ବ୍ଲୁ ଟିକ୍‌ ପାଇଁ ଏଣିକି ଟୁଇଟର୍‌ ୟୁଜର୍ସଙ୍କୁ ଦେବାକୁ ପଡ଼ିପାରେ ଚାର୍ଜ

ନ୍ୟୁୟର୍କ,୩୧।୧୦: ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟର୍‌ ଗତ କିଛି ଦିନ ହେବ ଚର୍ଚ୍ଚାରେ ରହିଆସିଛି। ଏଲନ ମସ୍କ ଟୁଇଟର୍‌ କିଣିବା ପରେ ଟୁଇଟର୍‌ର ଅନେକ ନୀତିରେ ପରିବର୍ତ୍ତନ ସାମ୍ନାକୁ ଆସିଛି। କିଛି ଦିନ ପୂର୍ବରୁ, ମସ୍କ ଟୁଇଟର୍‌ ଯାଞ୍ଚ ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ ରୂପେ ବଦଳାଇବାକୁ ଯାଉଛନ୍ତି ବୋଲି ସୂଚନା ଦେଇଥିଲେ। ସଦ୍ୟତମ ରିପୋର୍ଟ ଅନୁଯାୟୀ ଟୁଇଟରରେ ବ୍ଲୁ ଟିକ ପାଇଁ ୟୁଜର୍ସଙ୍କୁ ଚାର୍ଜ କରାଯିବ।
ମସ୍କ ଖୁବ ଶୀଘ୍ର ଟୁଇଟର୍‌ରେ ‘ପେ ଫର୍‌ ପ୍ଲେ’ ଯାଞ୍ଚ ପ୍ରଣାଳୀ ଆରମ୍ଭ କରିବାକୁ ଯାଉଛନ୍ତି। ଏହି ସିଷ୍ଟମର ପ୍ରବର୍ତ୍ତନ ସମୟରେ ବ୍ଲୁ ଟିକ ୟୁଜର୍ସମାନଙ୍କୁ ପ୍ରତି ମାସରେ ୨୦ ଡଲାର ଚାର୍ଜ ଦେବାକୁ ପଡିବ, ଯାହା ଭାରତୀୟ ମୁଦ୍ରାରେ ପ୍ରାୟ ୧,୬୪୬ ଟଙ୍କା।
ପ୍ରଥମେ ଟୁଇଟରକୁ କିଣିବା ପାଇଁ ମସ୍କ ୪୪ ବିଲିୟନ ଡଲାରର ଚୁକ୍ତି କରିଥିଲେ। ଏ ସମ୍ପର୍କରେ ସେ ଚଳିତ ବର୍ଷ ଏପ୍ରିଲ ୧୩ରେ ଘୋଷଣା ବି କରିଥିଲେ। ତେବେ ସେ ପୁଣି ଏହି ଡିଲକୁ ଅଧାରୁ ଅଟକାଇ ଦେଇଥିଲେ। ଏହା ପରେ ଟୁଇଟ୍‌ ସିଇଓ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। କୋର୍ଟ ମସ୍କଙ୍କୁ ଏହି ଡିଲ ଉପରେ ଚୂଡାନ୍ତ ନିଷ୍ପତ୍ତି ନେବାକୁ ଅକ୍ଟୋବର ୨୭ ତାରିଖ ଯାଏ ସମୟ ଦେଇଥିଲେ। ଅକ୍ଟୋବର ୨୭ରେ ମସ୍କ ଟୁଇଟର୍‌କୁ ବିଧିବଦ୍ଧ ଭାବେ କିଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ହର୍ମୁଜ ଖୋଲିବା ନେଇ ଇରାନର ସସପେନ୍ସ , ଯୁଦ୍ଧବିରତି ସର୍ତ୍ତ ଉପରେ କହିଲା-ଠିକ୍‌ ସମୟରେ…

ଓ୍ବାଶିଂଟନ୍‌୬।୪: ଇରାନ-ଆମେରିକା ବିବାଦ ମଧ୍ୟରେ, ଇରାନ ସୂଚିତ କରିଛି ଯେ ହର୍ମୁଜ ପ୍ରଣାଳୀ ଏବେ ଏହାର ନିୟନ୍ତ୍ରଣରେ ଏକ ରଣନୈତିକ ଉପକରଣ ପାଲଟିଛି। ଇରାନ ରିଭୋଲ୍ୟୁସନାରୀ ଗାର୍ଡ…

ଇରାନକୁ ଭିତିରିଆ ଶକ୍ତି ଯୋଗାଉଛନ୍ତି ଏହି ୨ ଦେଶ, ଏହି କାରଣରୁ ଶେଷ ହେଉନାହିଁ ଯୁଦ୍ଧ! ଚାଞ୍ଚଲ୍ୟକର ଖୁଲାସା

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ହର୍ମୁଜ ପ୍ରଣାଳୀ ଖୋଲିବା ନେଇ…

ଆମେରିକା-ଇରାନ ବିବାଦ ଶେଷ ହେବ, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ? ପାକିସ୍ତାନ ପ୍ରସ୍ତୁତ କଲାଣି ଡ୍ରାପ୍ଟ – ସର୍ତ୍ତାବଳୀ କ’ଣ ଜାଣନ୍ତୁ

ତେହରାନ,୬।୪: ଆମେରିକା ଏବଂ ଇରାନ ମଧ୍ୟରେ ଏକ ମାସରୁ ଅଧିକ ସମୟ ଧରି ଚାଲିଥିବା ସଂଘର୍ଷ ଶେଷ ହେବାକୁ ଯାଉଛି ଏବଂ ହର୍ମୁଜ ପ୍ରଣାଳୀ ଖୁବ ଶୀଘ୍ର…

ଯୁଦ୍ଧ ମଧ୍ୟରେ ଇରାନକୁ ଶକ୍ତ ଝଟକା: ଆମେରିକା-ଇସ୍ରାଏଲ ଆକ୍ରମଣରେ IRGC ଗୁପ୍ତଚର ମୁଖ୍ୟଙ୍କ ମୃତ୍ୟୁ

ତେହରାନ,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇରାନକୁ ଏକ ଶକ୍ତ ଧକ୍କା ଲାଗିଛି। ସୋମବାର (ଏପ୍ରିଲ ୬) ସକାଳେ ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣରେ IRGCର ଗୁପ୍ତଚର ମୁଖ୍ୟ…

‘ପାଗଳ ସହ ବିପଜ୍ଜନକ ହୋଇଗଲେଣି ଟ୍ରମ୍ପ…’, ଇରାନ ଯୁଦ୍ଧ ମଧ୍ୟରେ ରାଗିଲେ ଆମେରିକୀୟ ନେତା

ଓ୍ବାଶିଂଟନ,।୬୪: ଇରାନ ସହିତ ଚାଲିଥିବା ସଂଘର୍ଷକୁ ନେଇ ଡୋନାଲ୍ଡ ଟ୍ରମ୍ପ ନିଜେ ଆମେରିକା ଭିତରେ ସମାଲୋଚନାର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି। ଆମେରିକୀୟ କଂଗ୍ରେସ ସଦସ୍ୟ…

ଦୁଇ ପ୍ରକାର କଥା କହୁଛନ୍ତି ଟ୍ରମ୍ପ, ଗୋଟିଏ ପଟେ ଆକ୍ରମଣର ଚେତାବନୀ, ଅନ୍ୟପଟେ ଚୁକ୍ତି କଥା ବି ଉଠାଇଛନ୍ତି

ଓ୍ବାଶିଂଟନ,୬।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଆକ୍ରମଣ ପାଇଁ ସମୟ ସୀମାକୁ – ହରମୁଜ ପ୍ରଣାଳୀକୁ ପୁନଃ ଖୋଲିବା ସମ୍ପର୍କରେ – ଆହୁରି ୨୪…

ସଂସ୍ଥା ପ୍ରତି ନିଷ୍ଠା,ଏକାଗ୍ରତା ଜରୁରୀ: କରିମ୍‌ କବିରୁଦ୍ଦିନ

କଟକଠାରେ ପ୍ରତିଷ୍ଠିତ ହେଲ୍‌ଥ ଫୁଡ୍‌ ପ୍ରଡକ୍ଟ ପ୍ରା. ଲିଃ.ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର କରିମ୍‌ କବିରୁଦ୍ଦିନ ଓଡ଼ିଶାର ଅନେକ ପରିବାରକୁ ରୋଜଗାରକ୍ଷମ କରି ବେକାର ସମସ୍ୟାର ସମାଧାନ କରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri