ଏହି ଆସନରୁ ସ୍ବାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ପଓ୍ବନ ସିଂ

ପାଟନା,୧୦ା୪: ଭୋଜପୁରୀ ସୁପରଷ୍ଟାର ପଓ୍ବନ ସିଂଙ୍କ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ବାସ୍ତବରେ ପାଓ୍ବାର ଷ୍ଟାର ନାମରେ ଜଣାଶୁଣା ପଓ୍ବନ ସିଂହ କରାକାଟ୍‌ରୁ ନିର୍ବାଚନ ଲଢ଼ିବାକୁ ଘୋଷଣା କରିଛନ୍ତି। ତେବେ ପଓ୍ବନ କୌଣସି ଦଳରୁ ନିର୍ବାଚନ ଲଢ଼ିବେ ନାହିଁ। ସେ କରାକାଟ୍‌ ଆସନରୁ ସ୍ବାଧୀନ ପ୍ରାର୍ଥୀ ଭାବରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ଏହି ଆସନରେ ଉପେନ୍ଦ୍ର କୁଶଓ୍ବାଙ୍କୁ ଏନ୍‌ଡିଏ ଟିକେଟ୍‌ ଦେଇଛି। ରାଜାରାମ ସିଂ ସିପିଆଇ (ଏମ୍‌ଏଲ୍‌) ପକ୍ଷରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।

ସୋସିଆଲ ମିଡିଆ ସାଇଟ୍‌ ‘ଏକ୍ସ’ରେ ପ୍ରତିଦ୍ୱନ୍ଦ୍ୱିତା ବିଷୟରେ ସୂଚନା ଦେଇ ପଓ୍ବନ କହିଛନ୍ତି, ସେ କରାକାଟ୍‌ ଆସନରୁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ସେ ତାଙ୍କ ପୋଷ୍ଟରେ ଲେଖିଛନ୍ତି, ‘ମାତା ଗୁରୁତ୍ତରା ଭୂମିରୁ’ ଅର୍ଥାତ୍‌ ମା’ ଏହି ଭୂମିଠାରୁ ଭାରୀ ଏବଂ ମୁଁ ମୋର ମାଙ୍କୁ ପ୍ରତିଶ୍ରୁତି ଦେଇଥିଲି ଯେ, ମୁଁ ଏଥର ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବି। ମୁଁ ନିଷ୍ପତ୍ତି ନେଇଛି, ବିହାରର କରାକାଟ୍‌ରୁ ୨୦୨୪ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବି। ଜୟ ମାତା ଦୀ।

କହିରଖୁଛୁ, ଆସନସୋଲରୁ ପଓ୍ବନଙ୍କୁ ଭାଜପା ଟିକେଟ୍‌ ଦେଇଥିଲା। କିନ୍ତୁ ପଓ୍ବନ ବ୍ୟକ୍ତିଗତ କାରଣ ଦର୍ଶାଇ ଆସନସୋଲ ଆସନ ଛାଡ଼ିବାକୁ ଘୋଷଣା କରିଥିଲେ। ତେବେ ଏହା ପରେ ସୁପରଷ୍ଟାର ସୋସିଆଲ ମିଡିଆ ପୋଷ୍ଟ ଶେୟାର କରି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮୫ ବର୍ଷରେ MA ପାସ୍‌ କଲେ ଲାଲ ଚାନ୍ଦ; ଏବେ PhD ପାଇଁ ପ୍ରସ୍ତୁତି, କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୨୦ା୯: କୁହାଯାଏ, ପାଠପଢ଼ା ପାଇଁ ବୟସ କେବେ ବି ବାଧା ହୋଇପାରେ ନାହିଁ। ମନରେ ଦୃଢ଼ ଇଚ୍ଛା ଥିଲେ ଯେକୌଣସି ବୟସରେ ଲକ୍ଷ୍ୟ ହାସଲ କରିହୁଏ ।…

ଲଘୁଚାପକୁ ନେଇ ବଡ଼ ଅପଡେଟ୍‌: ମତ୍ସ୍ୟଜୀବୀଙ୍କୁ ଏଭଳି ପରାମର୍ଶ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୦ା୯: ଭୁବନେଶ୍ୱର,୨୦ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଶନିବାର ସାନ୍ଧ୍ୟାରେ ଲଘୁଚାପର ରୂପ ନେଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ…

ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ…

ଚାରି ଦିଗରୁ ବର୍ଷିବ ଟଙ୍କା! ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ୬ଟି ରାଶି ଉପରେ ହେବ ଧନବର୍ଷା, ଖୋଲିବ ନୂଆ ସୁଯୋଗର…

୨୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୩ ମିନିଟ୍‌ରେ ଦେବଗୁରୁ ବୃହସ୍ପତି(ଗୁରୁ) କର୍କଟ ରାଶିରେ ଥାଇ ଅଶ୍ଳେଷା ନକ୍ଷତ୍ରର ତୃତୀୟ ପଦକୁ ଗୋଚର କରିଛନ୍ତି। ସେ ଅକ୍ଟୋବର…

କ୍ୟାଟ୍ରିନାଙ୍କ ସମର୍ଥନରେ ସଲମାନ, ବିକିଙ୍କ ନିରବତାକୁ ନେଇ ପ୍ରଶ୍ନ; ଭାଇଜାନ୍‌ଙ୍କଠାରୁ ଶିଖ…

ମୁମ୍ବାଇ,୨୦ା୯: ଗଣେଶ ଚତୁର୍ଥୀ ଅବସରରେ ସ୍ୱାମୀ ବିକି କୌଶଲଙ୍କ ସହ ନଜର ଆସିଥିଲେ ଅଭିନେତ୍ରୀ କ୍ୟାଟ୍ରିନା କୈଫ । ଏହା ପରେ ସୋସିଆଲ ମିଡିଆର କିଛି ପେଜ୍‌…

ଗଣେଶ ମେଢ଼ ଭସାଣିବେଳେ ନିଆଁରେ ପୋଡ଼ି ୩ ଶିଶୁ ଆହତ: ପରିବାରକୁ ଭେଟି ପ୍ରଶାସନର ସହାୟତା

ପୁରୁଷୋତ୍ତମପୁର,୨୦ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଣେଶ ମୂର୍ତ୍ତି ଭସାଣିବେଳେ ଜେନେରେଟରରୁ ନିଆଁ ଲାଗି ପୋଡ଼ି ଆହତ ହୋଇଥିଲେ ୩ ଶିଶୁ। ଉକ୍ତ ପରିବାରକୁ ଜିଲାପାଳଙ୍କ ନିର୍ଦ୍ଦେଶ…

ପାକିସ୍ତାନରେ ହଲଚଲ! ଆନ୍ଦୋଳନ ପୂର୍ବରୁ ପୋଲିସ୍‌ର ବଡ଼ କାର୍ଯ୍ୟାନୁଷ୍ଠାନ, ଗିରଫ ହେଲେ….

ଇସଲାମାବାଦ,୨୦ା୯: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଓ ପାକିସ୍ତାନ ତେହରିକ୍‌-ଏ-ଇନ୍‌ସାଫ୍‌ (PTI) ମୁଖ୍ୟ ଇମ୍ରାନ ଖାନ୍‌ଙ୍କ ଭଉଣୀ ଅଲିମା ଖାନ୍‌ଙ୍କୁ ଲାହୋର ପୋଲିସ୍‌ ଗିରଫ କରିଛି । ରବିବାର…

ଭାଜପାକୁ ନେଇ ଅଖିଳେଶ ଯାଦବଙ୍କ ବଡ଼ ଦାବି, ପ୍ରତି ବିଧାନସଭାରେ କମିବ…

ଲକ୍ଷ୍ନୌ,୨୦ା୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟି (ସପା) ନିଜର ସଂଗଠନକୁ ମଜବୁତ କରିବା ଆରମ୍ଭ କରିଛି । ଦଳର ପ୍ରଦେଶ କାର୍ଯ୍ୟକାରିଣୀ ବୈଠକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?