ପଟ୍ଟାମୁଣ୍ଡାଇ ପୌରାଞ୍ଚଳ: ବୃଦ୍ଧି ପାଉଛି ମଶା ଉପଦ୍ରବ

ପଟ୍ଟାମୁଣ୍ଡାଇ,୨୦ା୨ (କଳ୍ପତରୁ ନାୟକ):ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ମଶାବଂଶ ବୃଦ୍ଧି ଚିନ୍ତାର କାରଣ ହୋଇପଡ଼ିଥିବା ବେଳେ ଏମାନଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ପୌର କର୍ତ୍ତୃପକ୍ଷ ପରିମଳ ବ୍ୟବସ୍ଥା ପ୍ରତି ଯଥେଷ୍ଟ ଧ୍ୟାନ ଦେଉ ନ ଥିବାରୁ ମଶା ସହରବାସୀଙ୍କୁ ଅଥୟ କରିଦେଲେଣି। ଏହାର ନିରାକରଣ ଦିଗରେ ଆଖିଦୃଶିଆ ପଦକ୍ଷେପ ଗ୍ରହଣ କରାଯାଉନାହିଁ। ସଚେତନତା ନେଇ ମଧ୍ୟ କୌଣସି ପଦକ୍ଷେପ ନିଆଯାଉନାହିଁ। ଏବେ ସହରରେ ଯଜ୍ଞ ଆରମ୍ଭ ହେଉଥିବା ବେଳେ ବର୍ଜ୍ୟବସ୍ତୁ ସବୁ ପଡ଼ି ରହିଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବା ସହ ପ୍ରତିକ୍ରିୟା ପ୍ରକାଶ ପାଉଛି।
ପଟ୍ଟାମୁଣ୍ଡାଇ ପୌର ପରିଷଦ ଅଧୀନ ବିଭିନ୍ନ ଅଞ୍ଚଳରେ ଡ୍ରେନେଜ୍‌ ବ୍ୟବସ୍ଥାଠାରୁ ଆରମ୍ଭ କରି ବର୍ଜ୍ୟବସ୍ତୁ ପରିଚାଳନା ଠିକ୍‌ ଭାବେ କରାଯାଉ ନ ଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶେଷକରି ମଶାଙ୍କ ଉପଦ୍ରବରେ ସହରବାସୀ ଅତିଷ୍ଠ କରି ପକାଇଲାଣି। ଏ ନେଇ ଅଭିଯୋଗକଲେ କେବଳ ପ୍ରତିଶ୍ରୁତି ମିଳୁଥିବା ସ୍ଥାନୀୟ ଅଞ୍ଚଳବାସୀ କହିଛନ୍ତି। ସହରରେ ଦୋକାନୀଙ୍କ ବର୍ଜ୍ୟବସ୍ତୁ ପଡି ରହିବା ଫଳରେ ଜଳ ନିଷ୍କାସନରେ ବାଧକ ସାଜି ଜମି ରହୁଛି। ଅଧିକାଂଶ ସ୍ଥାନରେ ପାଇପ ଜଳ ଓ ଡ୍ରେନ୍‌ ପାଣି ନିଷ୍କାସନ ହୋଇ ନ ପାରି ରାସ୍ତା ଉପରେ ଢେଉ ଭାଙ୍ଗୁଛି। ଦୀର୍ଘଦିନ ଧରି ପାଣି ନିଷ୍କାସନ ନ ହୋଇ ଜମି ରହିବାରୁ ମଶା, ମାଛି ସହ ବିଭିନ୍ନ ଜୀବାଣୁଙ୍କ ଉତ୍ପତି ସ୍ଥଳ ପାଲଟିଛି। ଏମାନଙ୍କ ବଂଶ ବୃଦ୍ଧି ରୋକିବାରେ ପୌର ପରିଷଦ ପକ୍ଷରୁ ପଦକ୍ଷେପ ଗ୍ରହଣ କରା ନ ଯିବାରୁ ବିଭିନ୍ନ ରୋଗ ବ୍ୟାପିବାରେ ଲାଗିଛି। ପଟ୍ଟାମୁଣ୍ଡାଇ ସହରରେ ଥିବା ନାଳ ନର୍ଦ୍ଦମାକୁ ଠିକ୍‌ ଭାବେ ସଫେଇ କରାଯାଉ ନାହିଁ। ଏପରି କି ସେଥିରେ ମଶା ତେଲ ସିଞ୍ଚନ ହେଉନାହିଁ। ପୌରପାଳିକାର ସମସ୍ତ ୱାର୍ଡରେ ନିୟମିତ ଭାବେ ମଶା ଧୂଅଁା ଗାଡ଼ି ବୁଲାଯାଉନାହିଁ। ସହରର ଅନେକ ସ୍ଥାନରେ କୁଢ଼ କୁଢ଼ ଆବର୍ଜନା ଗଦା ହୋଇଥିଲେ ବି ତାହାକୁ ସଫା କରାଯାଉ ନାହଁି। ତେଣୁ ଆଗାମୀଦିନରେ ସହରରେ ଡେଙ୍ଗୁ, ମ୍ୟାଲେରିଆ ବ୍ୟାପିବାର ସମ୍ଭାବନା ରହିଛି। ବର୍ତ୍ତମାନ ପଟ୍ଟାମୁଣ୍ଡାଇର ଗଣପର୍ବ ଯଜ୍ଞ ଆରମ୍ଭ ହେଉଥିବାରୁ ବହୁ ଜନସମାଗମ ହେବ। ଏହିସବୁ ସମସ୍ୟାର ଯଥାଶୀଘ୍ର ସମାଧାନ କରି ମଶା ନିରାକରଣ କରା ନ ଗଲେ କଂଗ୍ରେସ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବ ବୋଲି ଜିଲା କଂଗ୍ରେସ ଓବିସି ସେଲ୍‌ ସଭାପତି ମଳୟ ଦାସ, ଯୁବନେତା ସତ୍ୟପ୍ରିୟ ସାମଲ, କାଉନସିଲର ସମ୍ରାଟ ଜେନା, ଦଳିତ ସେଲ୍‌ ସଭାପତି ସର୍ବଶ୍ୱେର ସେଠୀ, ତପନ ପାତ୍ର ପ୍ରମୁଖ ଦାବି କରିଛନ୍ତି। ଏ ସମ୍ପର୍କରେ ପୌର ନିର୍ବାହୀ ଅଧିକାରୀ ଅଜିତ ନାରାୟଣ ଗିରିଙ୍କୁ ପଚାରିବାରେ ପୌର ପରିଷଦ ପକ୍ଷରୁ ଡ୍ରେନ୍‌ଗୁଡ଼ିକ ସଫା କରାଯାଉଛି। ମାତ୍ର ଠିକ୍‌ ଢଙ୍ଗରେ ସଫେଇ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ପରିମଳ ବିଭାଗକୁ କହିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri