Posted inଜାତୀୟ

ଶିନ୍ଦେ-ଫଡନଭିସଙ୍କ ସହିତ ପାଓ୍ବାରଙ୍କ ରାତ୍ରଭୋଜନ…

ମୁମ୍ବାଇ,୧୯।୧୦ : ଅନ୍ଧେରୀ ଇଷ୍ଟ ଆସନରେ ଉପ-ନିର୍ବାଚନ ଏବଂ ବ୍ରିହନମୁମ୍ବାଇ ମୁନିସିପାଲ କର୍ପୋରେଶନ ନିର୍ବାଚନ ଯୋଗୁଁ ମହାରାଷ୍ଟ୍ରରେ ରାଜନୈତିକ କାର୍ଯ୍ୟକଳାପ ଜୋରଦାର ଜାରି ରହିଛି। ବର୍ତ୍ତମାନ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି ସୁପ୍ରିମୋ ଶରଦ ପାୱାରଙ୍କ ରାତ୍ରଭୋଜନ ଯୋଜନା ରାଜ୍ୟ ରାଜନୀତିରେ ମୁଖ୍ୟ ବିଷୟ ପାଲଟିଛି। ବୁଧବାର ସେ ରାଜ୍ୟ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏବଂ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ସହ ଏକ ରାତ୍ରଭୋଜନ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ବୋଲି ସୂଚନା ମିଳିଛି।

ବିଶେଷ କଥା ହେଉଛି ମୁମ୍ବାଇ କ୍ରିକେଟ ଆସୋସିଏଶନ(ଏମସିଏ)ର ନିର୍ବାଚନ ପାଖେଇ ଆସୁଛି। ତେବେ ଏହି ରାତ୍ରଭୋଜନ ସମ୍ପର୍କରେ ଉଭୟ ପକ୍ଷ ରାଜନୀତିଠାରୁ ଦୂରେଇ ରହିବା ବିଷୟରେ କହୁଛନ୍ତି।

ଗଣମାଧ୍ୟମ ରିପୋର୍ଟ ଏବଂ ଭାଜପା ସୂତ୍ରରୁ ପ୍ରକାଶ ଯେ, ମୁଖ୍ୟମନ୍ତ୍ରୀ ଶିନ୍ଦେ, ଫଡନାଭିସ ଏବଂ ପାୱାରଙ୍କ ସହ ବୁଧବାର ୱାଙ୍ଖେଡେ ଷ୍ଟାଡିୟମର ଗାରୱେର୍‌ କ୍ଲବରେ ରାତ୍ରଭୋଜନ କରିବେ। ଏକ ରିପୋର୍ଟ ଅନୁଯାୟୀ, ଫଡନାଭିସଙ୍କର ଜଣେ ଘନିଷ୍ଠ ସହଯୋଗୀ କହିଛନ୍ତି ଯେ ଏମସିଏ ଏକ ସମ୍ମାନଜନକ ସଙ୍ଗଠନ ଏବଂ ଫଡନାଭିସ ଏବଂ ପାୱାରଙ୍କ ରାତ୍ରଭୋଜନ ଯୋଜନା ଏମସିଏ ସହ ଜଡିତ। ଏହା ସମ୍ପୁର୍ଣ୍ଣ ଭାବରେ ଖେଳର ବିଷୟ। ଏଭଳି ପ୍ରସଙ୍ଗରେ ରାଜନୀତି ଦେଖାଯାଏ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ୍‌ ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା, କଳାବଜାର ଆଶଙ୍କା କରି…

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରୋଷେଇ ଗ୍ୟାସ ବିତରଣ ସମସ୍ୟା ପ୍ରତିବାଦରେ ସୋମବାର ଗ୍ୟାସ୍‌ ଆଣିବାକୁ ଯାଇଥିବା ଉପଭାକ୍ତା ସିଲିଣ୍ଡର ଧରି ପ୍ରତିବାଦ କରିବା ସହ କେନ୍ଦୁଝର-ଶଙ୍କରପୁର-ବେଲଦା ରାସ୍ତା…

ବିବାହ ବିନା ହୋଇପାରିବେ ଦମ୍ପତି! ସମ୍ପର୍କ ସ୍ଥିର ଥିଲେ ଲିଭ-ଇନ ଦମ୍ପତିଙ୍କୁ ‘ବିବାହିତ’ ଭାବେ ଗ୍ରହଣ କରାଯିବ

ନୂଆଦିଲ୍ଲୀ,୩୦।୩: ଆଜିର ଦ୍ରୁତ ଗତିରେ ବିକଶିତ ହେଉଥିବା ସମାଜରେ, ସମ୍ପର୍କର ପରିଭାଷାରେ ଦ୍ରୁତ ପରିବର୍ତ୍ତନ ହେଉଛି। ଯେଉଁ ସମ୍ପର୍କଗୁଡ଼ିକ ପୂର୍ବରୁ ସାମାଜିକ ଗ୍ରହଣ ପାଇଁ ଚାହିଁ ରହୁଥିଲେ,…

ଉପଜିଲାପାଳଙ୍କ ଅଫିସ ନିକଟରେ ଅଗ୍ନିକାଣ୍ଡ, ୩ ଦୋକାନ ଛାରଖାର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସାଗରପଡ଼ା ଉପଜିଲାପାଳଙ୍କ ଅଫିସ ନିକଟ ଛକରେ ସୋମବାର ଅଗ୍ନିକାଣ୍ଡ ଘଟି ତିନି ଦୋକାନ ଛାରଖାର ହୋଇଯାଇଛି। ଗୋଟିଏ ଟାୟାର ଦୋକାନ ଓ…

ଭଞ୍ଜନଗର କେଭି ପାଇଁ ୭ ପିଜିଟି ଶିକ୍ଷକ ଅନୁମୋଦନ, + ୨ ଖୋଲିବା ନେଇ ଅଧ୍ୟକ୍ଷ…

ଭଞ୍ଜନଗର,୩୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଆଜକୁ ୧୬ ବର୍ଷ ହେବ ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅବ୍ୟବହୃତ ହଷ୍ଟେଲ କୋଠାରେ…

ଇରାନ-ଆମେରିକା ମଧ୍ୟରେ ହୋଇଗଲା ଡିଲ? କାମ ଦେଲା କି ପାକିସ୍ତାନର ମଧ୍ୟସ୍ଥତା?

ତେହରାନ୍‌,୩୦।୩: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦ ଯୋଗୁ, ହର୍ମୁଜ ପ୍ରଣାଳୀ ବନ୍ଦ ରହିଛି, ଯାହା ସିଧାସଳଖ ସାମୁଦ୍ରିକ ଯାତାୟାତକୁ ପ୍ରଭାବିତ କରୁଛି। ଏହି ପରିସ୍ଥିତି ମଧ୍ୟରେ,…

ଆଜି ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ, ଦଳର ବରିଷ୍ଠ ନେତା କରୁଛନ୍ତି ଘନଘନ ବୈଠକ

ପାଟ୍‌ନା,୩୦ା୩: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ବିଧାନସଭା ପରିଷଦରୁ ଇସ୍ତଫା ଦେବାର ସମ୍ଭାବନାକୁ ନେଇ ସୋମବାର ରାଜନୈତିକ ବାତାବରଣ ବେଶ୍‌ ସରଗରମ ରହିଛି। ଦଳର ବରିଷ୍ଠ…

ଟ୍ରମ୍ପଙ୍କ ମନ୍ତବ୍ୟ ପରେ, ନୂଆ ବୟାନ ଜାରି କଲେ ମୋଜତାବା ଖାମେନେଇ; ଜାଣନ୍ତୁ ସେ କାହାକୁ ଦେଲେ ଧନ୍ୟବାଦ

ତେହରାନ୍‌,୩୦।୩: ଏକ ଲିଖିତ ବାର୍ତ୍ତାରେ, ଇରାନର ନୂଆ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ, ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧରେ ସମର୍ଥନ ପାଇଁ ଇରାକର ଜନସାଧାରଣଙ୍କ ପ୍ରତି…

ଧାନ ସଂଗ୍ରହ କଣ୍ଟକୁ ଦିନେ, ଜିଦିରେ ଅଟଳ ଚାଷୀ

ବାହାନଗା/ତିହିଡ଼ି/ ଭଣ୍ଡାରିପୋଖରୀ, ୩୦ା୩ (ଅରୂପ କୁମାର ଦାସ/ସଞ୍ଜିତ ବଳ/ ରାଜେନ୍ଦ୍ର ଶତପଥୀ ): ବାଲେଶ୍ୱର ଜିଲା ବାହାନଗା ବ୍ଲକ୍‌ ଖନ୍ତାପଡ଼ାଠାରେ ଚାଷୀ ଅସନ୍ତୋଷ ଦେଖିବାକୁ ମିଳିଛି। ଟୋକନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri