Posted inଜାତୀୟ

ଦଶହରା ରାଲିରେ ପାଓ୍ବାରଙ୍କ ଏଣ୍ଟ୍ରି…

ମୁମ୍ବାଇ, ୩।୯ : ଦଶହରା ରାଲି ପାଇଁ ଉଦ୍ଧବ ଠାକ୍‌ରେ ଏବଂ ଏକନାଥ ଶିନ୍ଦେଙ୍କ ସମର୍ଥକ ଶିବାଜୀ ପାର୍କ ଲାଗି ଆବେଦନ କରିଛନ୍ତି। ଏଭଳି ପରିସ୍ଥିତିରେ ଉଭୟ ଦଳ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି। ଏବେ ଏନସିପି ଅଧ୍ୟକ୍ଷ ଶରଦ ପାୱାର ଦଶହରା ରାଲିରେ ଏଣ୍ଟ୍ରି କରିଛନ୍ତି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ସେ ପରାମର୍ଶ ଦେଇ କହିଛନ୍ତି ମୁହାଁମୁହିଁ ନ ହୋଇ ବନ୍ଧୁତ୍ୱପୂର୍ଣ୍ଣ ହୁଅନ୍ତୁ ।

ଷାଠିଏ ଦଶକରୁ ପ୍ରତିବର୍ଷ ଲଗାତାର ଶିବାଜୀ ପାର୍କରେ ଶିବସେନା ଦଶହରା ରାଲି ଆୟୋଜନ କରୁଥିବାରୁ ଏହି ପ୍ରସଙ୍ଗଟି ଗୁରୁତ୍ୱପୂର୍ଣ୍ଣ।

ଶିବାଜୀ ପାର୍କର ଦଶହରା ରାଲିରେ ବାଲାସାହେବ ଠାକରେଙ୍କ କଥା ଶୁଣିବା ପାଇଁ ହଜାର ହଜାର ଶିବସୈନିକ ରାଜ୍ୟର ବିଭିନ୍ନ ସ୍ଥାନରୁ ପହଞ୍ଚୁଥିଲେ। ବାଲାସାହେବଙ୍କ ପରେ ତାଙ୍କ ପୁଅ ଉଦ୍ଧବ ଠାକରେ ଏହି ରାଲିର ଆୟୋଜନ କରୁଥିଲେ। ଚଳିତ ବର୍ଷ ଏଥିରେ ବ୍ୟତିକ୍ରମ ହୋଇଛି। ଏହାର କାରଣ ହେଉଛି ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଗୋଷ୍ଠୀ ରାଲି ପାଇଁ ଶିବାଜୀ ପାର୍କ ବୁକିଂ ପାଇଁ ଆବେଦନ କରିଛନ୍ତି। ତେବେ ତାଙ୍କ ପୂର୍ବରୁ ଏହି ଆବେଦନ ମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନରେ ଉଦ୍ଧବ ଠାକରେଙ୍କ ଦ୍ୱାରା କରାଯାଇଛି। ସୂତ୍ରରୁ ପ୍ରକାଶ ଯେ ନିଗମ ଏପର୍ଯ୍ୟନ୍ତ କାହାକୁ ଅନୁମତି ଦେଇନାହାନ୍ତି।

ଶରଦ ପାୱାର କହିଛନ୍ତି ଯେ ଜଣେ ବ୍ୟକ୍ତି ଯିଏ ମୁଖ୍ୟମନ୍ତ୍ରୀ ପଦବୀରେ ଅଛନ୍ତି ସେ କୌଣସି କାର୍ଯ୍ୟରେ ମୁହାଁମୁହିଁ ନହୋଇ ନିଜ କାମ କରିବା ଉଚିତ। ଯେତେବେଳେ ଜଣେ ବ୍ୟକ୍ତି ମୁଖ୍ୟମନ୍ତ୍ରୀ ପରି ଉଚ୍ଚ ସାମ୍ବିଧାନିକ ପଦବୀରେ ଅବସ୍ଥାପିତ ହୁଅନ୍ତି, ସେତେବେଳେ ସେ ମହାରାଷ୍ଟ୍ରର ସମସ୍ତ ଲୋକଙ୍କ ପ୍ରତିନିଧିତ୍ୱ କରନ୍ତି। ସେ ଅନ୍ୟଙ୍କୁ ବିରୋଧ କରିବା ଭଳି କାର୍ଯ୍ୟରୁ ନିବୃତ୍ତ ହେବା ଜରୁରୀ ବୋଲି ପାଓ୍ବାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

‘କାନ ଖୋଲି ଶୁଣି ନିଅ, ଯେପର୍ଯ୍ୟନ୍ତ ମୋଦି ବଞ୍ଚିଛନ୍ତି’

ନୂଆଦିଲ୍ଲୀ,୨୫ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶୁକ୍ରବାର ଉତ୍ତରପ୍ରଦେଶର ୮ଟି ଆସନରେ ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ...

ସମସ୍ତ ମୁସଲମାନଙ୍କୁ ଓବିସି ବର୍ଗରେ ସାମିଲ କରିବାକୁ ନେଇ କର୍ନାଟକ ସରକାରଙ୍କ ବୟାନରେ ସନ୍ତୁଷ୍ଟ ନୁହେଁ ଏନସିବିସି

ବେଙ୍ଗାଲୁରୁ,୨୫।୪: ନ୍ୟାସନାଲ କମିଶନ ଫର ବ୍ୟାକଓ୍ବାର୍ଡ କ୍ଲାସେସ (ଏନସିବିସି) ସଂରକ୍ଷଣ ସୁବିଧା ଯୋଗାଇବା ପାଇଁ କର୍ନାଟକର ସମସ୍ତ ମୁସଲମାନ ସମ୍ପ୍ରଦାୟକୁ ଓବିସି ବର୍ଗରେ ଅନ୍ତର୍ଭୁକ୍ତ କରିବାକୁ...

୨୦୨୪ ହେବାକୁ ଯାଉଛି ବିଶ୍ୱର ସବୁଠାରୁ ମହଙ୍ଗା ଇଲେକ୍ସନ, ୨୦୧୯ ତୁଳନାରେ ଖର୍ଚ୍ଚ ହେଉଛି ୨ ଗୁଣା ଅଧିକ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବ ରେକର୍ଡ ଭାଙ୍ଗିବା ଏବଂ ବିଶ୍ୱର ସବୁଠାରୁ ମହଙ୍ଗା ର୍ନିବାଚନ ଇଭେଣ୍ଟ ହେବାକୁ ଯାଉଛି। ଏନଜିଓ ସେଣ୍ଟର ଫର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri