Posted inଖେଳ

ମୁମ୍ୱାଇକୁ ହରାଇଲା ପଞ୍ଜାବ

ମୁମ୍ୱାଇ,୧୬ା୪: ପ୍ରଭସିମରନ ସିଂ ଓ ଅଧିନାୟକ ଶ୍ରେୟସ ଆୟାରଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୭ ଉଇକେଟରେ ପରାସ୍ତ କରିଛି। କ୍ୱିଣ୍ଟନ ଡି’ କକ୍‌ଙ୍କ ଅପରାଜିତ ଶତକ ବଳରେ ମୁମ୍ୱାଇ ଦ୍ୱାରା ପ୍ରଦତ୍ତ ୧୯୬ ରନର ଟାର୍ଗେଟକୁ ପଞ୍ଜାବ ୧୬.୩ ଓଭରରେ ୩ ଉଇକେଟ ହରାଇ ହାସଲ କରି ନେଇଥିଲା। ପଞ୍ଚମ ମ୍ୟାଚ୍‌ରେ ଚତୁର୍ଥ ବିଜୟ ଓ ୯ ପଏଣ୍ଟ ସହ ପଞ୍ଜାବ ପଏଣ୍ଟ ଟେବୁଲ ଶୀର୍ଷକୁ ଉଠିଥିବା ବେଳେ ଏହା ମୁମ୍ୱାଇର ଲଗାତର ଚତୁର୍ଥ ପରାଜୟ।

ପାଇ ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ୱାଇ ଆରମ୍ଭରୁ ଦୁଇ ଉଇକେଟ ହରାଇଥିଲା। ଏହାପରେ ନମନ ଧୀରଙ୍କ ସହ ଓପନର ଡି’ କକ୍‌ ମିଶି ତୃିତୀୟ ଉଇକେଟରେ ୧୧.୨ ଓଭରରେ ୧୨୨ ରନ କରିଥିଲେ। ଦୁଇ ବ୍ୟାଟରଙ୍କୁ ଆରମ୍ଭରୁ ପଞ୍ଜାବର ଫିଲ୍ଡରମାନେ ଥରେ ଲେଖାଏ ଜୀବନଦାନ ଦେଇଥିଲେ।

ନମନ ୩୧ ବଲରେ ୫୦ (୩ ଲେଖାଏ ଚୌକା ଓ ଛକା) ରନ କରି ଆଉଟ୍‌ ହେବା ପରେ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା (୧୪) ଓ ଶେର୍ଫାନେ ରଥରଫୋର୍ଡ (୧) ଫେଲ୍‌ ମାରିଥିଲେ। ହେଲେ ଡି’ କକ୍‌ ଶତକ ପୂରଣ କରିବା ସହ ଦଳୀୟ ସ୍କୋରକୁ ୧୯୪/୬ରେ ପହଞ୍ଚାଇଥିଲେ। ଡି’ କକ୍‌ ୬୦ ବଲରେ ୮ ଚୌକା ଓ ୭ ଛକା ସହିତ ୧୧୨ ରନ କରି ଅପରାଜିତ ରହିଥିଲେ।

ଜବାବରେ ପଞ୍ଜାବ ଆରମ୍ଭରୁ ଶସ୍ତାରେ ପ୍ରିୟାଂଶ ଆର୍ଯ୍ୟ (୧୫ ରନ, ୨ ଚୌକା ଓ ୧ ଛକା) ଓ କୁପର କନୋଲୀ (୧୭ ରନ, ୧ ଚୌକା ଓ ୨ ଛକା)ଙ୍କ ଉଇକେଟ ହରାଇଥିଲା। ଏହାପରେ ପ୍ରଭସିମରନ ଓ ଅଧିନାୟକ ଶ୍ରେୟସ ଆୟାର ତୃତୀୟ ଉଇକେଟରେ ୬୬ ବଲରେ ଦ୍ରୁତ ୧୩୯ ରନର ଭାଗୀଦାରି କରି ଦଳର ବିଜୟ ନିଶ୍ଚିତ କରିଥିଲେ। ଫଳରେ ପଞ୍ଜାବ ୧୬.୩ ଓଭରରେ ୩ ଉଇକେଟ ହରାଇ ୧୯୮ ରନ କରିନେଇଥିଲା। ଅଧିନାୟକ ଶ୍ରେୟସ ୩୫ ବଲରେ ୬୬ (୫ ଚୌକା ଓ ୪ ଛକା) ରନ କରି ଆଉଟ୍‌ ହୋଇଥିବା ବେଳେ ପ୍ରଭସିମରନ ୩୯ ବଲରେ ୧୧ ଚୌକା ଓ ୨ ଛକା ସହାୟତାରେ ୮୦ ରନ କରି ଅପରାଜିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?