ପାକ୍ସ ସମ୍ପାଦକଙ୍କୁ ୪ ବର୍ଷ ଜେଲ

ସୋନପୁର,୬।୧୨(ମୃତ୍ୟୁଞ୍ଜୟ ଶତପଥୀ): ସରକାରୀ ଅର୍ଥ ଆତ୍ମସାତ ମାମଲାର ବିଚାରକରି ବଲାଙ୍ଗୀର ଭିଜିଲାନ୍ସ ସ୍ବତନ୍ତ୍ର ଜଜ୍‌ ମଳୟ ରଞ୍ଜନ ଦାଶ ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ କଳାପଥର ପାକ୍ସ(ପ୍ରାଥମିକ କୃଷି ସମବାୟ ସମିତି)ର ସମ୍ପାଦକ ଜଗଦୀଶ ରଥଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ରଥଙ୍କୁ ୪ ବର୍ଷ ସଶ୍ରମ କାରାଦଣ୍ଡ ସହ ୩୦ ହଜାର ଟଙ୍କା ଜରିମାନା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ରଥଙ୍କ ଜାମିନ୍‌ ନାମଞ୍ଜୁର ହେବାରୁ ତାଙ୍କୁ ବଲାଙ୍ଗୀର ଜେଲ ହାଜତକୁ ପଠାଇ ଦିଆଯାଇଛି।
ସୂଚନା ଅନୁଯାୟୀ, ଗତ ୨୦୧୪ ରୁ ୨୦୧୬ ମସିହା ମଧ୍ୟରେ ପାକ୍ସ ସମ୍ପାଦକ ରଥ ସମିତିର ସରକାରୀ କଗଜପତ୍ର ଏପଟସେପଟ କରି ତଥା ଡେ ବୁକ୍‌ରେ କ୍ଲୋଜିଂ ବାଲାନ୍ସ କମ୍‌ ଦର୍ଶାଇ ୫ ଲକ୍ଷ ୨୮ ହଜାର ୦୫୪ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗ ହୋଇଥିଲା। ସମ୍ବଲପୁର ଭିଜିଲାନ୍ସ ପିଏସ୍‌ କେଶ ନଂ ୧୪/୨୦ରେ ଏକ ମାମଲା ରୁଜୁ ହୋଇଥିଲା। ତତ୍କାଳୀନ ଭିଜିଲାନ୍ସ ଇନିସପେକ୍ଟର ତପସ୍ବିନୀ ସେଠ୍‌ ମାମଲାର ତଦନ୍ତ କରିଥିଲେ। ଏହି ମାମଲାଟି ଭିଜିଲାନ୍ସ କୋର୍ଟରେ ବିଚାରଧିନ ଥିଲା। ଭିଜିଲାନ୍ସ ବିଭାଗ ପକ୍ଷରୁ ଦାଖଲ କାଗଜପତ୍ରର ତଦାରଖ ପରେ ସମସ୍ତ ଦିଗକୁ ବିଚାରକୁ ନେଇ ବିଚାରପତି ଉପରୋକ୍ତ ରାୟ ପ୍ରଦାନ କରିଛନ୍ତି।

ଓଡିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ସମ୍ପାଦକ ରଥଙ୍କୁ ଚାକିରିରୁ ବହିସ୍କାର କରିବା ପାଇଁ ବିଭାଗୀୟ କର୍ତ୍ତୃପକ୍ଷଙ୍କ ନିକଟରେ ଆବେଦନ କରିବେ ବୋଲି ଜଣାପଡିଛି। ସୂଚନା ଅନୁଯାୟୀ ଜଗଦୀଶ ରଥ ଏହି ଘଟଣାରେ ପୂର୍ବରୁ ନିଲମ୍ବନ ହୋଇଥିଲେ। ପରେ ପୁଣି ସେହି ସ୍ଥାନରେ ପୁନଃ ଅବସ୍ଥାପିତ ହୋଇ କାର୍ଯ୍ୟରତ ଥିଲେ। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ୍‌ ପ୍ରସିକ୍ୟୁଟର ଜୟକୃଷ୍ଣ ସାହୁ ମାମଲା ପରିଚାଳନା କରୁଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

CBI ତଦନ୍ତ ନେଇ ମୁହଁ ଖୋଲିଲେ ଦୀପାଳି, ମୋହନ ସରକାରଙ୍କୁ କଲେ ପ୍ରଶ୍ନ

ଭୁବନେଶ୍ୱର,୧୫।୧: ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ମୁହଁ ଖୋଲିଛନ୍ତି ଝିଅ ଦୀପାଳି ଦାସ। ଭାଜପା ନେତାମାନେ ବାରମ୍ବାର ଏହି ପ୍ରସଙ୍ଗ ଉଠାଉଥିବାରୁ ଅସନ୍ତୋଷ...

ରାଜାରାଣୀଙ୍କ ଝାମୁ ଯାତ୍ରା ସହ ଶେଷ ହେଲା ଆଦିବାସୀଙ୍କ ପୌଷ ପର୍ବ

ଥୁଆମୂଳ ରାମପୁର,,୧୫।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଠାରେ ମାଳି ଚଗା ବା ରାଜାରାଣୀ ଝାମୁ ଯାତ୍ରା ସହ ଶେଷ ହେଲା ଆଦିବାସୀଙ୍କ...

ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି (NEP) ୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର,୧୫।୧: ଭାରତ ସରକାର ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ଜାତୀୟ ଶିକ୍ଷା ନୀତି ୨୦୨୦ କୁ ରାଜ୍ୟରେ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା...

ଶ୍ରୀମନ୍ଦିରରେ ଟଳିପଡ଼ିଲେ ସୁଆର ବଡୁ ସେବାୟତ

ପୁରୀ,୧୫ା୧(ଅଜିତ ମହାନ୍ତି): ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସେବା କରିବା ସମୟରେ ଜଣେ ସୁଆରବଡୁ ସେବକଙ୍କ ମୃତ୍ୟୁ ଘଟିଛି। ମୃତ ସେବାୟତ ଜଣଙ୍କ ହେଉଛନ୍ତି ଜଗନ୍ନାଥ ସୁନାଥାଳି। ଶ୍ରୀମନ୍ଦିରରେ...

ଆଲୋକ ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, କେନ୍ଦୁଝରରେ ଥିଲେ…

ଭୁବନେଶ୍ୱର,୧୫।୧: ଓଡ଼ିଶା ସରକାର ବରିଷ୍ଠ ଓଏଏସ୍ ଅଧିକାରୀ ଆଲୋକ କୁମାର ପ୍ରଧାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ କରିଛନ୍ତି। ଏନେଇ...

ଟ୍ରଲରକୁ ଧକ୍କା ଦେଇ ବୁଡ଼ିଲା ବୋଟ୍‌, ୮ ଯାତ୍ରୀଙ୍କୁ ଉଦ୍ଧାର କଲେ ମତ୍ସ୍ୟଜୀବୀ

ଚାନ୍ଦବାଲି,୧୫ା୧(ଅଶୋକ ପଣ୍ଡା): ଭଦ୍ରକ ଜିଲା ଧାମରାଠାରେ ମାଛଧରା ଟ୍ରଲରକୁ ଧକ୍କା ଦେଇ ବୁଧବାର ଏକ ଯାତ୍ରୀବାହୀ ବୋଟ୍‌ ବୁଡ଼ିଯାଇଛି। ଖବରରୁ ପ୍ରକାଶ ଏକ ଯାତ୍ରୀବାହୀ ବୋଟ୍‌...

ଫେରିବ ଶୀତ, ଘନ କୁହୁଡି ପାଇଁ ଏସବୁ ଜିଲାକୁ ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୧୫।୧: ଗତ ଦୁଇ ଦିନ ମଧ୍ୟରେ କିଛି ଆରାମ ପାଇବା ପରେ ଶୀତ ପୁଣି ଓଡିଶା ଫେରିବାର ସମ୍ଭାବନା ରହିଛି। ଆସନ୍ତା ତିନିରୁ ଚାରି ଦିନ...

ବାଲି ବୋଝେଇ ହାଇଓ୍ବା ଧକ୍କାରେ ମୋପେଡ ଚାଳକଙ୍କ ଜୀବନ ଗଲା

ହିଞ୍ଜିଳିକାଟୁ,୧୫ା୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଚୈତନ୍ୟପଡ଼ା ନିକଟରେ ଏକ ନଦୀ ବାଲି ବୋଝେଇ ହାଇଓ୍ବା ଧକ୍କାରେ ଜଣେ ମୋପେଡ ଚାଳକଙ୍କ ଜୀବନ ଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri