ପୌଡେଲ ହେବେ ନେପାଳ ରାଷ୍ଟ୍ରପତି

କାଠମାଣ୍ଡୁ,୨୬।୨(ପି.ଟି.): ନେପାଳୀ କଂଗ୍ରେସର ବରିଷ୍ଠ ନେତା ରାମଚନ୍ଦ୍ର ପୌଡେଲ୍‌ ନେପାଳର ପରବର୍ତ୍ତୀ ରାଷ୍ଟ୍ରପତି ହେବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ‘ପ୍ରଚଣ୍ଡ’ଙ୍କ ସିପିଏନ୍‌-ମାଓଇଷ୍ଟ ସେଣ୍ଟର ସମେତ ୮ଟି ଦଳ ତାଙ୍କ ପ୍ରାର୍ଥତ୍ତ୍ୱକୁ ସମର୍ଥନ କରିଛନ୍ତି। ମାର୍ଚ୍ଚ ୯ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ତାଙ୍କ ସହ ସିପିଏନ୍‌-ୟୁଏମ୍‌ଏଲ୍‌ ପ୍ରାର୍ଥୀ ସୁବାସ ନେମବାଙ୍ଗ୍‌ଙ୍କର ପ୍ରତିଦ୍ୱନ୍ଦ୍ୱିତା ହେବ। ଶନିବାର ଉଭୟ ନାମାଙ୍କନପତ୍ର ଦାଖଲ କରିଛନ୍ତି। ପୌଡେଲଙ୍କ ନାମାଙ୍କନପତ୍ରରେ ୮ଟି ଦଳର ସମର୍ଥନ ରହିଥିବାବେଳେ କଂଗ୍ରେସ ଅଧ୍ୟକ୍ଷ ଶେର ବାହାଦୁର ଦେଉବା, ସିପିଏନ୍‌ (ୟୁନିଫାଏଡ୍‌ ସୋସିଆଲିଷ୍ଟ) ଅଧ୍ୟକ୍ଷ ମାଧବ କୁମାର ନେପାଳ, ମାଓବାଦୀ ସେଣ୍ଟର ବରିଷ୍ଠ ଉପାଧ୍ୟକ୍ଷ ନାରାୟଣ କାଜି ଶ୍ରେଷ୍ଠ, ଜନତା ସମାଜବାଦୀ ପାର୍ଟି ଫେଡେରାଲ କାଉନସିଲ୍‌ ଅଧ୍ୟକ୍ଷ ଅଶୋକ ରାୟ ଏବଂ ଜନମତ ପାର୍ଟି ନେତା ଅବଦୁଲ ଖାନ୍‌ ପ୍ରସ୍ତାବକ ରହିଥିଲେ। ପୌଡେଲ ନିର୍ବାଚିତ ହେବା ଏକପ୍ରକାର ନିଶ୍ଚିତ ବୋଲି କୁହାଯାଉଛି। ବର୍ତ୍ତମାନର ରାଷ୍ଟ୍ରପତି ବିଦ୍ୟାଦେବୀ ଭଣ୍ଡାରୀଙ୍କ କାର୍ଯ୍ୟକାଳ ମାର୍ଚ୍ଚ ୧୨ରେ ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟଙ୍କ ସମେତ ୯ ମୃତ୍ୟୁ

ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ...

ଇରାନ୍‌ ଉପରେ ବଦ୍‌ଲା ନେଲା ଇସ୍ରାଏଲ୍‌

ଜେରୁଜେଲମ୍‌,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri