ପଟ୍ଟାମୁଣ୍ଡାଇ ମୁଖ୍ୟ କେନାଲରେ ପାଣି ଛାଡିବାକୁ ଦାବି

ପଟ୍ଟାମୁଣ୍ଡାଇ,୨୫ା୪(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଅସହାୟ ଗୁଳଗୁଳି ସାଙ୍ଗକୁ ପ୍ରଚଣ୍ଡ ରୌଦ୍ରତାପରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛନ୍ତି। ସପ୍ତାହେ ହେଲା କ୍ରମାଗତ ଭାବେ ତାପମାତ୍ରା ବୃଦ୍ଧି ପାଉଥିବାରୁ ଦିନ ୧୦ଟା ପରେ ଘରୁ ପଦାକୁ ଗୋଡ କାଢି ହେଉନାହିଁ। ଏଥିସହ ଅସହୟ ଗୁଳଗୁଳି ପରିସ୍ଥିତିକୁ ଅଧିକ ସଙ୍ଗୀନ କରୁଛି। ଦିନର ତାପମାତ୍ରା ୪୦ ଡିଗ୍ରୀ ଛୁଇଁଛି। ଶ୍ରମିକ ଶ୍ରେଣୀର ଲୋକମାନେ କାମଧନ୍ଦା କରିବାକୁ ପଦାକୁ ଯିବା ପାଇଁ ସାହାସ ଜୁଟାଇ ପାରୁନାହାନ୍ତି। ଫଳରେ ସେମାନଙ୍କ ତେଲଲୁଣ ସଂସାର ଚଳାଇବା କଷ୍ଟକର ହୋଇପଡୁଛି। ଅନ୍ୟପକ୍ଷରେ ଗ୍ରୀଷ୍ମଋତୁ ଆରମ୍ଭରୁ ବାରମ୍ବାର ଅଘୋଷିତ ବିଦ୍ୟୁତ୍‌ କାଟ ପରିସ୍ଥିତକୁ ଅଣାୟତ କରୁଛି। ବିଦ୍ୟୁତ୍‌ କାଟର କାରଣକୁ ନେଇ ବିଭାଗୀୟ କର୍ତ୍ତୃପକ୍ଷ ନୀରବ ଥିବାବେଳେ ଏହାର ଠିକ୍‌ କାରଣ ସାଧାରଣ ଲୋକେ ଖୋଜି ପାଉନାହାନ୍ତି। ଅନ୍ୟପକ୍ଷରେ ଅତ୍ୟନ୍ତ ଗୁଳଗୁଳି ସାଙ୍ଗକୁ ତାପମାତ୍ରା ବୃଦ୍ଧି ଓ ଟାଣ ଖରା ପାଇଁ ବିଲରେ ପନିପରିବା ଫସଲ ଜଳି ମରି ଯାଇଥିବା ଦେଖିବାକୁ ମିଳୁଛି। ପଟ୍ଟାମୁଣ୍ଡାଇର କଷଣଅଣ୍ଟା, ତଳବାଲମିପଡା, ବାଲିପଡା, ନନ୍ଦିନୀନଗର, ସିଦ୍ଧପାଟଣା, ତନୁପୁର, ବାଛରା, ମଣ୍ଡପଡା, କାକୁଡିପଲ୍ଲୀ, ନୂଆଗାଁ, ବାଲିପାଟଣା, ଷଣ୍ଢପଲ୍ଲୀ, ନିମପୁର, ଅଳଭା, ଶ୍ରୀରାମପୁର, ପାଳପାଟଣା, କଦମ୍ବଦାଣ୍ଡି, ଡାମରପୁର, ବଳଭଦ୍ରପୁର, ଅଠରବାଟିଆ, ଛେଦରା, ଗୁଣୁପୁର, ହଳଧରପୁର, ଶିମିଳିଆ, ଡିହାପଡା, ଅଇନିପଡା, ବଡପଡା, ବଡମୋହନପୁର, ଦିହୁଡିପୁର, ଆମ୍ବେର, ଖଡିଅଣ୍ଟା ଆଦି ଅଞ୍ଚଳରେ ବ୍ୟାପକ ଭାବେ ପନିପରିବା ଫସଲ ଚାଷ ହୋଇଛି। ସେଗୁଡିକ ଟାଣ ଖରା ଓ ପାଣି ଅଭାବରୁ ବିଲରେ ମରି ନଷ୍ଟ ହେଇଯାଉଥିବା ଦେଖିବାକୁ ମିଳିଛି। ପଟ୍ଟାମୁଣ୍ଡାଇ ମୁଖ୍ୟ କେନାଲ ଓ ଏଥିରୁ ବାହାରି ଥିବା ଶାଖା କେନାଲଗୁଡିକ ବର୍ଷା ଦିନ ପରଠାରୁ ଶୁଖିଲା ପଡିଛି। ଅନ୍ତତଃ ପକ୍ଷେ ପଟ୍ଟାମୁଣ୍ଡାଇ ମୁଖ୍ୟ କେନାଲରେ ପାଣି ଛଡା ଗଲେ ଏଥିରୁ ବାହାରିଥିବା ଶାଖା କେନାଲରେ ପାଣି ଗଲେ ବ୍ୟାପକ ଅଞ୍ଚଳରେ ଜଳ ସମସ୍ୟା ସମାଧାନ ହେବା ସହ ଉତାପ ହ୍ରାସ ଦିଗ ପାଆନ୍ତା ବୋଲି ସାଧାରଣରେ ମତପ୍ରକାଶ ପାଇଛି। କେନାଲରେ ପାଣି ଛଡା ଗଲେ ଉଭୟପାର୍ଶ୍ୱରେ ଥିବା ଗ୍ରାମଗୁଡିକର ଜନସାଧାରଣ ଆଶ୍ୱସ୍ତି ଅନୁଭବ କରନ୍ତେ। ଅନ୍ୟପକ୍ଷରେ ଖରାଦିନ ପାଇଁ ଚାରଣଭୂମିଗୁଡିକରେ ଘାସ ଅଭାବରୁ ଓ ଗୃହପାଳିତ ପଶୁମାନଙ୍କୁ ଗୋପାଳକମାନେ ଗୋଠରେ ବାନ୍ଧି ଖାଦ୍ୟ ଦେବା ସମ୍ଭବ ହେଉ ନ ଥିବାରୁ ସେମାନଙ୍କୁ ଖୋଲା ଛାଡି ଦେଉଛନ୍ତି। ବର୍ତ୍ତମାନ ସମସ୍ତ ଗାଡିଆ ପୋଖରୀ ଶୁଖିଲା ପଡିଥିବାରୁ ଗୃହପାଳିତ ପଶୁପକ୍ଷୀମାନେ ତୃଷା ମେଣ୍ଟାଇବା ପାଇଁ ପାଣି ନ ପାଇ ଡହଳବିକଳ ହେଉଛନ୍ତି। ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ତାପମାତ୍ରା ହ୍ରାସ ନ ହେଲେ ପରିସ୍ଥିତି ଅଧିକ ଜଟିଳ ହୋଇ ପଡିବାର ସମ୍ଭାବନାକୁ ଏଡାଇ ଦିଆଯାଇ ନ ପାରେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri