Posted inଖେଳ

ଇତିହାସ ରଚିଲେ ଆୟାରଲାଣ୍ଡ ବ୍ୟାଟ୍ସମ୍ୟାନ୍‌: କୋହଲିଙ୍କୁ ପଛରେ ପକାଇଲେ

ନୂଆଦିଲ୍ଲୀ,୧୦।୧୦: ଟି-୨୦ କ୍ରିକେଟରେ ଅଧିକାଂଶ ଚୌକା ମାରିବା ପ୍ରସଙ୍ଗରେ ଆୟାରଲାଣ୍ଡର ତାରକା ବ୍ୟାଟ୍ସମ୍ୟାନ ପଲ ଷ୍ଟିରଲିଂ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ପଛରେ ପକାଇ ଦେଇଛନ୍ତି। ଅନ୍ତର୍ଜାତୀୟ ଟି -୨୦ କ୍ରିକେଟରେ ସର୍ବାଧିକ ଚୌକା ମାରିବା ବ୍ୟାଟ୍ସମ୍ୟାନ ହୋଇଛନ୍ତି ଷ୍ଟିରଲିଂ। ସେ ରବିବାର ୟୁଏଇ ବିପକ୍ଷରେ ଏହି ସଫଳତା ହାସଲ କରିଛନ୍ତି। ୟୁଏଇ ବିପକ୍ଷରେ ଓପନର ଷ୍ଟିରଲିଂ ୩୫ ବଲରେ ୪୦ ରନ ସଂଗ୍ରହ କରିଥିଲେ। ସେଥିରେ ୪ଟି ଚୌକା ସାମିଲ ଥିଲା ଏହା ସହ ସେ ଅନ୍ତର୍ଜାତୀୟ ଟି -୨୦ କ୍ରିକେଟରେ ମୋଟ ୨୮୮ ଚୌକା ମାରିଛନ୍ତି। କୋହଲିଙ୍କର ଏବେ ୨୮୫ ଚୌକା ରହିଛି। କୋହଲିଙ୍କଠାରୁ କମ ମ୍ୟାଚ୍‌ରେ ଷ୍ଟାରଲିଂ ଏହି ପ୍ରଦର୍ଶନ କରିଥିଲେ। ସେ ତାଙ୍କର ୮୯ତମ ଅନ୍ତର୍ଜାତୀୟ ଟି -୨୦ ମ୍ୟାଚ ରେ ଏହି ରେକର୍ଡ ସୃଷ୍ଟି କରିଛନ୍ତି। କୋହଲି ୯୦ଟି ମ୍ୟାଚରେ ଏହା କରିଥିଲେ। ଷ୍ଟାରଲିଂ ଏବଂ କୋହଲି ବ୍ୟତୀତ ତୃତୀୟ ସ୍ଥାନରେ ନ୍ୟୁଜିଲାଣ୍ଡର ମାର୍ଟିନ ଗୁପ୍ତିଲ, ଚତୁର୍ଥ ସ୍ଥାନରେ ଭାରତର ରୋହିତ ଶର୍ମା ଏବଂ ପାଞ୍ଚ ନମ୍ବରରେ ଅଷ୍ଟ୍ରେଲିଆର ଆରୋନ ଫିଞ୍ଚ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟ ପୋଲିସିଂ’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦ସୂତ୍ରୀ ବ୍ଲୁ-ପ୍ରିଣ୍ଟ: ଜାଣନ୍ତୁ କ’ଣ…

ଭୁବନେଶ୍ୱର, ୩୦।୮ (ସୁନିତ୍‌ ମିଶ୍ର): ଭୁବନେଶ୍ୱରସ୍ଥିତ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର…

ଗରିବ ହୋଇ ରହିବୁ

ଚଳିତ ସପ୍ତାହରେ ଏକ ବିଦେଶୀ ଗଣମାଧ୍ୟମ ମୋର ସାକ୍ଷାତ୍‌କାର ନେଇଥିଲା। ଏହା ଶେଷ ହେବା ପରେ ସାକ୍ଷାତ୍‌କାର ନେଇଥିବା ଖବରଦାତା କହିଥିଲେ, ଭାରତର ସ୍ଥିତି ଏଭଳି ହୋଇଛି…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri