Posted inଖେଳ

ଲଢୁଆ ବ୍ୟାଟିଂ କରି  ଜିତିଲା ପିବିକେଏସ…

ଲକ୍ଷ୍ନୌ,୧୫।୪ : ଆଇପିଏଲ ସିରିଜ ୧୬ର ୨୧ତମ ମ୍ୟାଚରେ ଶନିବାର ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ(ଏଲଏସଜି) ବିପକ୍ଷରେ ପଞ୍ଜାବ କିଙ୍ଗ୍ସ(ପିବିକେଏସ) ବିଜୟ ହାସଲ କରିଛି ।

ଧାର୍ଯ୍ୟ ୧୬୦ ରନ ଲକ୍ଷ୍ୟର ପିଛା କରି ପିବିକେଏସ  ୧୯.୩  ଓଭରରେ  ୮ ୱିକେଟ ହରାଇ  ୧୬୧ ରନ  ସଂଗ୍ରହ କରିଥିଲା ।  ପିବିକେଏସ ପକ୍ଷରୁ  ମାଥ୍ୟୁ ଶର୍ଟ ୩୪ ରନ କରିଥିବାବେଳେ ହରପ୍ରୀତ୍ ସିଂ ଭାଟିଆ ୨୨, ସିକନ୍ଦର ରାଜା ୫୭, ଶାହାରୁଖ ଖାନ ୨୩  ରନ କରିଥିଲେ ।

ଲକ୍ଷ୍ନୌର ଅଟଳ ବିହାରୀ ବାଜପେୟୀ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ପିବିକେଏସ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଅଧିନାୟକ ସାମ କରନଙ୍କ ନେତୃତ୍ୱରେ ଦଳ ବୋଲିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିବାବେଳେ ଏଲଏସଜି ଟିମ ଅଧିନାୟକ କେ.ଏଲ.ରାହୁଲଙ୍କ ନେତୃତ୍ୱରେ ବ୍ୟାଟିଂ ଆରମ୍ଭ କରିଥିଲା।

ପିବିକେଏସ ଅଧିନାୟକ ଶିଖର ଧାଓ୍ବନ ମ୍ୟାଚରେ ଖେଳୁ ନ ଥିବାରୁ ତାଙ୍କ ସ୍ଥାନରେ ସାମ କରନ ଅଧିନାୟକତ୍ୱ କରିଥିଲେ।
ପ୍ରଥମେ ବ୍ୟାଟିଂ କରି ଏଲଏସଜି ଧାର୍ଯ୍ୟ ୨୦ ଓଭରରେ ୮ ଓ୍ବିକେଟ ହରାଇ ୧୫୯ ରନ କରିଥିଲା। ଫଳରେ ପିବିକେଏସ ପାଇଁ ବିଜୟ ଲକ୍ଷ୍ୟ ୧୬୦ ରନ ରହିଥିଲା।

ଏଲଏସଜି ପକ୍ଷରୁ କେଏଲ ରାହୁଲ ୭୪ ରନ କରିଥିବାବେଳେ କାୟଲ ମେୟର ୨୯, କୃନାଲ ପାଣ୍ଡ୍ୟା ୧୮, ମାର୍କସ ଷ୍ଟୋଇନିଶ୍‌ ୧୫ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୯ ଘଣ୍ଟା ହେବ ବିଦ୍ୟୁତ୍‌ କାଟ: ଏହି ଦିନ ସକାଳ ୮ଟାରୁ କଟିଯିବ….

ବରଗଡ଼,୧୫।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ଭଟଲି ଏବଂ ଘେଁସ ଗ୍ରୀଡ ସବଷ୍ଟେଶନରେ ବାର୍ଷିକ ରକ୍ଷଣାବେକ୍ଷଣ...

ସ୍ବାମୀଙ୍କ ଅଶ୍ଲୀଳ ଫଟୋ ଭାଇରାଲ କରୁଥିଲେ ସ୍ତ୍ରୀ… ଜଣାପଡ଼ିବା ପରେ ଘଟିଗଲା ଏମିତି

ନୂଆଦିଲ୍ଲୀ,୧୫।୧୨: ମହିଳାଙ୍କ ଅଶ୍ଳୀଳ ଭିଡିଓ ଏବଂ ଫଟୋ ଭାଇରାଲ ଏକ ସାଧାରଣ ଘଟଣା। କିନ୍ତୁ ଗାଜିପୁରର ମହମ୍ମଦାବାଦରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କ ଅଶ୍ଳୀଳ ଫଟୋ...

ଶେଫାଳି ବର୍ମା ପ୍ଲେୟର ଅଫ୍‌ ଦି ମନ୍ଥ୍‌

ଦୁବାଇ, ୧୫ା୧୨: ଭାରତ ଓପନର ଶେଫାଳି ବର୍ମା ନଭେମ୍ୱର ମାସ ପାଇଁ ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ବିବେଚିତ ହୋଇଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ସେମିଫାଇନାଲରେ...

New Labour Law: ସପ୍ତାହକୁ ମିଳିବ କି ୩ଦିନ ଛୁଟି? କଣ କହିଲା ଶ୍ରମ ମନ୍ତ୍ରଣାଳୟ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୧୨: ବର୍ତ୍ତମାନ ସମୟରେ ସୋସିଆଲ ମିଡିଆରୁ ଅଫିସ୍ ପର୍ଯ୍ୟନ୍ତ, ଲୋକଙ୍କ ମନରେ ସମାନ ପ୍ରଶ୍ନ ଘୂରି ବୁଲୁଛି ଯେ, ଭାରତରେ ଚାରି ଦିନିଆ କାର୍ଯ୍ୟ ସପ୍ତାହ...

ମେସିଙ୍କ କ୍ରିକେଟ୍‌ କ୍ରେଜ୍‌: ବଡ଼ ଉପହାର ଦେଲେ ଜୟ ଶାହା

ନୂଆଦିଲ୍ଲୀ, ୧୫।୧୨: ଆର୍ଜେଣ୍ଟିନାର ଷ୍ଟାର ଫୁଟବଲ ଖେଳାଳି ଲିଓନେଲ ମେସି ତାଙ୍କ ଗୋଟ ଇଣ୍ଡିଆ ଟୁର୍‌ର ତୃତୀୟ ଦିନରେ ଦିଲ୍ଲୀରେ ପହଞ୍ଚିଛନ୍ତି। ଏହି କାର୍ଯ୍ୟକ୍ରମ ଦିଲ୍ଲୀର...

ଟି-୨୦ରେ ବଡ଼ କାରନାମା କଲେ ତିଲକ ବର୍ମା: କୋହଲିଙ୍କ ପଛରେ ପକାଇଲେ

ନୂଆଦିଲ୍ଲୀ,୧୫।୧୨: ଟିମ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ ତିଲକ ବର୍ମା ଟି-୨୦ କ୍ରିକେଟରେ ଏକ ବଡ଼ ସଫଳତା ହାସଲ କରିଛନ୍ତି। ସେ ତାଙ୍କ ଟି-୨୦ କ୍ୟାରିୟରରେ ୪୦୦୦...

ଏପରି ଗାଁ, ଯେଉଁଠି କାହା ଘରେ ନାହିଁ ରୋଷେଇ ଘର: ଖାଇବା ଶୈଳୀ ଜାଣିଲେ ଉଡ଼ିଯିବ ହୋଶ୍‌

ଶତାବ୍ଦୀ ଧରି ଭାରତୀୟ ଗ୍ରାମଗୁଡ଼ିକ ସେମାନଙ୍କର ସରଳତା ଏବଂ ପରମ୍ପରା ପାଇଁ ଜଣାଶୁଣା। ସମୟ ବଦଳିଛି ଏବଂ ସୁବିଧାସୁଯୋଗ ବୃଦ୍ଧି ପାଇଛି। କିନ୍ତୁ ଆଜି ମଧ୍ୟ...

ମହିଳାଙ୍କଠାରେ ଏହି ୭ ଲକ୍ଷଣ ଦେଖାଯାଉଥିଲେ ସାବଧାନ! ହୃଦଘାତ…

ନୂଆଦିଲ୍ଲୀ,୧୫।୧୨: ହୃଦଘାତର ସବୁଠାରୁ ସାଧାରଣ ଲକ୍ଷଣ ହେଉଛି ଛାତିରେ ଯନ୍ତ୍ରଣା। କିନ୍ତୁ ଅନେକ କ୍ଷେତ୍ରରେ, ହୃଦଘାତର ଲକ୍ଷଣ ସମ୍ପୂର୍ଣ୍ଣ ଭିନ୍ନ ହୋଇପାରେ, ବିଶେଷକରି ମହିଳାଙ୍କ କ୍ଷେତ୍ରରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri