‘ନିର୍ଦ୍ଧାରିତ ସମୟରେ ଏମ୍‌ଜିଏନ୍‌ଆରଇଜିଏସ୍‌ ଅର୍ଥ ଦିଅ’

ଭୁବନେଶ୍ୱର,୨୩ା୮(ବ୍ୟୁରୋ):ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆରଇଜିଏସ୍‌)ରେ ଓଡ଼ିଶା ସରକାର ଶ୍ରମିକମାନଙ୍କୁ ଠିକ୍‌ ସମୟରେ ଶତପ୍ରତିଶତ ମଜୁରି ପ୍ରଦାନ କରୁଛନ୍ତି। ଲୋକଙ୍କ ହାତକୁ ଅଧିକ କାମ ଦେବା ସହ ନିୟମିିତ ଭାବେ ମଜୁରି ପ୍ରଦାନ କରିବାକୁ ରାଜ୍ୟ ସରକାର ଏକ ‘ରିଭଲଭିଙ୍ଗ୍‌ ଫଣ୍ଡ’ ଗଠନ କରିଛନ୍ତି । ଏହି ଫଣ୍ଡ ସହ କେନ୍ଦ୍ର ସରକାର ଏମ୍‌ଜିଏନ୍‌ଆରଇଜିଏସ୍‌ ସଫ୍ଟଓ୍ବେରକୁ ସଂଯୁକ୍ତ କଲେ ଧାର୍ଯ୍ୟ ସମୟରେ ଏମ୍‌ଜିଏନ୍‌ଆରଇଜିଏସ୍‌ ବାବଦ କେନ୍ଦ୍ରୀୟ ଅଂଶ ମିଳିବାରେ ଅସୁବିଧା ହୁଅନ୍ତା ନାହିଁ । ଏହା ଦ୍ବାରା ରିଭଲ୍‌ଭିଙ୍ଗ ଫଣ୍ଡକୁ ପାଣ୍ଠିର ଅଭାବ ରହନ୍ତା ନାହିଁ। ଏ ଦିଗରେ ରାଜ୍ୟର ପ୍ରସ୍ତାବକୁ ଅଗ୍ରାଧିକାର ଭିତ୍ତିରେ କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି।
ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ରାଜ୍ୟ ବାହାର ଶ୍ରମିକ ପରିବାରଙ୍କୁ କାମଧନ୍ଦା ଯୋଗାଇଦେବାକୁ କେନ୍ଦ୍ର ସରକାର କୋଭିଡ୍‌-୧୯କୁ ଦୃଷ୍ଟିରେ ରଖି ଏମ୍‌ଜିଏନ୍‌ଆରଇଜିଏସ୍‌ ପାଇଁ କେନ୍ଦ୍ର ବଜେଟରେ ଅଧିକ ଅର୍ଥ ବରାଦ କରିଛନ୍ତି। ତେବେ ଏ ବାବଦ କେନ୍ଦ୍ରୀୟ ଅଂଶଧନ ମିଳିବାରେ ବିଳମ୍ବ ହେଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରିଭଲଭିଙ୍ଗ୍‌ ଫଣ୍ଡ ଗଠନ କରି ଜବ୍‌କାର୍ଡଧାରୀଙ୍କୁ ଠିକ୍‌ ସମୟରେ ମଜୁରି ପ୍ରଦାନ କରିଆସୁଛନ୍ତି। ରାଜ୍ୟ ସରକାର ୨୦୨୨-୨୩ ଆର୍ଥତ୍କ ବର୍ଷ ପାଇଁ ବଜେଟରେ ଏହି ଫଣ୍ଡ ଲାଗି ୧ ହଜାର କୋଟି ଟଙ୍କା ବ୍ୟବସ୍ଥା କରିଛନ୍ତି। କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ଏମ୍‌ଜିଏନ୍‌ଆରଇଜିଏସ୍‌ ସଫ୍ଟଓ୍ବେରକୁ ରିଭଲଭିଙ୍ଗ୍‌ ଫଣ୍ଡ ସହ ସଂଯୋଗ କରି ନ ଥିବାରୁ କେନ୍ଦ୍ର ଅଂଶଧନ ମିଳିବାରେ ବିଳମ୍ବ ହେଉଛି। ଏ ନେଇ ମନ୍ତ୍ରଣାଳୟକୁ ବାରମ୍ବାର ଅନୁରୋଧ କରାଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ସଂଯୋଗ କରାଯାଇନାହିଁ। ରିଭଲଭିଙ୍ଗ୍‌ ଫଣ୍ଡ ସହ ଉକ୍ତ ସଫ୍ଟଓ୍ବେରକୁ ସଂଯୋଗ କରାଗଲେ ପାଣ୍ଠି ମିଳିବା ଓ ଠିକ୍‌ ସମୟରେ ଶ୍ରମିକଙ୍କ ମଜୁରି ଦେବାରେ ସହାୟକ ହୋଇପାରିବ। ଏ ଦିଗରେ ହସ୍ତକ୍ଷେପ କରି ସମସ୍ୟା ସମାଧାନ କରିବାକୁ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri