ପାକ୍ସ ସମ୍ପାଦକଙ୍କୁ ୪ ବର୍ଷ ଜେଲ

ସୋନପୁର,୬।୧୨(ମୃତ୍ୟୁଞ୍ଜୟ ଶତପଥୀ): ସରକାରୀ ଅର୍ଥ ଆତ୍ମସାତ ମାମଲାର ବିଚାରକରି ବଲାଙ୍ଗୀର ଭିଜିଲାନ୍ସ ସ୍ବତନ୍ତ୍ର ଜଜ୍‌ ମଳୟ ରଞ୍ଜନ ଦାଶ ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ କଳାପଥର ପାକ୍ସ(ପ୍ରାଥମିକ କୃଷି ସମବାୟ ସମିତି)ର ସମ୍ପାଦକ ଜଗଦୀଶ ରଥଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ରଥଙ୍କୁ ୪ ବର୍ଷ ସଶ୍ରମ କାରାଦଣ୍ଡ ସହ ୩୦ ହଜାର ଟଙ୍କା ଜରିମାନା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ରଥଙ୍କ ଜାମିନ୍‌ ନାମଞ୍ଜୁର ହେବାରୁ ତାଙ୍କୁ ବଲାଙ୍ଗୀର ଜେଲ ହାଜତକୁ ପଠାଇ ଦିଆଯାଇଛି।
ସୂଚନା ଅନୁଯାୟୀ, ଗତ ୨୦୧୪ ରୁ ୨୦୧୬ ମସିହା ମଧ୍ୟରେ ପାକ୍ସ ସମ୍ପାଦକ ରଥ ସମିତିର ସରକାରୀ କଗଜପତ୍ର ଏପଟସେପଟ କରି ତଥା ଡେ ବୁକ୍‌ରେ କ୍ଲୋଜିଂ ବାଲାନ୍ସ କମ୍‌ ଦର୍ଶାଇ ୫ ଲକ୍ଷ ୨୮ ହଜାର ୦୫୪ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗ ହୋଇଥିଲା। ସମ୍ବଲପୁର ଭିଜିଲାନ୍ସ ପିଏସ୍‌ କେଶ ନଂ ୧୪/୨୦ରେ ଏକ ମାମଲା ରୁଜୁ ହୋଇଥିଲା। ତତ୍କାଳୀନ ଭିଜିଲାନ୍ସ ଇନିସପେକ୍ଟର ତପସ୍ବିନୀ ସେଠ୍‌ ମାମଲାର ତଦନ୍ତ କରିଥିଲେ। ଏହି ମାମଲାଟି ଭିଜିଲାନ୍ସ କୋର୍ଟରେ ବିଚାରଧିନ ଥିଲା। ଭିଜିଲାନ୍ସ ବିଭାଗ ପକ୍ଷରୁ ଦାଖଲ କାଗଜପତ୍ରର ତଦାରଖ ପରେ ସମସ୍ତ ଦିଗକୁ ବିଚାରକୁ ନେଇ ବିଚାରପତି ଉପରୋକ୍ତ ରାୟ ପ୍ରଦାନ କରିଛନ୍ତି।

ଓଡିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ସମ୍ପାଦକ ରଥଙ୍କୁ ଚାକିରିରୁ ବହିସ୍କାର କରିବା ପାଇଁ ବିଭାଗୀୟ କର୍ତ୍ତୃପକ୍ଷଙ୍କ ନିକଟରେ ଆବେଦନ କରିବେ ବୋଲି ଜଣାପଡିଛି। ସୂଚନା ଅନୁଯାୟୀ ଜଗଦୀଶ ରଥ ଏହି ଘଟଣାରେ ପୂର୍ବରୁ ନିଲମ୍ବନ ହୋଇଥିଲେ। ପରେ ପୁଣି ସେହି ସ୍ଥାନରେ ପୁନଃ ଅବସ୍ଥାପିତ ହୋଇ କାର୍ଯ୍ୟରତ ଥିଲେ। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ୍‌ ପ୍ରସିକ୍ୟୁଟର ଜୟକୃଷ୍ଣ ସାହୁ ମାମଲା ପରିଚାଳନା କରୁଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri