Posted inଖେଳ

ପିସିବି ମୁଖ୍ୟ ମହସିନ ନକ୍‌ଭୀଙ୍କୁ ମିଳିଲା ଗୁରୁଦାୟିତ୍ୱ

ଦୁବାଇ,୩ା୪: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମୁଖ୍ୟ ମହସିନ ନକ୍‌ଭୀ ଗୁରୁବାର ଏସିଆନ କ୍ରିକେଟ ପରିଷଦ(ଏସିସି)ର ନୂଆ ଚେୟାରମ୍ୟାନ ଭାବେ ନିର୍ବାଚିତ ହୋଇଛନ୍ତି। ତାଙ୍କ ପୂର୍ବରୁ ଶ୍ରୀଲଙ୍କା କ୍ରିକେଟ (ଏସ୍‌ଏଲ୍‌ସି) ମୁଖ୍ୟ ଶାମି ସିଲ୍‌ଭା ଏହି ଦାୟିତ୍ୱରେ ଥିଲେ। ଗୁରୁବାର ଭର୍ଚୁଆଲ ମାଧ୍ୟମରେ ଅନୁଷ୍ଠିତ ବାର୍ଷିକ ସାଧାରଣ ବୈଠକ(ଏଜିଏମ୍‌)ରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ନକ୍‌ଭୀ ଆଗାମୀ ଦୁଇ ବର୍ଷ ପାଇଁ ଦାୟିତ୍ୱରେ ରହିବେ।

ଏସିସିର ନିଷ୍ପତ୍ତି ଅନୁଯାୟୀ, ପାକିସ୍ତାନ ଆନୁଷ୍ଠାନିକ ଭାବେ ଶ୍ରୀଲଙ୍କା କ୍ରିକେଟ (ଏସ୍‌ଏଲ୍‌ସି)ଠାରୁ ସଭାପତିତ୍ୱ ନେଇଛି। ଏଥିଯୋଗୁ ଏବେଠାରୁ ଏସିଆ ଭୂଖଣ୍ଡରେ କ୍ରିକେଟର ପ୍ରୋତ୍ସାହନ ଓ ପ୍ରସାରିତ କରିବାରେ ପାକିସ୍ତାନ ନେତୃତ୍ୱ ନେବ। ଆସନ୍ତା ସେପ୍ଟେମ୍ବରରେ ଏସିଆ କପ୍‌ ଆୟୋଜନ ନକ୍‌ଭୀଙ୍କ ଲାଗି ସବୁଠୁ ବଡ଼ ପରୀକ୍ଷା ହେବ। ପ୍ରକୃତରେ ଏହି ଇଭେଣ୍ଟର ଆୟୋଜନ ଅଧିକାର ଭାରତକୁ ଦିଆଯାଇଛି। ହେଲେ ଭାରତ ଓ ପାକିସ୍ତାନ ମଧ୍ୟରେ ଖରାପ କୂଟନୈତିକ ସମ୍ପର୍କ ଦୁଇ ଦେଶ ପରସ୍ପର ଦେଶକୁ ଟୁର କରିବାରେ ବାଧା ଦେଉଛି। ଏଥିଯୋଗୁ ଏସିଆ କପ୍‌ ଏକ ନ୍ୟୁଟ୍ରାଲ ଭେନ୍ୟୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଫାଇନାଲରେ ଟିମ ଇଣ୍ଡିଆ ଜିତନ୍ତୁ କି ହାରନ୍ତୁ, ଏଥର ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ…

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ICC ଟି୨୦ ବିଶ୍ୱକପ ୨୦୨୬ ଫାଇନାଲରେ ମୁହାଁମୁହିଁ ହେବେ। ଏହି ମ୍ୟାଚ ୮ ମାର୍ଚ୍ଚରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri