Posted inଜାତୀୟ

ସମୁଦ୍ରରେ ଖସିପଡ଼ିଲା ପବନହଂସ ହେଲିକପ୍ଟର

ମୁମ୍ବାଇ, ୨୯ା୬: ଓଏନ୍‌ଜିସିର ସାଗର କିରନ୍‌ ଅଏଲ୍‌-ରିଗ୍‌ ନିକଟରେ ମଙ୍ଗଳବାର ପୂର୍ବାହ୍ନରେ ଆରବ ସାଗରରେ ପବନ ହଂସ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅଉ ୫ ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଓଏନ୍‌ଜିସିର ୩ ଜଣ କର୍ମଚାରୀ ରହିଛନ୍ତି। ପବନ ହଂସର ନୂଆ ସିକୋର୍‌ସ୍କାଏ ଚପ୍ପର ଏସ୍‌-୭୬ଡି’ରେ ୨ ପାଇଲଟ୍‌ଙ୍କ ସମେତ ୭ ଜଣ ଯାତ୍ରୀ ଥିଲେ। ଓଏନ୍‌ଜିସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ପୂର୍ବାହ୍ନ ପ୍ରାୟ ୧୧ଟା ୪୫ରେ ହେଲିକପ୍ଟରଟି ଆରବ ସାଗରରେ ଜରୁରୀ ଅବତରଣ କରିଥିଲା। କମ୍ପାନୀ ପକ୍ଷରୁ ଭାରତୀୟ ନୌସେନା ଏବଂ ଉପକୂଳ ଜଗୁଆଳିଙ୍କୁ ଏ ନେଇ ସୂଚନା ଦିଆଯିବା ପରେ ସର୍ଚ୍ଚ ଓ ଉଦ୍ଧାର କରାଯାଇଥିଲା। ଅପରାହ୍ନ ୨ ଟା ସୁଦ୍ଧା ସମସ୍ତ ୯ ଜଣଙ୍କୁ ରେସ୍କ୍ୟୁ ପରେ ମୁମ୍ବାଇ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ୪ ଜଣଙ୍କୁ ମୃତ ଘୋଷଣା କରିଥିଲେ। ଚପ୍ପରଟି କାହିଁକି ସମୁଦ୍ରରେ ଜରୁରିକାଳୀନ ଅବତରଣ କଲା ତାହା ଜଣାପଡ଼ିନାହିଁ। ଦୁର୍ଘଟଣାର ତଦନ୍ତ ଆରମ୍ଭ ହୋଇଥିବା ତୈଳ କମ୍ପାନୀ ଓଏନ୍‌ଜିସି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri