Posted inଜାତୀୟ

ପାଓ୍ବାର ବନାମ ପାଓ୍ବାର: ଶକ୍ତି ପ୍ରଦର୍ଶନ ପାଇଁ ଇସିଙ୍କ ନିକଟରେ ପହଞ୍ଚିଲେ ଶରଦ ପାଓ୍ବାର…

ମୁମ୍ବାଇ,୫।୭ : ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ରେ ଚାଲିଥିବା ବିବାଦ ବୁଧବାର ଆହୁରି ଘନେଇଛି। ଶାର ପାଓ୍ବାର ବନାମ ଅଜିତ ପାଓ୍ବାରଙ୍କ ମଧ୍ୟରେ ଚାଲିଥିବା ଲଢ଼େଇରେ ଏକ ନୂଆ ମୋଡ଼ ଆସିଛି। ଶରଦ ପାଓ୍ବାର ନିଜ ଶକ୍ତି ପ୍ରଦର୍ଶନ ପାଇଁ ନିର୍ବାଚନ ଆୟୋଗ(ଇସି)ଙ୍କ ନିକଟରେ ପହଞ୍ଚିଛନ୍ତି। କୁହାଯାଉଛି ଶରଦ ପାୱାର କ୍ୟାମ୍ପ ନିର୍ବାଚନ ଆୟୋଗଙ୍କୁ ସାମ୍ପ୍ରତିକ କାର୍ଯ୍ୟକଳାପ ସମ୍ପର୍କରେ ସୂଚନା ଦେଇଛନ୍ତି।

ନିକଟରେ ଶପଥ ଗ୍ରହଣ କରି ମହାରାଷ୍ଟ୍ର ସରକାରରେ ଯୋଗ ଦେଇଥିବା ୯ ଏନସିପି ବିଧାୟକଙ୍କ ବହିଷ୍କାର ସମ୍ପର୍କରେ ଆୟୋଗଙ୍କୁ ଦଳ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଶରଦ ପାୱାର ନେତୃତ୍ୱାଧୀନ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ଏପରି ପଦକ୍ଷେପ ନେଇଛି ଯେଉଁ ସମୟରେ ବୁଧବାର ମୁମ୍ବାଇରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗଦେବାକୁ ସମସ୍ତ ବିଧାୟକଙ୍କୁ ହ୍ବିପ୍‌ ଜାରି କରିଛି। ଏଥି ସହ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ନେତୃତ୍ୱରେ ପ୍ରତିଦ୍ୱନ୍ଦ୍ୱୀ ଗୋଷ୍ଠୀ ମଧ୍ୟ ଏଠାରେ ଦଳର ବିଧାୟକଙ୍କ ପୃଥକ ବୈଠକ ଡାକିଛନ୍ତି।

ଶରଦ ପାୱାର ନେତୃତ୍ୱାଧୀନ ଏନସିପିର ମୁଖ୍ୟ ସଚେତକ ଜିତେନ୍ଦ୍ର ଆହ୍ବାଦ କହିଛନ୍ତି ପୱାର ଜୁଲାଇ ୫ ରେ ଏକ ଧାଡ଼ିକିଆ ହ୍ବିପ୍‌ ଜାରି କରିଛନ୍ତି। ହ୍ବିପ୍‌ରେ ଅପରାହ୍ନ ୧ ଟାରେ ଓ୍ବାଇ.ଭି ଚୌହ୍ବାନ କେନ୍ଦ୍ରରେ ଏକ ବୈଠକ ଡକାଯାଇଛି ଏବଂ ସମସ୍ତ ବିଧାୟକଙ୍କ ଉପସ୍ଥିତି ବାଧ୍ୟତାମୂଳକ ବୋଲି କୁହାଯାଇଛି। ଅଜିତ ପାୱାର ରବିବାର ଦିନ ଅନ୍ୟ ଆଠ ଜଣ ବିଧାୟକଙ୍କ ସହ ଶିବସେନା-ଭାରତୀୟ ଜନତା ପାର୍ଟି (ବିଜେପି) ସରକାରରେ ଯୋଗଦେବା ପରେ ଶରଦ ପାୱାର ଆହ୍ବାଦଙ୍କୁ ମୁଖ୍ୟ ସଚେତକ ଭାବରେ ନାମିତ କରିଛନ୍ତି।

ଅଜିତ ପାୱାର କ୍ୟାମ୍ପ ମଙ୍ଗଳବାର ଉପସ୍ଥିତ ତଥା ପୂର୍ବତନ ବିଧାୟକ, ଏମପି, କାର୍ଯ୍ୟାଳୟର ଅଧିକାରୀ, କାର୍ଯ୍ୟ କମିଟି ସଦସ୍ୟ ତଥା ଅନ୍ୟମାନଙ୍କୁ ନୋଟିସ ଜାରି କରି ବୁଧବାର ମହାରାଷ୍ଟ୍ରର ୟୁନିଟ ସଭାପତି ସୁନୀଲ ତଟକରେଙ୍କ ବାନ୍ଦ୍ରାସ୍ଥିତ ଏମଇଟି ଇନଷ୍ଟିଚ୍ୟୁଟ କ୍ୟାମ୍ପସରେ ହାଜର ହେବାକୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri