Posted inଜାତୀୟ

ସମୁଦ୍ରରେ ଖସିପଡ଼ିଲା ପବନହଂସ ହେଲିକପ୍ଟର

ମୁମ୍ବାଇ, ୨୯ା୬: ଓଏନ୍‌ଜିସିର ସାଗର କିରନ୍‌ ଅଏଲ୍‌-ରିଗ୍‌ ନିକଟରେ ମଙ୍ଗଳବାର ପୂର୍ବାହ୍ନରେ ଆରବ ସାଗରରେ ପବନ ହଂସ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅଉ ୫ ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଓଏନ୍‌ଜିସିର ୩ ଜଣ କର୍ମଚାରୀ ରହିଛନ୍ତି। ପବନ ହଂସର ନୂଆ ସିକୋର୍‌ସ୍କାଏ ଚପ୍ପର ଏସ୍‌-୭୬ଡି’ରେ ୨ ପାଇଲଟ୍‌ଙ୍କ ସମେତ ୭ ଜଣ ଯାତ୍ରୀ ଥିଲେ। ଓଏନ୍‌ଜିସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ପୂର୍ବାହ୍ନ ପ୍ରାୟ ୧୧ଟା ୪୫ରେ ହେଲିକପ୍ଟରଟି ଆରବ ସାଗରରେ ଜରୁରୀ ଅବତରଣ କରିଥିଲା। କମ୍ପାନୀ ପକ୍ଷରୁ ଭାରତୀୟ ନୌସେନା ଏବଂ ଉପକୂଳ ଜଗୁଆଳିଙ୍କୁ ଏ ନେଇ ସୂଚନା ଦିଆଯିବା ପରେ ସର୍ଚ୍ଚ ଓ ଉଦ୍ଧାର କରାଯାଇଥିଲା। ଅପରାହ୍ନ ୨ ଟା ସୁଦ୍ଧା ସମସ୍ତ ୯ ଜଣଙ୍କୁ ରେସ୍କ୍ୟୁ ପରେ ମୁମ୍ବାଇ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ୪ ଜଣଙ୍କୁ ମୃତ ଘୋଷଣା କରିଥିଲେ। ଚପ୍ପରଟି କାହିଁକି ସମୁଦ୍ରରେ ଜରୁରିକାଳୀନ ଅବତରଣ କଲା ତାହା ଜଣାପଡ଼ିନାହିଁ। ଦୁର୍ଘଟଣାର ତଦନ୍ତ ଆରମ୍ଭ ହୋଇଥିବା ତୈଳ କମ୍ପାନୀ ଓଏନ୍‌ଜିସି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

SIR ଅଧିକାରୀଙ୍କୁ ବନ୍ଧକ ରଖିବା ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ କଠୋର ଆଭିମୁଖ୍ୟ: ମମତା ବାନାର୍ଜୀ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ

ନୂଆଦିଲ୍ଲୀ,୨।୪: ପଶ୍ଚିମବଙ୍ଗରେ ଏକ ସ୍ବତନ୍ତ୍ର ସଘନ ସମୀକ୍ଷା (SIR) କରିବାକୁ ଯାଇଥିବା ଅଧିକାରୀମାନଙ୍କୁ ବନ୍ଧକ ରଖିବା ମାମଲାରେ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ମାମଲାରେ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri