Posted inଖେଳ

ପାକିସ୍ତାନ ଖେଳାଳିଙ୍କୁ ଆର୍ଥିକ ଦଣ୍ଡରେ ଦଣ୍ଡିତ କରିବ ପିସିବ

କରାଚୀ,୨।୩: ଚଳିତ ଟି୨୦ ବିଶ୍ୱକପ୍‌ରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବା ପାକିସ୍ତାନ ଦଳର ଖେଳାଳିଙ୍କୁ ଆର୍ଥିକ ଦଣ୍ଡରେ ଦଣ୍ଡିତ କରିବାକୁ ଦେଶର କ୍ରିକେଟ ବୋର୍ଡ ଚିନ୍ତା କରୁଛି। ଏକ ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ମୁତାବକ, ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଖେଳାଳିଙ୍କ ଦରମା କାଟ କରିବାକୁ ନିଷ୍ପତ୍ତି ନେଇଥିବା ରିପୋର୍ଟରେ କୌଣସି ସତ୍ୟତା ମିଳିନାହିଁ।

ଭାରତ ଏବଂ ଶ୍ରୀଲଙ୍କା ଦ୍ୱାରା ଆୟୋଜିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟରୁ ପାକିସ୍ତାନ ବିଦାୟ ପରେ ଉଚିତ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ଚିନ୍ତା କରାଯାଉଛି। ଏ ପର୍ଯ୍ୟନ୍ତ କିଛି ନିଷ୍ପତ୍ତି ହୋଇ ନାହିଁ। କିନ୍ତୁ ଖେଳାଳିଙ୍କୁ ଆର୍ଥିକ ଦଣ୍ଡରେ ଦଣ୍ଡିତ କରାଯିବାର ସମ୍ଭାବନା ରହିଛି। ଖେଳାଳିଙ୍କୁ ଜରିମାନା କରାଯିବା ଉଚିତ ହେବ କି ନାହିଁ, ତାହା ଉପରେ ଚର୍ଚ୍ଚା ହେଉଛି।

ଖେଳାଳିଙ୍କୁ ବହୁତ ସମର୍ଥନ ଦିଆଯାଇଥିଲା। ତଥାପି ସେମାନେ ଦେଶର ମୁଣ୍ଡକୁ ନୁଆଇଁ ଦେଇଛନ୍ତି। ପାକିସ୍ତାନ ସେମିଫାଇନାଲକୁ ଉନ୍ନୀତ ହେବାରେ ବିଫଳ ହେବା ସହ ଭାରତ ଓ ଇଂଲଣ୍ଡ ଭଳି ଶକ୍ତିଶାଳୀ ଦଳଠାରୁ ପରାସ୍ତ ହୋଇଥିଲା। ନ୍ୟୁଜିଲାଣ୍ଡ ବିପକ୍ଷ ସୁପର-୮ ମ୍ୟାଚ୍‌ ବର୍ଷାରେ ଧୋଇ ଯାଇଥିବା ବେଳେ ପାକିସ୍ତାନ ଅନ୍ତିମ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ହରାଇଥିଲା। ହେଲେ ସେମିଫାଇନାଲକୁ ଯୋଗ୍ୟତା ହାସଲ କରିପାରି ନ ଥିଲା। ପାକିସ୍ତାନ ଦଳର ଖେଳାଳିମାନେ ଛୋଟ ଛୋଟ ଗ୍ରୁପ୍‌ରେ ଶ୍ରୀଲଙ୍କାରୁ ସ୍ୱଦେଶ ଫେରୁଛନ୍ତି। ପାକିସ୍ତାନର କେନ୍ଦ୍ରୀୟ ଚୁକ୍ତିରେ ସାମିଲ ଥିବା ଖେଳାଳିଙ୍କୁ ମାସିକ ଦରମା ସହିତ ମ୍ୟାଚ୍‌ ଫି’, ବୋନସ ଏବଂ ବୋର୍ଡର ଟିମ ସ୍ପନସରଶିପ୍‌ ଚୁକ୍ତିର ଅଂଶ ପ୍ରଦାନ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ିଆ ମଝିରେ ହାର୍ଦ୍ଦିକ ପାଣ୍ଡ୍ୟା- ବୁମ୍‌ରାଙ୍କ ମଧ୍ୟରେ ହେଲା ଭୟଙ୍କର ଝଗଡ଼ା! କାରଣ ଜାଣିଲେ…

ନୂଆଦିଲ୍ଲୀ,୧୭।୪: IPL ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏପର୍ଯ୍ୟନ୍ତ କିଛି ଭଲ ଚାଲିନାହିଁ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ଦଳ ଲଗାତାର ଚାରୋଟି ମ୍ୟାଚ ହାରିଛି। ବିଶ୍ୱର ସବୁଠାରୁ…

ଯୁଦ୍ଧକୁ ନେଇ ଅଲ୍ଟିମେଟମ୍‌ ଦେଲା ଭାରତ: ବରଦାସ୍ତ କରିବୁ ନାହିଁ…

ନୂଆଦିଲ୍ଲୀ,୧୭।୪: ଜାତିସଂଘରେ ଭାରତର ସ୍ଥାୟୀ ପ୍ରତିନିଧି ପାର୍ବଥନେନୀ ହରିଶ ଇରାନ ଏବଂ ଉପସାଗରୀୟ ଅଞ୍ଚଳରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଭାରତର ସ୍ପଷ୍ଟ ମତ ରଖିଛନ୍ତି। ସେ ଉଲ୍ଲେଖ…

ବ୍ରିଜ କାନ୍ଥକୁ ପିଟି ହୋଇ ଓଲଟି ପଡିଲା CRPF ବାଟାଲିଅନ ଗାଡ଼ି, ୨ ଗୁରୁତର

ଅତାବିରା, ୧୭।୪(ଯୁଧିଷ୍ଠିର ମହାପାତ୍ର ): ଦୁର୍ଘଟଣା ଗସ୍ତ ହେଲା CRPF ବାଟାଲିଅନ ଗାଡ଼ି । ସମ୍ବଲପୁର ବରଗଡ଼ ୫୩ନଂ ଜାତୀୟ ରାଜପଥ ଅତାବିରା ଦମଦମା ପୋଲ ଉପରେ…

ଡିଏଭି ବେଦାନ୍ତ ଅନ୍ତର୍ଜାତୀୟ ବିଦ୍ୟାଳୟର ସଫଳତା, ୯୮% ରଖି ପ୍ରିୟାଂଶୁ ମହାରଣା ପ୍ରଥମ

ଲାଞ୍ଜିଗଡ,୧୭।୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ଛାତ୍ରୀଛାତ୍ର ସିବିଏସଇ ଦଶମ ପରୀକ୍ଷାରେ ଶତପ୍ରତିଶତ ସଫଳତା ହାସଲ କରିଛନ୍ତି। ବୁଧବାର ପରୀକ୍ଷା…

ଗଞ୍ଜାମ ଶତ୍ରୁଷୋଲରେ ଟପ୍ପର ହେଲେ ପ୍ରତୀକ୍ଷା ପଲାଇ, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୧୭।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଶତ୍ରୁଷୋଲ ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ପ୍ରତୀକ୍ଷା ପଲାଇ ଚଳିତ ସିବିଏସ୍‌ଇ ପରୀକ୍ଷାରେ ଅସାଧାରଣ ସଫଳତା ହାସଲ କରି ସମଗ୍ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ସ୍ତ୍ରୀ ଚରିତ୍ରକୁ ସନ୍ଦେହ କଲେ ସ୍ବାମୀ, ଝଗଡା ପରେ ଛୁରି ଭୁଷିଦେଲେ

ଭୁବନେଶ୍ୱର,୧୬।୪(ତ୍ରିନାଥ ମହାନ୍ତି): ସ୍ତ୍ରୀଙ୍କ ଚରିତ୍ରକୁ ସନ୍ଦେହ କରି ସ୍ବାମୀ ଛୁରୀ ମାଡ଼ କରିଛନ୍ତି । ଫଳରେ ସ୍ତ୍ରୀ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏଭଳି…

Business Eminence Awards 2026: ଉଦ୍ୟୋଗିତା ସମାଜକୁ ସାହାଯ୍ୟ କରିବାର ମାଧ୍ୟମ

ଜଗଦମ୍ବା ପଲିମର୍ସ ଲିମିଟେଡ୍‌ର ମ୍ୟାନେଜିଂ ଡାଇରେକ୍ଟର ଚନ୍ଦ୍ର ପ୍ରକାଶ ଭରତ୍ତିଆ ଜଣେ ପ୍ରଥମ ପିଢ଼ିର ଉଦ୍ୟୋଗୀ। ୪ ଦଶକରୁ ଅଧିକ ଓଡ଼ିଶାରେ ବ୍ୟବସାୟ ଚଳାଇଆସୁଛନ୍ତିି। ଜଗଦମ୍ବା ପଲିମର୍ସ…

ଦ୍ରୁତଗତିରେ ଆସି ହାଇୱାକୁ ପଛପଟୁ ଧକ୍କା ଦେଲା ମୋଟର ସାଇକେଲ୍, ତା’ପରେ…

ବନ୍ତ,୧୭।୪(କିଶୋର କୁମାର ସେଠୀ):  ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ଜାମିତୀରା ଛକ ନିକଟରେ ଗୁରୁବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ୫୩ ନମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri