ରାଜନୀତି ମୈଦାନକୁ ଓହ୍ଲାଇବେ ପାୟଲ ଘୋଷ

ମୁମ୍ବାଇ,୨୬।୧୦: ଚଳଚ୍ଚିତ୍ର ନିର୍ଦ୍ଦେଶକ ତଥା ଅଭିନେତା ଅନୁରାଗ କଶ୍ୟପଙ୍କ ନାଁରେ ଯୌନ ଶୋଷଣ ଅଭିଯୋଗ ଆଣିଥିବା ଫିଲ୍ମ ଅଭିନେତ୍ରୀ ପାୟଲ ଘୋଷ ତାଙ୍କ ଓକିଲଙ୍କ ସହ କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠୱାଲେଙ୍କ ରିପବ୍ଲିକାନ ପାର୍ଟି ଅଫ ଇଣ୍ଡିଆ (ଆରପିଆଇ)ରେ ଯୋଗଦେବେ। ଦୀର୍ଘ ଦିନ ଧରି ଏନେଇ କଳ୍ପନାଜଳ୍ପନା ଚାଲିଥିଲା। ଏବେ ତାହା ସତ ହୋଇଛି।ତାଙ୍କୁ ଆରପିଆଇର ମହିଲା ମେର୍ଚ୍ଚାର ଉପାଧ୍ୟକ୍ଷ କରାଯିବ ବୋଲି ଜଣାପଡିଛି। ଏଥିସହ ତାଙ୍କ ଓକିଲଙ୍କୁ ଆଡଭୋକେଟ ୱିଙ୍ଗରେ ରାଜ୍ୟ ଉପାଧ୍ୟକ୍ଷ କରାଯିବା ନେଇ କଳ୍ପନାଜଳ୍ପନା ଚାଲିଛି। ସୂଚନାଯୋଗ୍ୟ, ପାୟଲ ଘୋଷ ଅନୁରାଗ କଶ୍ୟପଙ୍କ ନାଁରେ ଯୌନ ନିର୍ଯାତନା ଅଭିଯୋଗ ଆଣିଥିଲେ। ଏ ସଂପର୍କରେ ସେ ମୁମ୍ବାଇର ଓସିୱାରା ପୋଲିସ ଷ୍ଟେଶନରେ ମଧ୍ୟ ମାମଲା ରୁଜୁ କରିଛନ୍ତି। ତେବେ କଶ୍ୟପ ଏହି ଅଭିଯୋଗକୁ ଖଣ୍ଡନ କରିଛନ୍ତି। ଏହି ମାମଲାରେ ପାୟଲ ଘୋଷଙ୍କୁ କେନ୍ଦ୍ର ସାମାଜିକ ନ୍ୟାୟ ମନ୍ତ୍ରୀ ତଥା ଆରପିଆଇ ସଭାପତି ରାମଦାସ ଅଠୱାଲେ ସମର୍ଥନ କରିଥିଲେ। ସେ ପାୟଲଙ୍କୁ ମଧ୍ୟ ଭେଟିଥିଲେ। କେବଳ ଏତିକି ନୁହେଁ, ସେ ଏବଂ ପାୟଲ ମିଶି ମହାରାଷ୍ଟ୍ର ରାଜ୍ୟପାଳ ଭାଗବତ ସିଂ କୋଶ୍ୟାରିଙ୍କୁ ମଧ୍ୟ ଭେଟି ସୁରକ୍ଷା ଏବଂ ନ୍ୟାୟ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri