ପଟ୍ଟାମୁଣ୍ଡାଇ ବାଇପାସ୍‌ଠାରୁ ମଦନପୁର ରାସ୍ତା ମରଣଯନ୍ତା

ପଟ୍ଟାମୁଣ୍ଡାଇ, ୩୧ା୧୦(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ପୂର୍ତ୍ତ ବିଭାଗ ସବ୍‌ଡିଭିଜନ ଅଧୀନରେ ଥିବା ରାସ୍ତାଗୁଡିକର ନିର୍ମାଣ ଓ ମରାମତି ପାଇଁ ସରକାରଙ୍କ ପକ୍ଷରୁ ଅର୍ଥ ବ୍ୟୟ ହେଉଛି। କିନ୍ତୁ ପଟ୍ଟାମୁଣ୍ଡାଇ ଓ ରାଜନଗରର ଲାଇଫ ଲାଇନ କୁହାଯାଉଥିବା ପଟ୍ଟାମୁଣ୍ଡାଇ ବାଇପାସଠାରୁ ମଦନପୁର ପର୍ଯ୍ୟନ୍ତ ରାସ୍ତା ମରଣଯନ୍ତା ପାଲଟିଛି। ଏହି ରାସ୍ତାର ପଟ୍ଟାମୁଣ୍ଡାଇ ବାଇପାସ ଛକଠାରୁ ଅଳଭା ପର୍ଯ୍ୟନ୍ତ ଖାଲଖମାରେ ପୂରି ରହିଛି। ବହୁ ସ୍ଥାନରେ ଆଣ୍ଠୁଏ ଲେଖାଏ ଗାଢ ସୃଷ୍ଟି ହୋଇଥିବା ଦେଖିବାକୁ ମିଳୁଛି।
ପ୍ରତିବର୍ଷ ଏହି ରାସ୍ତାର ମରାମତି ଓ ପୁନଃ ନିର୍ମାଣ କାର୍ଯ୍ୟ କରାଯାଉଥିଲେ ହେଁ ଯଥା ପୂର୍ବଂ ତଥା ପରଂ ଅବସ୍ଥା ସୃଷ୍ଟି ହୋଇଛି। ସତେକି ଏହି ରାସ୍ତାଟି ବିଭାଗ ଓ ଠିକାଦାରମାନଙ୍କ ପାଇଁ ଲେଉଟିଆ କିଆରି ପାଲଟିଛି। ଏହି ରାସ୍ତାକୁ ପ୍ରଶସ୍ତୀକରଣ ପାଇଁ ବିଭାଗ ପକ୍ଷରୁ ଗତ ୩ବର୍ଷ ଧରି କାର୍ଯ୍ୟ ହୋଇଥିଲେ ହେଁ ଠାଏ ଠାଏ କାର୍ଯ୍ୟ କରାଯାଇଥିବାବେଳେ ପରବର୍ତ୍ତୀ ପଦକ୍ଷେପ ନିଆଯାଉ ନ ଥିବାରୁ ଓଲଟି ଏହା କର୍ଦ୍ଦମାକ୍ତ ହୋଇ ଯାତାୟାତରେ ସମସ୍ୟା ସୃଷ୍ଟି କରୁଛି। ଗତ ଶାରଦୀୟ ଦୁର୍ଗାପୂଜା ଅବ୍ୟବହିତ ପୂର୍ବରୁ ପ୍ରଶାସନ ପକ୍ଷରୁ ଆହୁତ ଶାନ୍ତି କମିଟି ବୈଠକରେ ପୂର୍ତ୍ତ ବିଭାଗ ବଜାର ଦେଇ ଯାଇଥିବା କଲେଜ ରୋଡ୍‌ ରାସ୍ତା ଓ ବାଇପାସଠାରୁ ଅଳଭା ରାସ୍ତାର ଶୋଚନୀୟ ଅବସ୍ଥାକୁ ନେଇ ସଭ୍ୟମାନେ କ୍ଷୋଭ ପ୍ରକାଶ କରିଥିଲେ। ପୂର୍ତ୍ତ ବିଭାଗର ବିଭାଗୀୟ ଅଧିକାରୀମାନେ ବୈଠକରେ ଉପସ୍ଥିତ ଥାଇ ଏହି ରାସ୍ତା ଦ୍ୱୟର