Posted inଜାତୀୟ

ଡିଗ୍ରୀ ବିବାଦକୁ ପାଓ୍ବାରଙ୍କ ସମାଲୋଚନା

ମୁମ୍ବାଇ, ୧୦ା୪ : ନେତାମାନଙ୍କ ଶିକ୍ଷାଗତ ଯୋଗ୍ୟତା ପ୍ରସଙ୍ଗ ଉଠାଉଥିବା ଲୋକଙ୍କୁ ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର ସମାଲୋଚନା କରିଛନ୍ତି। ଦେଶରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ରହିଛି, ଯାହା ଉପରେ ଧ୍ୟାନ ଦିଆଯିବା ଆବଶ୍ୟକ। ଏହା ପରିବର୍ତ୍ତେ ଡିଗ୍ରୀ ପ୍ରସଙ୍ଗ ଉଠାଇ ସମୟ ବରବାଦ କରାଯାଉଛି ବୋଲି ପାଓ୍ବାର କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କଲେଜ ଡିଗ୍ରୀକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ, ଶିବସେନା (ୟୁବିଟି) ନେତା ଉଦ୍ଧବ ଠାକ୍‌ରେ ଓ ଅନ୍ୟ ବିରୋଧୀ ନେତାମାନେ ପ୍ରଶ୍ନ ଉଠାଇଆସୁଥିବାବେଳେ ଏହା କ’ଣ ଏକ ରାଜନୈତିକ ପ୍ରସଙ୍ଗ କି ବୋଲି ପାଓ୍ବାର କହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଡିଗ୍ରୀ ସମ୍ପର୍କିତ ତଥ୍ୟ ସର୍ବସାଧାରଣରେ ଉପଲବ୍ଧ ଥିବାବେଳେ ଅଦାଲତଙ୍କ ସମୟ ବରବାଦ କରିଥିବାରୁ ଗୁଜରାଟ ହାଇକୋର୍ଟ ନିକଟରେ କେଜ୍‌ରିଓ୍ବାଲଙ୍କୁ ୨୫ ହଜାର ଟଙ୍କା ଜରିମାନା କରିଥିଲେ।

ରବିବାର ଏକ ପ୍ରଶ୍ନର ଉତ୍ତରରେ ଏନ୍‌ସିପି ନେତା କହିଛନ୍ତି, ଦେଶରେ ବେରୋଜଗାରୀ, ଆଇନଶୃଙ୍ଖଳା, ମୁଦ୍ରାସ୍ଫୀତି ଭଳି ଅନେକ ପ୍ରସଙ୍ଗ ରହିଛି, ଯାହା ଉପରେ ଧ୍ୟାନ ଦିଆଯିବା ଜରୁରୀ। ଏହା ପରିବର୍ତ୍ତେ ନେତାମାନେ ଅଣପ୍ରସଙ୍ଗକୁ ଫୋକସ୍‌ କରୁଛନ୍ତି। କାହାର ଡିଗ୍ରୀ କ’ଣ ଏହା ରାଜନୈତିକ ପ୍ରସଙ୍ଗ ନୁହେଁ। ବେରୋଜଗାରୀ, ଆଇନଶୃଙ୍ଖଳା, ମୁଦ୍ରାସ୍ଫୀତି ଆଦିକୁ ନେଇ ସରକାରଙ୍କୁ ସମାଲୋଚନା କର। ଧର୍ମ ଓ ଜାତିକୁ ନେଇ ଲୋକଙ୍କ ମଧ୍ୟରେ ବିଭେଦ ସୃଷ୍ଟି କରାଯାଉଛି। ଅଦିନିଆ ବର୍ଷାରେ ଫସଲ ନଷ୍‌ଟ ହେଉଛି। ସେଗୁଡ଼ିକ ଉପରେ ଆଲୋଚନା କରାଯାଉ ବୋଲି ପାଓ୍ବାର କହିଛନ୍ତି। ଦିନକ ପୂର୍ବରୁ ଏନ୍‌ସିପି ନେତା ଆଦାନୀ ଗ୍ରୁପ୍‌କୁ ସମର୍ଥନ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri