ମୋଦିଙ୍କ ପାଦ ନଛୁଇଁ ଏହି ଷ୍ଟାରଙ୍କ ପାଦ ଛୁଇଁଲେ ଉପ-ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୧୨।୬: ଟିଡିପି ନେତା ଏନ ଚନ୍ଦ୍ରବାବୁ ନାଇଡୁ ବୁଧବାର ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଚନ୍ଦ୍ରବାବୁଙ୍କ ସହ ତାଙ୍କ କ୍ୟାବିନେଟର ଅନେକ ସଦସ୍ୟ ମଧ୍ୟ ମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ଏହି ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦି ଯୋଗ ଦେଇଥିଲେ। ଏହି ଅବସରରେ ଦକ୍ଷିଣୀ ସୁପରଷ୍ଟାର ପୱନ କଲ୍ୟାଣ ମଧ୍ୟ ଶପଥ ଗ୍ରହଣ କରିଛନ୍ତି।

ପୱନ କଲ୍ୟାଣ ହେଉଛନ୍ତି ଜନସେନା ପାର୍ଟିର ପ୍ରତିଷ୍ଠାତା। ସେ ପିଥାପୁରମ ବିଧାନସଭା ଆସନରୁ ବିଧାୟକ ଭାବରେ ର୍ନିବାଚିତ ହୋଇଛନ୍ତି। ସେ ନାଇଡୁ କ୍ୟାବିନେଟରେ ଉପ-ମୁଖ୍ୟମନ୍ତ୍ରୀ ହେବେ। ଚନ୍ଦ୍ରବାବୁ ନାଇଡୁଙ୍କ ପରେ ଶପଥ ଗ୍ରହଣ କରିଥିବା ପୱନ କଲ୍ୟାଣ ପ୍ରଥମେ ମଞ୍ଚରେ ଉପସ୍ଥିତ ଥିବା ସମସ୍ତଙ୍କୁ ଅଭିବାଦନ ଜଣାଇଥିଲେ। ଏମିତି କି ସେ ପ୍ରଧାନମନ୍ତ୍ରୀଙ୍କୁ ହାତ ଯୋଡ଼ି ନମସ୍କାର କରିଥିଲେ । ତା’ପରେ ସେ ଫେରି ଆସି ଜଣେ ବ୍ୟକ୍ତିଙ୍କ ପାଦ ଛୁଇଁଥିଲେ । ଏହି ବ୍ୟକ୍ତି ତାଙ୍କ ବଡ଼ ଭାଇ ତଥା ମେଗା ଷ୍ଟାର ଚିରଞ୍ଜୀବୀ ।

ପୱନ କଲ୍ୟାଣଙ୍କ ଭାଇ ମେଗାଷ୍ଟାର ଚିରଞ୍ଜୀବୀ ଏବଂ କୋନିଡେଲା ନାଗେନ୍ଦ୍ରବାବୁ ମଧ୍ୟ ଚଳଚ୍ଚିତ୍ର ଅଭିନେତା। ପୱାନ ତାଙ୍କର ଚଳଚ୍ଚିତ୍ର ଯାତ୍ରା ୧୯୯୬ରେ ଆରମ୍ଭ କରିଥିଲେ । ତେଲୁଗୁ ବ୍ୟତୀତ ସେ ଅନ୍ୟାନ୍ୟ ଭାଷାରେ ସୁପର ହିଟ ଫିଲ୍ମ ମଧ୍ୟ ଦେଇଛନ୍ତି। ପୱାନ ୨୦୦୮ରେ ରାଜନୀତିରେ ପ୍ରବେଶ କରିଥିଲେ। ସେ ତାଙ୍କ ଭାଇ ଚିରଞ୍ଜୀବୀଙ୍କ ଦ୍ୱାରା ପ୍ରତିଷ୍ଠିତ ପ୍ରଜା ରାଜ୍ୟମ୍‌ ପାର୍ଟିର ଯୁବ ୱିଙ୍ଗର ସଭାପତି ଭାବରେ କାର୍ଯ୍ୟ କରିଥିଲେ। ପରେ ୨୦୧୪ରେ ସେ ଜନସେନା ପାର୍ଟିର ସ୍ଥାପନ କରିଥିଲେ ।

ଦୁଇଥର ବିଧାନସଭା ନିର୍ବାଟନରେ ଲଢ଼ି ସେ ପରାଜିତ ହୋଇଛନ୍ତି । ତଥାପି ସେ ରାଜନୀତି ଛାଡ଼ିନଥିଲେ। ୧୦ ବର୍ଷ ଧରି ନିରନ୍ତର କାର୍ଯ୍ୟ କରିବା ପରେ ସେ ସଫଳତା ପାଇଛନ୍ତି । ତୃତୟୀଥର ବିଧାନସଭା ନିର୍ବାଚନ ଲଢ଼ି ସେ ବହୁମତରେ ବିଜୟୀ ହୋଇଛନ୍ତି । ଏଥିସହିତ ତାଙ୍କ ଦଳ ମଧ୍ୟ ଶହେ ପ୍ରତିଶତ ନିର୍ବାଚନ ଜିତିଛି । ଭାଜପା ଏବଂ ଟିଡିପି ସହିତ ମେଣ୍ଟ କରି ଦଳ ୨୧ ଆସନରେ ପ୍ରାର୍ଥୀ ଦେଇଥିଲା । ଦଳ ସମସ୍ତ ଆସନରେ ଜିତି ଚର୍ଚ୍ଚାକୁ ଆସିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ପଶ୍ଚିମ ଏସିଆରେ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri