ଜିଆଇ ଟ୍ୟାଗ୍‌ ମାନ୍ୟତା ପାଇଁ ବାଟ ଫିଟିଲା

ବାରିପଦା ଅଫିସ,୨୭।୮: ମୟୂରଭଞ୍ଜ ଜିଲା ବାରିପଦା ମୁଢିର ସ୍ବତନ୍ତ୍ର ସ୍ବାଦ ରାଜ୍ୟ ତଥା ଦେଶ ବିଦେଶରେ ପରିଚିତ। ଜିଲାର ଶତପ୍ରତିଶତ ଲୋକ ମୁଢିକୁ ପ୍ରତିଦିନ ବ୍ୟବହାର କରିଥାନ୍ତି। ମୁଢି ମାଂସର ଚାହିଦା ପାଇଁ ବାରିପଦା ମୁଢ଼ି ପ୍ରସିଦ୍ଧ। ମେଳା ମହୋତ୍ସବ,ଭୋଜି ଓ ବିବାହ ଉତ୍ସବ ଆଦିରେ ମୁଢ଼ିକୁ ଖୋଜାପଡ଼େ। ଏହାକୁ ଘରେ ଘରେ ପ୍ରସ୍ତୁତି କରାଯାଉଥିବା ବେଳେ ଗଁା ଗଣ୍ଡାରେ ମଢ଼ି ଭଜା ଫ୍ୟାକ୍ଟ୍ରି ରହିଛି। ଜିଲାରେ ପ୍ରାୟ ୫ଶହରୁ ଊର୍ଦ୍ଧ୍ୱ ମୁଢ଼ି ଫ୍ୟାକ୍ଟ୍ରି ରହିଥିବା ବେଳେ ଏଥିରେ ବହୁ ଲୋକ ନିୟୋଜିତ ହୋଇ ବେଶ ଦୁଇ ପଇସା ରୋଜଗାର କରିପାରୁଛନ୍ତି। ତେବେ ଏହି ମୁଢ଼ିର ଜିଆଇ ଟ୍ୟାଗ୍‌ (ଭୌଗଳିକ ପରିଚୟ) ମାନ୍ୟତା ପାଇଁ ସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି।
ରାଜ୍ୟ ସରକାରଙ୍କ ବିଜ୍ଞାନ ଓ କାରିଗରୀ ବିଭାଗ କମିଶନଙ୍କ ପକ୍ଷରୁ ବାରିପଦା ମୁଢିର ପଞ୍ଜୀକରଣ ନିମନ୍ତେ ଆବଶ୍ୟକ ତଥ୍ୟ ପ୍ରଦାନ କରିବାକୁ ମୟୂରଭଞ୍ଜ ଜିଲାପାଳଙ୍କୁ ଚିଠି ମାଧ୍ୟମରେ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ମୁଢ଼ି ବ୍ୟବସାୟୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳି ଯାଇଛି। ଦୀର୍ଘ ଦିନ ଧରି ବାରିପଦା ମୁଢ଼ିକୁ ଜିଆଇ ଟ୍ୟାଗ୍‌ ମାନ୍ୟତା ପ୍ରଦାନ କରିବାକୁ ଜିଲାବାସୀ ଦାବି କରି ଆସୁଥିଲେ। ଏହାକୁ ନେଇ ବିଭାଗୀୟ ପତ୍ର ସଂଖ୍ୟା ୩୨୯୨/୨୪ା୮ା ୨୦୨୨ରେ ଜିଲାପାଳ ବିନୀତ ଭରଦ୍ୱାଜଙ୍କୁ ଏହାର ପଞ୍ଜୀକରଣ ପାଇଁ ଆବଶ୍ୟକ ତଥ୍ୟ ମାଗିବା ସହିତ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ ପାଇଁ ବିଜ୍ଞାନ ଓ କାରିଗରୀ କୌଶଳ ବିଭାଗର କମିଶନର ତଥା ସଚିବ ସୁରେଶ ଚନ୍ଦ୍ର ବଶିଷ୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ମୁଢ଼ିର ପ୍ରସ୍ତୁତି ପ୍ରଣାଳୀ, ଉପତ୍ାଦ ସୂଚନା ଫର୍ମ, ଆବେଦନକାରୀ. ସୋସାଇଟିଙ୍କ ନାମ, ଉପତ୍ାଦ ସାମଗ୍ରୀ ବିବରଣୀ, ଶ୍ରେଣୀ, ଉପତ୍ାଦନର ଭୌଗଳିକ ଏରିଆ ଓ ମାନଚିତ୍ର, ଉତ୍ପାଦନର ମୂଳ ସମ୍ବନ୍ଧୀୟ ଐତିହାସିକ ପ୍ରମାଣ,ବିଶେଷତ୍ୱ ଓ ତଦାରଖକାରୀ ଦଳ ସମ୍ପର୍କିତ ସମସ୍ତ ବିବରଣୀ ଓ ଆବେଦନର ମାଧ୍ୟମ ସମ୍ପର୍କରେ ତଥ୍ୟ ପ୍ରଦାନ କରିବାକୁ ଚିଠିରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୭ ଠିକଣାରେ ଚଢ଼ାଉ

ଧର୍ମଶାଳା,୧୨।୧୦(ଶିବପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍ । ମୋଟ ୭ଟି ସ୍ଥାନରେ ଚଢାଉ ଜାରି ରହିଥିବା ସୂଚନା ରହିଛି । ଆୟ ବହିର୍ଭୂତ…

ବଲାଙ୍ଗୀର-ଦେଓଗାଁ ରାସ୍ତାରେ ଦୁର୍ଘଟଣା, ଜଙ୍ଗଲକୁ ପଶିଗଲା ଟମାଟୋ ବୋଝେଇ ଟ୍ରକ୍

ବଲାଙ୍ଗୀର,୧୨।୧୦(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ଦେଓଗାଁ ମୁଖ୍ୟ ରାସ୍ତା ଏନଏଚ ୨୬ରେ ଦୁର୍ଘଟଣା ଘଟିଛି । ଦେଓଗାଁ ଚିନିକଳ କଲୋନୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଜଙ୍ଗଲ…

ଘସିପୁରାରେ ମହିଳାଙ୍କୁ ହତ୍ୟା ଉଦ୍ୟମ : ବାପା-ପୁଅ ଗିରଫ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୨ା୧୦(ଶୁଭକାନ୍ତ ନାୟକ/ଶ୍ରୀଧର ମହାରଣା/ନିରାକାର ପରିଡା): କେନ୍ଦୁଝର ଜିଲା ଘସିପୁରା ଅଞ୍ଚଳର ଜଣେ ମହିଳାଙ୍କୁ କିଛି ଲୋକ ମିଳିମିଶି ଅଟକାଇବା, ଅଶ୍ଳୀଳ ଭାଷାରେ ଗାଳି ଦେବା ସହିତ ହତ୍ୟା…

କେସିଙ୍ଗା ଛାତ୍ର ସଂସଦ ନିର୍ବାଚନ, ବିଜେଡି ପ୍ରାର୍ଥୀ ଅନୁଭବଙ୍କ ନାମାଙ୍କନ କାୟମ

କେସିଙ୍ଗା,୧୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ବିଜେଡି ସମର୍ଥିତ ଛାତ୍ର ନେତା ଅନୁଭବ ପଟ୍ଟନାୟକ ସଭାପତି ପଦ ପାଇଁ ନାମାଙ୍କନ କାୟମ୍ କଲେ ମହାବିଦ୍ୟାଳୟର ନିର୍ବାଚନ…

ବାଙ୍କୀ ସ୍ବୟଂଶାସିତ କଲେଜରେ ବୋମାମାଡ଼; ଝରକା ଭାଙ୍ଗିଲା, କାନ୍ଥ ଫାଟିଲା

ବାଙ୍କୀ,୧୨ା୧୦(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ନିର୍ବାଚନକୁ ନେଇ ରବିବାର ରାତିରେ ବୋମାମାଡ଼ ହୋଇଛି। ବୋମାମାଡ଼ ଫଳରେ କଲେଜ ଆସବାବପତ୍ର ସହ ଝରକା ଏବଂ କବାଟ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?