ମରାମତି ପାଇଁ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେଇଥିଲେ ହେଁ ତାହା ଏ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇନାହିଁ। ଅନ୍ୟପକ୍ଷରେ ପଟ୍ଟାମୁଣ୍ଡାଇ କଲେଜରୋଡ ବସୁପାତ୍ର ଛକରେ ଗାଡିଆ ସଦୃଶ ଖାଲ ଥିବାରୁ ସାମାନ୍ୟ ବର୍ଷା ହେଲେ ପାଣିର ସୁଅ ପଡି ପାଣିରେ ବୁଡି ରହୁଥିବା ଦେଖିବାକୁ ମିଳୁଛି। ଏହି ଛକଟି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହୋଇଥିବାବେଳେ ଏହି ବାଟ ଦେଇ ପଟ୍ଟାମୁଣ୍ଡାଇ, ରାଜନଗର, କେନ୍ଦ୍ରାପଡ଼ା ଓ ଜିଲା ବାହାରକୁ ମଧ୍ୟକୁ ଗାଡି ମୋଟର ଚଳାଚଳ କରିଥାଏ। ରାସ୍ତାର ଶୋଚନୀୟ ଅବସ୍ଥା ପାଇଁ ଏଠାରେ ଦୈନିକ ଛୋଟବଡ ଦୁର୍ଘଟଣାମାନ ଘଟୁଥିବାବେଳେ ଲୋକମାନେ ଛକ ପାର ହୋଇଯିବାକୁ ଆଣ୍ଠୁଏ, ଅଣ୍ଟାଏ ପାଣିରେ ପଶି ଯିବାକୁ ବାଧ୍ୟ ହେଉଛନ୍ତି। ବିଶେଷକରି ପଟ୍ଟାମୁଣ୍ଡାଇ ବାଇପାସ୍‌ ଛକଠାରୁ ଅଳଭା ଛକ ପର୍ଯ୍ୟନ୍ତ ରାସ୍ତାର ଅବସ୍ଥା ଏତେ ଗୁରୁତର ହୋଇପଡିଛି ଯେ, ଖାଲି ପାଦରେ ଚାଲି କରି ଯିବା ମଧ୍ୟ ଅସମ୍ଭବ ହୋଇପଡୁଛି। ଅନ୍ୟପକ୍ଷରେ ଏହି ରାସ୍ତାକାଯର୍‌ୟ ୧୮ କୋଟି ଟେଣ୍ଡର ହୋଇ ଆରମ୍ଭ ହୋଇଥିବାରୁ ପ୍ୟାଚ କାମ କରିବା ସମ୍ବବ ହୋଇ ନ ଥିଲା ବୋଲି ବିଭାଗ ପକ୍ଷରୁ କନିଷ୍ଠଯନ୍ତ୍ରୀ ଅଶୋକ ଜେନା କହିଛନ୍ତି। ଏହି ଗୁରୁତର ସମସ୍ୟା ପ୍ରତି କେନ୍ଦ୍ରାପଡ଼ା ଜିଲାପାଳ ଦୃଷ୍ଟି ଦେବା ସହ ତୁରନ୍ତ ଉକ୍ତ ରାସ୍ତାକୁ ଯିବା ଆସିବା ଉପଯକ୍ତ କରିବାକୁ ପଦକ୍ଷେପ ନେବାକୁ ସମ୍ପୃକ୍ତ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେବାକୁ ସାଧାରଣରେ ଦୃଢ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri