୫୦୦ ଦିଅ ଜାତିଗତ ପ୍ରମାଣପତ୍ର ନିଅ

ଭଦ୍ରକ ଅଫିସ, ୮ା୧୨: ୫୦୦ ଟଙ୍କା ଦିଅ ଆଉ ଜାତିଗତ ପ୍ରମାଣପତ୍ର ନିଅ। ଗୋଟେ ସରକାରୀ ଅଫିସରର କ’ଣ ମୁଣ୍ଡ ୨୦୦ ଟଙ୍କା କି । ଏମିତି ଏକ ଭିଡିଓ ଭଦ୍ରକ ଜିଲାରେ ଏବେ ଭାଇରାଲ ହେବାରେ ଲାଗିଛି। ଜାତିଗତ ପ୍ରମାଣପତ୍ର ଦେବାକୁ ଦଳାଙ୍ଗ ଆରଆଇ ଜଣେ ବ୍ୟକ୍ତିଙ୍କ ସହ ଏଭଳି ମୁଲଚାଲ କରୁଥିବାର ଭିଡିଓ ଭାଇରାଲ ପରେ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଧାମନଗର ତହସିଲ ଅଧୀନ ଦଳାଙ୍ଗ ରାଜସ୍ବ ମଣ୍ଡଳ ଅଞ୍ଚଳର ଜଣେ ବ୍ୟକ୍ତି ନିଜ ଝିଅଙ୍କର ଜାତିଗତ ପ୍ରମାଣପତ୍ର ପାଇଁ ଆବେଦନ କରିଥିଲେ। ପ୍ରମାଣପତ୍ର ପାଇଁ ବାରମ୍ବାର ତହସିଲ ଅଫିସ ଓ ଆର୍‌ଆଇ ଅଫିସ ଦୌଡ଼ିବାକୁ ପଡ଼ିଥିଲା। ଆର୍‌ଆଇ କାଗଜପତ୍ର ତହସିଲ ଅଫିସକୁ ପଠାଇ ନ ଥିବା ତହସିଲ ଅଫିସରେ କହି ଫେରାଉଥିଲେ। ଆରଆଇ ଅଫିସରେ ପହଞ୍ଚତ୍ବା ପରେ ଆର୍‌ଆଇ ଏଥିପାଇଁ ୫୦୦ ଟଙ୍କା ମାଗିଥିଲେ। ସମ୍ପୃକ୍ତ ବ୍ୟକ୍ତି ମାତ୍ର ୨୦୦ ଟଙ୍କା ଦେବାକୁ କହିବାରୁ ଆରଆଇ ଏଥିରେ ରାଜି ହୋଇ ନ ଥିଲେ। ହେଲେ ସମ୍ପୃକ୍ତ ବ୍ୟକ୍ତି ୫୦୦ ଟଙ୍କା ଦେବାରୁ ସେ ତାଙ୍କ ଜାତିଗତ ପ୍ରମାଣପତ୍ର ତହସିଲଦାରଙ୍କ ନିକଟକୁ ପଠାଇଥିଲେ। ଏ ନେଇ ତହସିଲଦାର କ୍ଷୀରୋଦ ଚନ୍ଦ୍ର ପଣ୍ଡା କହିଛନ୍ତି ଭିଡିଓ ଦେଖିବାକୁ ମିଳିଛି, ଲିଖିତ ଅଭିଯୋଗ ହୋଇନାହିଁ। ଲିଖିତ ଅଭିଯୋଗ ମିଳିଲେ ଘଟଣାର ତଦନ୍ତ କରାଯିବ। ସମ୍ପୃକ୍ତ ଆରଆଇଙ୍କୁ ଯୋଗାଯୋଗ କରାଯାଇଥିଲେ ବି ସମ୍ଭବ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri