Posted inଖେଳ

ମୁମ୍ୱାଇକୁ ହରାଇଲା ପଞ୍ଜାବ

ମୁମ୍ୱାଇ,୧୬ା୪: ପ୍ରଭସିମରନ ସିଂ ଓ ଅଧିନାୟକ ଶ୍ରେୟସ ଆୟାରଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୭ ଉଇକେଟରେ ପରାସ୍ତ କରିଛି। କ୍ୱିଣ୍ଟନ ଡି’ କକ୍‌ଙ୍କ ଅପରାଜିତ ଶତକ ବଳରେ ମୁମ୍ୱାଇ ଦ୍ୱାରା ପ୍ରଦତ୍ତ ୧୯୬ ରନର ଟାର୍ଗେଟକୁ ପଞ୍ଜାବ ୧୬.୩ ଓଭରରେ ୩ ଉଇକେଟ ହରାଇ ହାସଲ କରି ନେଇଥିଲା। ପଞ୍ଚମ ମ୍ୟାଚ୍‌ରେ ଚତୁର୍ଥ ବିଜୟ ଓ ୯ ପଏଣ୍ଟ ସହ ପଞ୍ଜାବ ପଏଣ୍ଟ ଟେବୁଲ ଶୀର୍ଷକୁ ଉଠିଥିବା ବେଳେ ଏହା ମୁମ୍ୱାଇର ଲଗାତର ଚତୁର୍ଥ ପରାଜୟ।

ପାଇ ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ୱାଇ ଆରମ୍ଭରୁ ଦୁଇ ଉଇକେଟ ହରାଇଥିଲା। ଏହାପରେ ନମନ ଧୀରଙ୍କ ସହ ଓପନର ଡି’ କକ୍‌ ମିଶି ତୃିତୀୟ ଉଇକେଟରେ ୧୧.୨ ଓଭରରେ ୧୨୨ ରନ କରିଥିଲେ। ଦୁଇ ବ୍ୟାଟରଙ୍କୁ ଆରମ୍ଭରୁ ପଞ୍ଜାବର ଫିଲ୍ଡରମାନେ ଥରେ ଲେଖାଏ ଜୀବନଦାନ ଦେଇଥିଲେ।

ନମନ ୩୧ ବଲରେ ୫୦ (୩ ଲେଖାଏ ଚୌକା ଓ ଛକା) ରନ କରି ଆଉଟ୍‌ ହେବା ପରେ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା (୧୪) ଓ ଶେର୍ଫାନେ ରଥରଫୋର୍ଡ (୧) ଫେଲ୍‌ ମାରିଥିଲେ। ହେଲେ ଡି’ କକ୍‌ ଶତକ ପୂରଣ କରିବା ସହ ଦଳୀୟ ସ୍କୋରକୁ ୧୯୪/୬ରେ ପହଞ୍ଚାଇଥିଲେ। ଡି’ କକ୍‌ ୬୦ ବଲରେ ୮ ଚୌକା ଓ ୭ ଛକା ସହିତ ୧୧୨ ରନ କରି ଅପରାଜିତ ରହିଥିଲେ।

ଜବାବରେ ପଞ୍ଜାବ ଆରମ୍ଭରୁ ଶସ୍ତାରେ ପ୍ରିୟାଂଶ ଆର୍ଯ୍ୟ (୧୫ ରନ, ୨ ଚୌକା ଓ ୧ ଛକା) ଓ କୁପର କନୋଲୀ (୧୭ ରନ, ୧ ଚୌକା ଓ ୨ ଛକା)ଙ୍କ ଉଇକେଟ ହରାଇଥିଲା। ଏହାପରେ ପ୍ରଭସିମରନ ଓ ଅଧିନାୟକ ଶ୍ରେୟସ ଆୟାର ତୃତୀୟ ଉଇକେଟରେ ୬୬ ବଲରେ ଦ୍ରୁତ ୧୩୯ ରନର ଭାଗୀଦାରି କରି ଦଳର ବିଜୟ ନିଶ୍ଚିତ କରିଥିଲେ। ଫଳରେ ପଞ୍ଜାବ ୧୬.୩ ଓଭରରେ ୩ ଉଇକେଟ ହରାଇ ୧୯୮ ରନ କରିନେଇଥିଲା। ଅଧିନାୟକ ଶ୍ରେୟସ ୩୫ ବଲରେ ୬୬ (୫ ଚୌକା ଓ ୪ ଛକା) ରନ କରି ଆଉଟ୍‌ ହୋଇଥିବା ବେଳେ ପ୍ରଭସିମରନ ୩୯ ବଲରେ ୧୧ ଚୌକା ଓ ୨ ଛକା ସହାୟତାରେ ୮୦ ରନ କରି ଅପରାଜିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri