ବାରିପଦା ଅଫିସ,୨୭।୮: ମୟୂରଭଞ୍ଜ ଜିଲା ବାରିପଦା ମୁଢିର ସ୍ବତନ୍ତ୍ର ସ୍ବାଦ ରାଜ୍ୟ ତଥା ଦେଶ ବିଦେଶରେ ପରିଚିତ। ଜିଲାର ଶତପ୍ରତିଶତ ଲୋକ ମୁଢିକୁ ପ୍ରତିଦିନ ବ୍ୟବହାର କରିଥାନ୍ତି। ମୁଢି ମାଂସର ଚାହିଦା ପାଇଁ ବାରିପଦା ମୁଢ଼ି ପ୍ରସିଦ୍ଧ। ମେଳା ମହୋତ୍ସବ,ଭୋଜି ଓ ବିବାହ ଉତ୍ସବ ଆଦିରେ ମୁଢ଼ିକୁ ଖୋଜାପଡ଼େ। ଏହାକୁ ଘରେ ଘରେ ପ୍ରସ୍ତୁତି କରାଯାଉଥିବା ବେଳେ ଗଁା ଗଣ୍ଡାରେ ମଢ଼ି ଭଜା ଫ୍ୟାକ୍ଟ୍ରି ରହିଛି। ଜିଲାରେ ପ୍ରାୟ ୫ଶହରୁ ଊର୍ଦ୍ଧ୍ୱ ମୁଢ଼ି ଫ୍ୟାକ୍ଟ୍ରି ରହିଥିବା ବେଳେ ଏଥିରେ ବହୁ ଲୋକ ନିୟୋଜିତ ହୋଇ ବେଶ ଦୁଇ ପଇସା ରୋଜଗାର କରିପାରୁଛନ୍ତି। ତେବେ ଏହି ମୁଢ଼ିର ଜିଆଇ ଟ୍ୟାଗ୍ (ଭୌଗଳିକ ପରିଚୟ) ମାନ୍ୟତା ପାଇଁ ସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି।
ରାଜ୍ୟ ସରକାରଙ୍କ ବିଜ୍ଞାନ ଓ କାରିଗରୀ ବିଭାଗ କମିଶନଙ୍କ ପକ୍ଷରୁ ବାରିପଦା ମୁଢିର ପଞ୍ଜୀକରଣ ନିମନ୍ତେ ଆବଶ୍ୟକ ତଥ୍ୟ ପ୍ରଦାନ କରିବାକୁ ମୟୂରଭଞ୍ଜ ଜିଲାପାଳଙ୍କୁ ଚିଠି ମାଧ୍ୟମରେ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ମୁଢ଼ି ବ୍ୟବସାୟୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳି ଯାଇଛି। ଦୀର୍ଘ ଦିନ ଧରି ବାରିପଦା ମୁଢ଼ିକୁ ଜିଆଇ ଟ୍ୟାଗ୍ ମାନ୍ୟତା ପ୍ରଦାନ କରିବାକୁ ଜିଲାବାସୀ ଦାବି କରି ଆସୁଥିଲେ। ଏହାକୁ ନେଇ ବିଭାଗୀୟ ପତ୍ର ସଂଖ୍ୟା ୩୨୯୨/୨୪ା୮ା ୨୦୨୨ରେ ଜିଲାପାଳ ବିନୀତ ଭରଦ୍ୱାଜଙ୍କୁ ଏହାର ପଞ୍ଜୀକରଣ ପାଇଁ ଆବଶ୍ୟକ ତଥ୍ୟ ମାଗିବା ସହିତ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ ପାଇଁ ବିଜ୍ଞାନ ଓ କାରିଗରୀ କୌଶଳ ବିଭାଗର କମିଶନର ତଥା ସଚିବ ସୁରେଶ ଚନ୍ଦ୍ର ବଶିଷ୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ମୁଢ଼ିର ପ୍ରସ୍ତୁତି ପ୍ରଣାଳୀ, ଉପତ୍ାଦ ସୂଚନା ଫର୍ମ, ଆବେଦନକାରୀ. ସୋସାଇଟିଙ୍କ ନାମ, ଉପତ୍ାଦ ସାମଗ୍ରୀ ବିବରଣୀ, ଶ୍ରେଣୀ, ଉପତ୍ାଦନର ଭୌଗଳିକ ଏରିଆ ଓ ମାନଚିତ୍ର, ଉତ୍ପାଦନର ମୂଳ ସମ୍ବନ୍ଧୀୟ ଐତିହାସିକ ପ୍ରମାଣ,ବିଶେଷତ୍ୱ ଓ ତଦାରଖକାରୀ ଦଳ ସମ୍ପର୍କିତ ସମସ୍ତ ବିବରଣୀ ଓ ଆବେଦନର ମାଧ୍ୟମ ସମ୍ପର୍କରେ ତଥ୍ୟ ପ୍ରଦାନ କରିବାକୁ ଚିଠିରେ ଉଲ୍ଲେଖ ରହିଛି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
କ୍ରିକେଟ କପ୍: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ
କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...
ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ
ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...
ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ
ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...
ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର
ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...
ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ
ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) : ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...
ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ
ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...
ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ
ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...
ଭଟାପଲା, ବିଜାପାଟିରେ ଧାନ କିଣା ଆରମ୍ଭ: ପ୍ରଥମ ଦିନରେ ୧୩ ଚାଷୀଙ୍କ ଉଠିଲା ଧାନ
କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ରବିବାର ବୋରପଦର ପଞ୍ଚାୟତର ଭଟାପଲାଠାରେ ଧାନ ମଣ୍ଡି...
Archives


