡାଇରେ ପରିଲକ୍ଷିତ ହେଉନାହିଁ। ରାସ୍ତାଘାଟଠାରୁ ଆରମ୍ଭ କରି ସ୍ବାସ୍ଥ୍ୟସେବା ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ନାନାଦି ସମସ୍ୟା ରହିଥିଲେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପରୁ ବାଦ ଦିଆଯାଉଛି। ପଟ୍ଟାମୁଣ୍ଡାଇର ଭୌଗୋଳିକସ୍ଥିତି ଏବଂ ଅନ୍ୟ ଦୃଷ୍ଟିକୋଣରୁ ଏହାକୁ ସବଡିଭିଜନର ମାନ୍ୟତା ମିଳିବା କଥା। ପଟ୍ଟାମୁଣ୍ଡାଇ ଅଞ୍ଚଳରେ ସମସ୍ତ ପ୍ରକାର ଭିତ୍ତିଭୂମି ଥିବା ସତ୍ତ୍ୱେ ସ୍ଥାନୀୟ ନେତୃତ୍ୱଙ୍କ ଆନ୍ତରିକତା ନ ଥିବା ହେତୁ ସବ୍‌ଡିଭିଜନ ଘୋଷଣା ହୋଇପାରି ନ ଥିବା ଅଭିଯୋଗ ହୋଇଛି।
ପଟ୍ଟାମୁଣ୍ଡାଇ ଅଞ୍ଚଳର ଉନ୍ନତିମୂଳକ କାର୍ଯ୍ୟ ସବୁ ଫଳକରେ ସୀମିତ ରହିଥିବା ବେଳେ ଉନ୍ନତି କଥା ନା ଶାସକ ନା ବିରୋଧୀ ଦଳ କାହାରି ଚିନ୍ତା ନାହିଁ। ଯେଉଁ କେତେକ ଉନ୍ନତୀକରଣ କାର୍ଯ୍ୟ ହେଉଛି ତାହା ସରକାରଙ୍କ ପକ୍ଷରୁ ଏକ ଗତାନୁଗତିକ ଧାରାରେ ଚାଲିଛି। ପଟ୍ଟାମୁଣ୍ଡାଇ ଅଧିକାଂଶ ୱାର୍ଡର ଅବସ୍ଥା ଖରାପ। ପଟ୍ଟାମୁଣ୍ଡାଇ ଅଞ୍ଚଳର ବାସିନ୍ଦାମାନେ ନିଜର ଜୀବିକା ନିର୍ବାହ କରିବା ପାଇଁ ମୁଖ୍ୟତଃ କୃଷି ଉପରେ ନିର୍ଭରଶୀଳ। ଏଠାକାର ଚାଷୀମାନେ ଚାଷ ଓ ବେଉଷଣ ବେଳେ ଉନ୍ନତମାନର ବିହନ ଗଣ୍ଡାଏ ଠିକ୍‌ ସମୟରେ ପାଆନ୍ତି ନାହିଁ। କେନାଲ ଜଳର ଅଭାବ ଓ ଉଠାଜଳସେଚନ ପଏଣ୍ଟ ସବୁ ଅଚଳ ଯୋଗୁ ବର୍ଷା ଉପରେ ନିର୍ଭର କରି ଚାଷ କାର୍ଯ୍ୟ କରିଥାନ୍ତି। ସୁଲଭ ମୂଲ୍ୟରେ ଆବଶ୍ୟକ ସାର ଜମିରେ ପକାଇ ପାରନ୍ତି ନାହିଁ। ସମସ୍ତ ନାହିଁ ନାହିଁ ଭିତରେ ଲହୁ ଲୁହ ଝରାଇ ମୁଣ୍ଡ ଝାଳ ତୁଣ୍ଡରେ ମାରି ଫସଲ ଚାଷୀ ଅମଳ କରେ। କିନ୍ତୁ ଶୀତଳଭଣ୍ଡାର ନ ଥିବାରୁ ତାକୁ ଶାଗ ମାଛ ଦରରେ ବିକ୍ରି କରେ। ଶିଳ୍ପବିହୀନ ଓ ନିଯୁକ୍ତି ବିହୀନ ଏହି ସ୍ଥାନରେ ଆଖିଦୃଶିଆ ଉନ୍ନୟନମୂଳକ କାମ ମଧ୍ୟ ହୋଇନାହିଁ। ସେହିପରି ପଟ୍ଟାମୁଣ୍ଡାଇରେ ଏପର୍ଯ୍ୟନ୍ତ ବସ୍‌ଷ୍ଟାଣ୍ଡ ନିର୍ମାଣ ହୋଇ ନ ଥିବା ବେଳେ କିଛି ମାସ ହେବ କାର୍ଯ୍ୟ ଆରମ୍ଭ ହୋଇଛି। ଏହାସହ ମାର୍କେଟ୍‌ କମ୍ପ୍ଲେକ୍ସ ବି ଭୂତକୋଠିରେ ପରିଣତ ହୋଇଛି। ପରିବା ବ୍ୟବସାୟୀ ହନ୍ତସନ୍ତ ହେଉଥିବାବେଳେ ଡ୍ରେନେଜ ବ୍ୟବସ୍ଥା ନ ଥିବାରୁ ବର୍ଷାଦିନେ ନାହିଁ ନ ଥିବା ସମସ୍ୟା ସାଧାରଣ ଜନତା ଭୋଗିବାକୁ ପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ

ବାରଙ୍ଗ,୨୯।୪(ଲିଙ୍ଗରାଜ ରାଉତ): ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉତ୍ପାତ କରି କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ...

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ...

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

ଯବାନଙ୍କ ସହ ଗୁଳି ବିନିମୟ, ଜଣେ ମାଓବାଦୀ ମୃତ, ଅନେକ ଆହତ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନପାତ୍ର): ମାଲକାନଗିରି ଜିଲା ସୀମାନ୍ତ ସୁକ୍‌ମା ଜିଲାରେ ସୋମବାର ଡିଆର୍‌ଜି ଯବାନଙ୍କ ସହ ଗୁଳି ବିନିମୟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନେକେ ଆହତ...

ବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି

କେନ୍ଦୁଝର,୨୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସ ପୂର୍ବତନ ଜିଲା କାର୍ଯ୍ୟକାରୀ ସଭାପତି ରତିକାନ୍ତ ବାରାଲ ବିଧିବଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ସେ ପୂର୍ବରୁ...

ଅତାବିରାରେ ଶକ୍ତି ବଢ଼ାଉଛି ଭାଜପା

ଭେଡେନ,୨୯।୪(ସୁଦନ ମହାକୁର): ବରଗଡ଼ ଜିଲା ଭେଡେନ ରଞ୍ଜିତା ମିନି ଷ୍ଟାଡିୟମରେ ଭେଡେନ ବ୍ଲକ ଭାଜପା କର୍ମୀ ସମ୍ବିଳନୀ ଏବଂ ମିଶ୍ରଣ ପର୍ବ ସୋମବାର ଅନୁଷ୍ଠିତ ହୋଇଯାଇଛି।...

ବାଲିଗୁଡ଼ା ଆସନ ପାଇଁ ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ଦାଖଲ କଲେ ପ୍ରାର୍ଥିପତ୍ର

ବାଲିଗୁଡା,୨୯।୪:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ଖରା ସତ୍ତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri