Posted inଜାତୀୟ

ଦଶହରା ରାଲିରେ ପାଓ୍ବାରଙ୍କ ଏଣ୍ଟ୍ରି…

ମୁମ୍ବାଇ, ୩।୯ : ଦଶହରା ରାଲି ପାଇଁ ଉଦ୍ଧବ ଠାକ୍‌ରେ ଏବଂ ଏକନାଥ ଶିନ୍ଦେଙ୍କ ସମର୍ଥକ ଶିବାଜୀ ପାର୍କ ଲାଗି ଆବେଦନ କରିଛନ୍ତି। ଏଭଳି ପରିସ୍ଥିତିରେ ଉଭୟ ଦଳ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି। ଏବେ ଏନସିପି ଅଧ୍ୟକ୍ଷ ଶରଦ ପାୱାର ଦଶହରା ରାଲିରେ ଏଣ୍ଟ୍ରି କରିଛନ୍ତି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ସେ ପରାମର୍ଶ ଦେଇ କହିଛନ୍ତି ମୁହାଁମୁହିଁ ନ ହୋଇ ବନ୍ଧୁତ୍ୱପୂର୍ଣ୍ଣ ହୁଅନ୍ତୁ ।

ଷାଠିଏ ଦଶକରୁ ପ୍ରତିବର୍ଷ ଲଗାତାର ଶିବାଜୀ ପାର୍କରେ ଶିବସେନା ଦଶହରା ରାଲି ଆୟୋଜନ କରୁଥିବାରୁ ଏହି ପ୍ରସଙ୍ଗଟି ଗୁରୁତ୍ୱପୂର୍ଣ୍ଣ।

ଶିବାଜୀ ପାର୍କର ଦଶହରା ରାଲିରେ ବାଲାସାହେବ ଠାକରେଙ୍କ କଥା ଶୁଣିବା ପାଇଁ ହଜାର ହଜାର ଶିବସୈନିକ ରାଜ୍ୟର ବିଭିନ୍ନ ସ୍ଥାନରୁ ପହଞ୍ଚୁଥିଲେ। ବାଲାସାହେବଙ୍କ ପରେ ତାଙ୍କ ପୁଅ ଉଦ୍ଧବ ଠାକରେ ଏହି ରାଲିର ଆୟୋଜନ କରୁଥିଲେ। ଚଳିତ ବର୍ଷ ଏଥିରେ ବ୍ୟତିକ୍ରମ ହୋଇଛି। ଏହାର କାରଣ ହେଉଛି ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଗୋଷ୍ଠୀ ରାଲି ପାଇଁ ଶିବାଜୀ ପାର୍କ ବୁକିଂ ପାଇଁ ଆବେଦନ କରିଛନ୍ତି। ତେବେ ତାଙ୍କ ପୂର୍ବରୁ ଏହି ଆବେଦନ ମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନରେ ଉଦ୍ଧବ ଠାକରେଙ୍କ ଦ୍ୱାରା କରାଯାଇଛି। ସୂତ୍ରରୁ ପ୍ରକାଶ ଯେ ନିଗମ ଏପର୍ଯ୍ୟନ୍ତ କାହାକୁ ଅନୁମତି ଦେଇନାହାନ୍ତି।

ଶରଦ ପାୱାର କହିଛନ୍ତି ଯେ ଜଣେ ବ୍ୟକ୍ତି ଯିଏ ମୁଖ୍ୟମନ୍ତ୍ରୀ ପଦବୀରେ ଅଛନ୍ତି ସେ କୌଣସି କାର୍ଯ୍ୟରେ ମୁହାଁମୁହିଁ ନହୋଇ ନିଜ କାମ କରିବା ଉଚିତ। ଯେତେବେଳେ ଜଣେ ବ୍ୟକ୍ତି ମୁଖ୍ୟମନ୍ତ୍ରୀ ପରି ଉଚ୍ଚ ସାମ୍ବିଧାନିକ ପଦବୀରେ ଅବସ୍ଥାପିତ ହୁଅନ୍ତି, ସେତେବେଳେ ସେ ମହାରାଷ୍ଟ୍ରର ସମସ୍ତ ଲୋକଙ୍କ ପ୍ରତିନିଧିତ୍ୱ କରନ୍ତି। ସେ ଅନ୍ୟଙ୍କୁ ବିରୋଧ କରିବା ଭଳି କାର୍ଯ୍ୟରୁ ନିବୃତ୍ତ ହେବା ଜରୁରୀ ବୋଲି ପାଓ୍ବାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ପରେ ପ୍ରତାରଣା ଦେଲେ କହ୍ନେଇ: ବିଧବାଙ୍କୁ ବଳାତ୍କାର ପରେ…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ କହ୍ନେଇ ମହାନ୍ତି(୨୬) ନାମକ ଜଣେ ଯୁବକଙ୍କୁ ବଳାତ୍କାର ଓ ଠକେଇ ମାମଲାରେ ଗିରଫ କରି…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?