Posted inଜାତୀୟ

ଉପା ଅଧ୍ୟକ୍ଷତା ଚର୍ଚ୍ଚାକୁ ପାଓ୍ବାରଙ୍କ ଖଣ୍ଡନ

ପୁଣେ,୪।୪: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ମୁଖ୍ୟ ଶରଦ ପାଓ୍ବାର ସଂଯୁକ୍ତ ପ୍ରଗତିଶୀଳ ମେଣ୍ଟ (ଉପା)ର ଅଧ୍ୟକ୍ଷ ହୋଇପାରନ୍ତି ବୋଲି କିଛିଦିନ ହେଲା ଚର୍ଚ୍ଚା ହେଉଥିଲା। ଏପରିକି ଏନ୍‌ସିପି ଯୁବ ସଂଗଠନରେ ଏନେଇ ଏକ ପ୍ରସ୍ତାବ ଗୃହୀତ ହୋଇଥିଲା। ତେବେ ପାଓ୍ବାର ଏହାକୁ ଖଣ୍ଡନ କରିଛନ୍ତି। ଉପା ଅଧ୍ୟକ୍ଷ ହେବା ଲାଗି ତାଙ୍କର ଆଗ୍ରହ ନ ଥିବା ଏନ୍‌ସିପି ମୁଖ୍ୟ କହିଛନ୍ତି। ଭାଜପା ବିରୋଧୀ ସାମ୍ମୁଖ୍ୟର ନେତୃତ୍ୱ ନେବା କିମ୍ବା ଉପା ଅଧ୍ୟକ୍ଷ ହେବା ଲାଗି ସେ ଚାହାନ୍ତି ନାହିଁ। ତେବେ ଏଭଳି ମେଣ୍ଟ ଗଠନ ହେଲେ ଏହାକୁ ଶକ୍ତିଶାଳୀ କରିବା ଦିଗରେ କାର୍ଯ୍ୟ କରିବା ଲାଗି ସେ ପ୍ରସ୍ତୁତ ଥିବା କହିଛନ୍ତି। କେନ୍ଦ୍ରରେ ଭାଜପାର ବିକଳ୍ପ ଗଠନ ଉଦ୍ୟମରେ କଂଗ୍ରେସକୁ ବାଦ୍‌ ଦିଆଯାଇପାରିବ ନାହିଁ, କାରଣ ଏହି ଦଳ କ୍ଷମତାରେ ନ ଥିଲେ ମଧ୍ୟ ସାରା ଦେଶରେ ଏହାର ଉପସ୍ଥିତି ରହିଛି। ସବୁ ଗାଁ, ଜିଲା ଓ ରାଜ୍ୟରେ କଂଗ୍ରେସ କର୍ମୀ ମିଳିବେ। ତେଣୁ ଭାଜପାର ବିକଳ୍ପ ଦେବାକୁ ହେଲେ ସେମାନଙ୍କୁ ସାଙ୍ଗରେ ନେବାକୁ ହେବ ବୋଲି ଏନ୍‌ସିପି ଅଧ୍ୟକ୍ଷ କହିଛନ୍ତି।
କେନ୍ଦ୍ରର ଭାଜପା ନେତୃତ୍ୱାଧୀନ ସରକାରକୁ ସମାଲୋଚନା କରି ପାଓ୍ବାର କହିଥିଲେ, ବଟି ଆଦାୟ ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ ବ୍ୟବହାର କରାଯାଉଥିବା ଅଭିଯୋଗ ହେଉଛି। ଚଢ଼ାଉ ପୂର୍ବରୁ ଇଡି ଅଧିକାରୀମାନଙ୍କ ସହ ବୁଝାମଣା ନେଇ ଆଲୋଚନା ହେଉଥିବାରୁ ସରକାର ଏହାର ଜବାବ ଦିଅନ୍ତୁ ବୋଲି ପାଓ୍ବାର କହିଥିଲେ। ଭାଜପା ଶାସନରେ ପ୍ରତିଦିନ ତେଲ ଦର ବଢ଼ୁଛି। ଦରଦାମ୍‌ ବୃଦ୍ଧି ସାଧାରଣ ଲୋକଙ୍କ ପାଇଁ ଅତିଷ୍ଠ ହେଲାଣି। ଏହା ଏକ ବଡ଼ ପ୍ରସଙ୍ଗ ହୋଇଥିବାବେଳେ ସରକାରଙ୍କର ସେଥିପ୍ରତି ନଜର ନ ଥିବା ଏନ୍‌ସିପି ଅଧ୍ୟକ୍ଷ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri