ଆଗକୁ ପୟାଶ୍ରାଦ୍ଧ, ବିକ୍ରି ହେଲାଣି ପିପେଇ

ବରୀ,୨୧ା୧୦(ଡି.ଏନ.ଏ.):ଆଗକୁ ଆସୁଛି ପୟାଶ୍ରାଦ୍ଧ। ଏହି ଦିବସରେ ପିତୃ ପୁରୁଷଙ୍କୁ ଶ୍ରାଦ୍ଧ ଦେଇ ସେମାନଙ୍କ ବଂଶଧରମାନେ କୁହନ୍ତି ‘ବଡ଼ବଡୁଆ ହୋ, ଅନ୍ଧାରରେ ଆସିଥିଲ ଆଲୁଅରେ ଯାଆ’। ପରମ୍ପରା ଅନୁଯାୟୀ କାଉଁରିଆ କାଠି ଏହି ଦିବସ ପାଇଁ ଆବଶ୍ୟକ ହୋଇଥାଏ। ଯିଏ ଯେଉଁ ପଦ ପଦବୀରରେ ଥାଆନ୍ତୁ ନା କାହିଁକି କାଉଁରିଆ କାଠିରେ ଅଗ୍ନି ସଂଯୋଗ କରି ସେମାନଙ୍କ ପିତୃ ପୁରୁଷଙ୍କୁ ଶ୍ରାଦ୍ଧ ଦେବା ଆଜି ଓଡ଼ିଆ ସଂସ୍କୃତି ଓ ପରମ୍ପରା ଭିତରେ ସୀମିତ ରହିଛି। ସମୟକ୍ରମେ ନଳିତା ଚାଷ ବରୀ ବ୍ଲକ୍‌ ଅଞ୍ଚଳରେ ଲୋପ ପାଇବାକୁ ଯାଉଥିବା ବେଳେ ଏହି ପର୍ବକୁ ଆଖି ଆଗରେ ରଖି ବ୍ଲକ୍‌ ଅଧୀନ ରତ୍ନଗିରି ପଞ୍ଚାୟତର ଅଲିଆବାଦ, ରାଉତ ସାହି, ପଟଣା ଆଦି ଅଞ୍ଚଳରେ ନଳିତା ଚାଷୀ ଘରକୁ ଘର ବୁଲି କାଉଁରିଆ(ପିପେଇ) କାଠି ବିକ୍ରି କଲେଣି। ଲୋକମାନେ ଏହାକୁ ଆଗ୍ରହର ସହ କ୍ରୟ କରୁଥିବା ଦେଖିବାକୁ ମିଳିଛି। ତେବେ ସମୟ ବଦଳିଥିଲେ ବି ଓଡ଼ିଶା ଲୋକଙ୍କ ପର୍ବ ପର୍ବାଣି ସତେଯେମିତି ତାଙ୍କ ପରିଚୟ ସୃଷ୍ଟି କ୍ଷେତ୍ରରେ ଏକ ସ୍ବତନ୍ତ୍ରତା ବଜାୟ ରଖିଛି ବୋଲି ପ୍ରାକ୍ତନ ପ୍ରଧାନଶିକ୍ଷକ ଗୋପବନ୍ଧୁ ଦାସ, ବ୍ରାହ୍ମଣୀ ବଞ୍ଚାଅ ଅଭିଯାନ ଆବାହକ ତଥା ଶିକ୍ଷକ ନେତା ଲୋକନାଥ ଦାସ, ପ୍ରାକ୍ତନ ପ୍ରଧାନଶିକ୍ଷକ କର୍ଣ୍ଣଚନ୍ଦ୍ର ଘଡ଼ାଇ, କୁଞ୍ଜବିହାରୀ ଦାଶ, ମକରଧ୍ୱଜ ଘଡ଼ାଇ, ଅନିରୁଦ୍ଧ ମଲ୍ଲ ଓ ଯୁବ ସାମାଜିକ କର୍ମୀ ପବିତ୍ର ଶାନ୍ତି ପ୍ରମୁଖ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଓଡ୍ରାଫ ଯବାନଙ୍କୁ କାମୁଡ଼ିଲା ସାପ

ବାରିପଦା, ୨୭।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଜଣେ ଓଡ୍ରାଫ ଯବାନଙ୍କୁ ସାପ କାମୁଡ଼ିଥିବା ଜଣାପଡ଼ିଛି। ବେତନଟୀ ବ୍ଲକ ଅନ୍ତର୍ଗତ…

ସୋସୋରେ ଫୁଟିଲା ଗୁଳି, ବ୍ୟବସାୟୀଙ୍କଠାରୁ ଲୁଟ୍‌

ହାଟଡିହୀ, ୨୭।୯ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସୋସୋ ଥାନା ଅଞ୍ଚଳରେ ଗୁଳି ଫୁଟାଇ ଜଣେ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତମାନେ ଗତ ଶନିବାର…

ପର୍ଯ୍ୟଟନର ବାର୍ତ୍ତା ନେଇ ଦୌଡ଼ିଲେ ଶତାଧିକ ଛାତ୍ରୀଛାତ୍ର

କୋରାପୁଟ,୨୭ା୯(ଅମିତାଭ ବେହେରା): ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଶନିବାର ପର୍ଯ୍ୟଟନ ସଚେତନତାର ବାର୍ତ୍ତା ଦିଆଯାଇଛି। ପର୍ଯ୍ୟଟନସ୍ଥଳୀ ପ୍ରତି ଲୋକଙ୍କ ଆଗ୍ରହ ବଢ଼ାଇବା…

ଭିଜିଲାନ୍ସ ପଞ୍ଝାରେ ପୁଣି ଜଣେ ସରକାରୀ ଅଧିକାରୀ, ଆୟବର୍ହିଭୂତ ସମ୍ପତ୍ତି ଠୁଳ କରି ସହକାରୀ ଯନ୍ତ୍ରୀ…

ମାଲକାନଗିରି,୨୭ା୯(ଦୁର୍ଯ୍ୟୋଧନ ପାତ୍ର): ପୁଣି ଜଣେ ସରକାରୀ ବାବୁଙ୍କ ବିରୋଧରେ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି ମାଲକାନଗିରି ଜିଲା ମାଥିଲି…

ଭାଗବତର ମହକରେ ଅତିବଡ଼ି: ଝଙ୍କୃତ ହେଲା କବିତା

ଦାରିଙ୍ଗବାଡ଼ି, ୨୭/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡ. ଭୀମରାଓ ଆମ୍ବେଦକର ଜାତୀୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ଅପରାହ୍ନରେ ଅତିବଡ଼ି ଜଗନ୍ନାଥ ଦାସଙ୍କ…

ପାଇପ ବିଛାଇବା ପାଇଁ ଗାଁ ଗାଁରେ ଖୋଳା ଚାଲିଛି କଂକ୍ରିଟ ରାସ୍ତା: ପାଇପ ବିଛାଇବା ପରେ ମରାମତି ନାହିଁ

ଅମରପାଲି, ୨୭।୯ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଗ୍ରାମରେ ମେଗା ପାନୀୟଜଳ ପ୍ରକଳ୍ପ ପାଇଁ ପାଇପ ବିଛାଇବା କାମ ଚାଲିଛି। ଏଥିପାଇଁ ଏକ…

ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର

ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?