Posted inଜାତୀୟ

ବିଦ୍ୟୁତ ଉପଭୋକ୍ତାଙ୍କ ପାଇଁ ଖୁସି ଖବର: କିସ୍ତିରେ ପଇଠ କରିହେବ ବିଲ୍‌

ମୁମ୍ବାଇ,୩୦।୬: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏବେ ସେଠାରେ ଅନେକ ଲୋକ ରୋଜଗାର ହରାଇ ବସିଛନ୍ତି। ଏମିତିକି କରୋନା ସଂକ୍ରମଣକୁ ରୋକିବାକୁ ରାଜ୍ୟରେ ଜୁଲାଇ ଶେଷ ପର୍ଯ୍ୟନ୍ତ ଲକ୍‌ଡାଉନ ଘୋଷଣା କରାଯାଇଥିବା ବେଳେ ଏହା ସାଧାରଣ ଲୋକଙ୍କ ଜୀବନ ଜୀବିକା ଉପରେ ବେଶ୍‌ ପ୍ରଭାବ ପକାଇଛି। ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ସରକାର ଏବେ ବିଦ୍ୟୁତ୍‌ ଉପଭୋକ୍ତାଙ୍କୁ ସାମାନ୍ୟ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଏଣିକି କିଛିଦିନ ପାଇଁ ମହାରାଷ୍ଟ୍ରର ବିଦ୍ୟୁତ ଉପଭୋକ୍ତା କିସ୍ତିରେ ବିଜୁଳି ବିଲ୍‌ ପଇଠ କରିପାରିବେ ବୋଲି କୁହାଯାଇଛି। ମହାରାଷ୍ଟ୍ର ଇଲେକ୍ଟ୍ରିସିଟି ରେଗୁଲଟାରୀ କମିଶନ(ଏମ୍‌ଇଆର୍‌ସି) ପାଓ୍ବାର ଡିଷ୍ଟ୍ରିବ୍ୟୁଶନ କମ୍ପାନୀଙ୍କୁ ବିଦ୍ୟୁତ ବିଲ୍‌ ପଇଠ କରିବାକୁ ଗ୍ରାହକଙ୍କୁ ୩ଟି କିସ୍ତି ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ମାର୍ଚ୍ଚରୁ ମେ’ ମାସ ମଧ୍ୟରେ ଆସିଥିବା ବିଲ୍‌କୁ ୩ କିସ୍ତିରେ ଦେଇହେବ। ସୂଚନାଯୋଗ୍ୟ, କରୋନା ମହାମାରୀ ପାଇଁ ସାରା ଦେଶରେ ଲକ୍‌ଡାଉନ ଜାରି କରାଯାଇଥିବା ବେଳେ ସବୁକିଛି ବନ୍ଦ ହୋଇଯାଇଥିଲା। ପରେ ଲକ୍‌ଡାଉନ ନିୟମରେ କୋହଳ କରାଯିବା ପରେ ବିଦ୍ୟୁତ୍‌ ଗ୍ରାହକମାନେ ଏକ କାଳୀନ ୩ ମାସର ବିଲ୍‌ ପାଇବା ପରେ ଚମକି ପଡିଥିଲେ। ତେଣୁ ଏକାଥରେ ଏତେ ପରିମାଣର ବିଲ୍‌ ପଇଠ କରିବାକୁ ଅଧିକାଂଶ ଲୋକ ସକ୍ଷମ ନ ଥିବାରୁ ଏବେ ବିଦ୍ୟୁତ୍‌ ଗ୍ରାହକମାନଙ୍କୁ କିସ୍ତିରେ ବିଲ୍‌ ପଇଠ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri