Posted inଖେଳ

ବାବରଙ୍କୁ ଅଧିନାୟକ କରିବାକୁ ଚାହୁଁଛି ପିସିବି

ଲାହୋର,୩୧।୩: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଚେୟାରମ୍ୟାନ ମହସିନ ନକ୍‌ଭି ବାବର ଆଜାମଙ୍କୁ ହ୍ବାଇଟ୍‌ ବଲ୍‌ ଫର୍ମାଟ ଅଧିନାୟକ ପଦବୀ ଯାଚିଛନ୍ତି। କିନ୍ତୁ ଷ୍ଟାର ଖେଳାଳି ଜଣକ ଏ ସଂକ୍ରାନ୍ତରେ କୌଣସି ନିଷ୍ପତ୍ତି ନେଇନାହାନ୍ତି। କିନ୍ତୁ ଖବର ଅନୁସାରେ ପାକିସ୍ତାନ କ୍ରିକେଟ ଦଳର ସମସ୍ତ ଫର୍ମାଟର ଅଧିନାୟକ ହେବା ଲାଗି ସର୍ତ୍ତ ରଖିଛନ୍ତି। ଏହାଛଡ଼ା କୋଚ୍‌ ମନୋନୟନ ବେଳେ ତାଙ୍କ ମତାମତକୁ ଗୁରୁତ୍ୱ ଦିଆଯିବା ଆବଶ୍ୟକ ବୋଲି ମଧ୍ୟ କହିଛନ୍ତି। ଏହି ପ୍ରସଙ୍ଗରେ ଜାତୀୟ ସିଲେକ୍ସନ କମିଟିରେ ମତଭେଦ ଦେଖାଦେଇଛି।

କ୍ରିକେଟ ପୃଷ୍ଠଭୂମି ନ ଥିବା ପଞ୍ଜାବର ଜଣେ ପୂର୍ବତନ କାମଚଳା ମନ୍ତ୍ରୀ ବାବରଙ୍କୁ ସମ୍ପୂର୍ଣ୍ଣ ୩ଟି ଫର୍ମାଟର ଅଧିନାୟକ ଭାବେ ଫେରାଇ ଆଣିବା ସପକ୍ଷରେ ନାହାନ୍ତି। ସିଲେକ୍ସନ କମିଟିର କେତେଜଣ ସଦସ୍ୟଙ୍କ ମତରେ ଚୂଡ଼ାନ୍ତ ନିଷ୍ପତ୍ତି ନେବା ପୂର୍ବରୁ ଏପ୍ରିଲରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁଥିବା ଘରୋଇ ଟି୨୦ ସିରିଜ ଲାଗି ଶାହିନ ଶାହା ଆଫ୍ରିଦି ଅଧିନାୟକ ପଦ ବଜାୟ ରଖନ୍ତୁ। ଦକ୍ଷତା ପ୍ରମାଣ ପାଇଁ ତାଙ୍କୁ ଆଉ ଏକ ସୁଯୋଗ ପ୍ରଦାନ କରାଯାଉ। କୌତୂହଳର କଥା ମହମ୍ମଦ ୟୁସୁଫ, ଅସାଦ ସଫିକ୍‌, ଅବ୍‌ଦୁଲ ରଜାକ୍‌, ଓ୍ବାହାବ ରିଆଜ୍‌ ଏବଂ ପୂର୍ବତନ ମନ୍ତ୍ରୀ ବିଲାଲ ଅଫ୍‌ଜଲଙ୍କ ସମେତ ଚୟନକର୍ତ୍ତାଗଣ ମହସିନ ନକ୍‌ଭିଙ୍କ ସହ ବୈଠକ ପରେ ଚୂଡ଼ାନ୍ତ ନିଷ୍ପତ୍ତି ଦାୟିତ୍ୱ ତାଙ୍କ ଉପରେ ନ୍ୟସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri