Posted inଖେଳ

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଗୁଜରାଟ ଟାଇଟନ୍ସକୁ ୩ ଉଇକେଟରେ ପରାସ୍ତ କରିଛି। ଯୁବ ବ୍ୟାଟର କୁପର କନୋଲିଙ୍କ ଦମଦାର ଅର୍ଦ୍ଧଶତକ ଏବଂ ଅଭିଜ୍ଞ ସ୍ପିନର ୟୁଜବେନ୍ଦ୍ର ଚହଲଙ୍କ ଘାତକ ବୋଲିଂ ବଳରେ ପଞ୍ଜାବ ଏହି ସଫଳତା ପାଇଛି।
ଟସ ଜିତି ପଞ୍ଜାବ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଗୁଜରାଟର ଅଧିନାୟକ ଶୁଭମନ ଗିଲ (୩୯ ରନ) ଏବଂ ଜୋସ ବଟଲର (୩୮ ରନ) ଭଲ ଆରମ୍ଭ କରିଥିଲେ ମଧ୍ୟ ପଞ୍ଜାବ ବୋଲରମାନେ ସେମାନଙ୍କୁ ବଡ଼ ସ୍କୋର କରିବାକୁ ଦେଇ ନ ଥିଲେ। ଚହଲ ୨୮ ରନ ଦେଇ ୨ଟି ଗୁରୁତ୍ୱପୂର୍ଣ୍ଣ  ଉଇକେଟ ନେଇଥିଲେ। ବିଜୟକୁମାର ମଧ୍ୟ ୩ଟି ବଡ଼ ଉଇକେଟ ନେଇ ଗୁଜରାଟକୁ ୧୬୨ ରନରେ ସୀମିତ ରଖିବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ।
୧୬୩ ରନର ଲକ୍ଷ୍ୟ ପିଛା କରି ପଞ୍ଜାବର ଆରମ୍ଭ ଖରାପ ଥିଲା। କିନ୍ତୁ ନିଜର ପ୍ରଥମ ଆଇପିଏଲ ମ୍ୟାଚ ଖେଳୁଥିବା ୨୨ ବର୍ଷୀୟ କୁପର କନୋଲ ଅପରାଜିତ ୭୨ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ସେ ୪୪ଟି ବଲ୍‌ରେ ୫ଟି ଚୌକା ଓ ୫ଟି ଛକା ମାରି ଟିମ୍‌କୁ ବିଜୟୀ କରାଇଥିଲେ।
ମ୍ୟାଚ ମଝିରେ ପଞ୍ଜାବ ମାତ୍ର ୧୬ଟି ବଲରେ ୪ଟି ଉଇକେଟ ହରାଇ ସଙ୍କଟରେ ପଡ଼ିଥିଲା। ଗୁଜରାଟର ପେସର ପ୍ରସିଦ୍ଧ କୃଷ୍ଣା ୩ ଉଇକେଟ ନେଇ ପଞ୍ଜାବର ଅଡ଼ୁଆ ବଢ଼ାଇ ଦେଇଥିଲେ। ହେଲେ କନୋଲି ଗୋଟିଏ ପଟେ ସ୍ଥିର ରହି ମାର୍କୋ ୟାନସନ ଏବଂ ଜାଭିୟର ବାର୍ଟଲେଟଙ୍କ ସହ ମିଶି ୧୯.୧ ଓଭରରେ ଦଳକୁ ଜିତାଇ ଦେଇଥିଲେ। ଏହି ବିଜୟ ସହ ପଞ୍ଜାବ କିଙ୍ଗସ ଚଳିତ ସିଜନ୍‌ରେ ଶୁଭାରମ୍ଭ କରିଛି।

Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri