ଉପାନ୍ତ ଇଲାକା ପାଇଁ ପକ୍କା ରାସ୍ତା ସ୍ବପ୍ନ

ଭବାନୀପାଟଣା, ୧୫।୬(ଉତ୍ତମ କୁମାର ଦାଶ) ଗାଁକୁ ବିକାଶ ଦିଗରେ ନେବା ପାଇଁ ସରକାର ଅନେକ ଯୋଜନା କରିଛନ୍ତି। ଗାଁକୁ ଚାଲ ଗାଁକୁ ଗଢ ଏଭଳି କିଛି ସ୍ଲୋଗାନ ନେଇ ଗ୍ରାମାଞ୍ଚଳର ବିକାଶ ପାଇଁ ସରକାର ବିଭିନ୍ନ ଯୋଜନା ମାଧ୍ୟରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ପ୍ରଶାସନିକ ଅବହେଳା ଯୋଗୁ ଆଜି ବି ଉପାନ୍ତ ଅଞ୍ଚଳରେ ପହଞ୍ଚତ୍ପାରି ନାହିଁ ସରକାରଙ୍କ ବିକାଶ। ଏପରି ଏକ ଗାଁ ହେଉଛି କଳାହାଣ୍ଡି ଜିଲାର ଅପହଞ୍ଚ ଇଲାକା ଭାବେ ପରିଚିତ ଥୁଆମୂଳ ରାମପୁର ବ୍ଲକ ତୁମୁନିଖୋଲ ଗାଁ। ଯେଉଁଠାରେ ଆଜି ବି ମୌଳିକ ସୁବିଧାରୁ ବଞ୍ଚତ୍ତ ଏଠାକାର ଲୋକେ। ଗାଁକୁ ଖାଲଖମା ପଥୁରିଆ ଘାଟି ରାସ୍ତାରେ ଯିବାକୁ ପଡିଥାଏ। ଯେଉଁଠି ସାଇକେଲ କିମ୍ବା ଦୁଇ ଚକିଆ ଯିବା ତ ଦୂରର କଥା ଚାଲିକି ଯିବା ବି ମୁସ୍କିଲ। ବ୍ଲକ ମୁଖ୍ୟାଳୟଠାରୁ ପ୍ରାୟ ୪୦ କିଲୋମିଟର ଦୂରରେ ଥିବା ଗାଁର ରାସ୍ତାକୁ ଦେଖିଲେ ମନେ ହେଉଛି ସରକାରଙ୍କ ବିକାଶ ମାନଚିତ୍ରରୁ ଅଦୃଶ୍ୟ ଏହି ଉପାନ୍ତ ଗାଁ। କେବଳ ଏ ଗୋଟିଏ ଗାଁ ନୁହେଁ ବରଂ ଏମିତି ଅନେକ ଗାଁ ଅଛି ଯେଉଁଠିକି ଆଜି ବି ପକ୍କା ରାସ୍ତା ପାଇଁ ଲୋକେ ସଂଘର୍ଷ କରୁଛନ୍ତି। ସେହିପରି ଦୁଇଟି ନାଳ ଓ ନାଗାବଳୀ ନଦୀ ଦେଇ ଘାଟି ରାସ୍ତା ଦେଇ ଗଲେ ପଡେ ବିଲାମାଲ ଗାଁ। କଳାହାଣ୍ଡି ଓ ରାୟଗଡା ଜିଲା ସୀମାନ୍ତ ଏହି ଗାଁ ବ୍ଲକଠାରୁ ପ୍ରାୟ ୭୦ କିଲୋମିଟର ଦୂରରେ ଥିବା ବେଳେ ଏହି ଗ୍ରାମବାସୀ ନିଜର ଦୈନନ୍ଦିନ କାର୍ଯ୍ୟ ପାଇଁ ରାୟଗଡା ଜିଲା ଉପରେ ନିର୍ଭର କରନ୍ତି। କୌଣସି ପଟୁ ଗାଁକୁ ରାସ୍ତାଟିଏ ନ ଥିବାରୁ ଆମ୍ବୁଲାନ୍ସ ଆସି ପାରୁନାହିଁ। ଫଳରେ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ଗ୍ରାମବାସୀ। ଗାଁକୁ ରାସ୍ତା ନିର୍ମାଣ ନେଇ ବାରମ୍ବାର ଉପାନ୍ତ ଇଲାକାର ଲୋକେ ସରକାରୀ ବାବୁଙ୍କଠାରୁ ଆରମ୍ଭ କରି ନିର୍ବାଚିତ ଜନପ୍ରତିନିଧିଙ୍କ ନିକଟରେ ଅଭିଯୋଗ ପରେ ମଧ୍ୟ କୌଣସି ସୁଫଳ ମିଳି ନ ଥିବା ଅଭିଯୋଗ କରିଛନ୍ତି ଲୋକେ। ହେଲେ ଲୋକଙ୍କ ଏହି ସମସ୍ୟା ପ୍ରତି ସତେ ଯେମିତି ସରକାରୀ ବାବୁଙ୍କ ନଜର ନାହିଁ। ତେବେ ଏ ନେଇ ସ୍ଥାନୀୟ ବିଡିଓ ଶୁଭ୍ରକାନ୍ତ ନାୟକଙ୍କୁ ପଚାରିବାରୁ ପ୍ରତ୍ୟେକ ଗାଁକୁ ପକ୍କା ରାସ୍ତା ପାଇଁ ପଦକ୍ଷେପ ନିଆଯାଉଛି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri