Posted inଖେଳ

ପଞ୍ଜାବର ପଞ୍ଚମ ବିଜୟ

ମୁଲାନପୁର,୧୯ା୪: ପ୍ରିୟାଂଶ ଆର୍ଯ୍ୟ ଓ କୁପର କନୋଲୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ରବିବାର ରାତିରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (ଏଲ୍‌ଏସ୍‌ଜି)କୁ ୫୪ ରନରେ ପରାସ୍ତ କରିଛି। ଏଥିସହିତ ପଞ୍ଜାବର ବିଜୟ ଧାରା ଜାରି ରହିଥିବା ବେଳେ ଏହା ଦଳର ଷଷ୍ଠ ମ୍ୟାଚ୍‌ରେ ପଞ୍ଚମ ବିଜୟ।
ବ୍ୟାଟିଂ କରିଥିବା ପଞ୍ଜାବ ଆରମ୍ଭରୁ ଓପନର ପ୍ରଭସିମରନ ସିଂ(୦)ଙ୍କ ଉଇକେଟ ହରାଇଥିଲା। ନଂ. ୩ରେ ଆସିଥିବା କନୋଲୀ, ଅନ୍ୟତମ ଓପନର ପ୍ରିୟାଂଶଙ୍କ ସହ ମିଶି ୮୦ ବଲରେ ଦଳୀୟ ସ୍କୋରରେ ୧୮୨ ରନ ଯୋଡ଼ିଥିଲେ। କନୋଲୀ ୪୬ ବଲରେ ୮୭ (୮ ଚୌକା ଓ ୭ ଛକା) ଓ ପ୍ରିୟାଂଶ ୩୭ ବଲରେ ୯୩ (୪ ଚୌକା ଓ ୯ ଛକା) ରନ କରି ଆଉଟ୍‌ ହୋଇଥିଲେ। ଶେଷ ଆଡ଼କୁ ମାର୍କସ ଷ୍ଟୋଇନିସ ୧୬ ବଲରେ ୨୯ (୨ ଲେଖାଏ ଚୌକା ଓ ଛକା) ଓ ଶଶାଙ୍କ ସିଂ ୬ ବଲରେ ୧୭ (୧ ଚୌକା ଓ ୨ ଛକା) ରନ କରିଥିଲେ। ଫଳରେ ପଞ୍ଜାବ ନର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ୨୫୪ ରନ କରିଥିଲା।

ଜବାବରେ ଲକ୍ଷ୍ନୌକୁ ମିଚେଲ ମାର୍ଶ (୨୮ ବଲ, ୪୦ ରନ, ୩ ଚୌକା ଓ ୨ ଛକା) ଓ ଆୟୁଷ ବଦୋନୀ (୨୧ ବଲ, ୩୫ ରନ, ୫ ଚୌକା ଓ ୧ ଛକା) ୬ ଓଭରରେ ୬୧ ରନର ଆରମ୍ଭ ଦେଇଥିଲେ। ନଂ.୩ରେ ଆସିଥିବା ଅଧିନାୟକ ରିଷଭ ପନ୍ତ ୨୩ ବଲରେ ୪୩ (୧ ଚୌକା ଓ ୪ ଛକା) ରନ କରିଥିବା ବେଳେ ନିକୋଲାସ ପୁରନ (୯) ଫେଲ ମାରିଥିଲେ।

ଶେଷ ଆଡ଼କୁ ଏଡେନ ମାରକ୍ରାମ (୨୨ ବଲ, ୪୨ ରନ, ୩ ଲେଖାଏ ଚୌକା ଓ ଛକା) ଓ ମୁକୁଲ ଚୌଧାରୀ (୨୧ ରନ, ୧ ଲେଖାଏ ଚୌକା ଓ ଛକା) ଚେଷ୍ଟା କରିଥିଲେ। ହେଲେ ତାହା ଦଳର ବିଜୟ ଲାଗି ଯଥେଷ୍ଟ ହୋଇ ନ ଥିଲା। ଲକ୍ଷ୍ନୌ ୨୦ ଓଭରରେ ୫ ଉଇକେଟ ହରାଇ ୨୦୦ ରନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ…

୪ରେ ଗଞ୍ଜାମ ଗସ୍ତରେ ଆସିବେ ରାଷ୍ଟ୍ରପତି: ତପ୍ତପାଣିଠାରେ ମା’ କନ୍ଧୁଣୀ ଦେବୀଙ୍କ କରିବେ ଦର୍ଶନ

ଛତ୍ରପୁର, ୨୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଆସନ୍ତା ଅଗଷ୍ଟ ୪ ତାରିଖରେ ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ ଜିଲା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱରରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri