କଂଗ୍ରେସରେ ପୁଣି ପିସିସି ପରିବର୍ତ୍ତନ ମେଳି

ଭୁବନେଶ୍ୱର, ୧୧ା୨(ବ୍ୟୁରୋ):ରାଜ୍ୟ କଂଗ୍ରେସରେ ପିସିସି ପରିବର୍ତ୍ତନ ପାଇଁ ପୁଣିଥରେ ମେଳି ବାନ୍ଧିଛନ୍ତି ଅସନ୍ତୁଷ୍ଟ ନେତା। ପିସିସିର ଆମୂଳଚୂଳ ପରିବର୍ତ୍ତନ ପାଇଁ ଗୋଟିଏ ଗୋଷ୍ଠୀ ପୁଣିଥରେ ଅଣ୍ଟାଭିଡ଼ିଛି। ଗତ କିଛିଦିନ ତଳେ ଯେଉଁ ଗୋଷ୍ଠୀ ଦିଲ୍ଲୀ ଯାଇଥିଲା, ସେମାନଙ୍କ ନେତୃତ୍ୱରେ ବୁଧବାର ସ୍ଥାନୀୟ ଏକ ହୋଟେଲ୍‌ରେ ଛାତ୍ର, ଯୁବ ଓ ବରିଷ୍ଠ ନେତାମାନେ ପୁଣିଥରେ ଏକାଠି ହୋଇଛନ୍ତି। ରାଜ୍ୟରେ କଂଗ୍ରେସ ପ୍ରମୁଖ ବିରୋଧୀ ଦଳ ମାନ୍ୟତା ହରାଇ ତୃତୀୟ ସ୍ଥାନକୁ ଖସି ଆସିଛି। ବିଭିନ୍ନ ଉପନିର୍ବାଚନରେ ଦଳର ପ୍ରାର୍ଥୀ ପରାଜୟର ସମ୍ମୁଖୀନ ହୋଇଛନ୍ତି। ଏଭଳି ସ୍ଥିତିରେ ଦଳ କିପରି ଏକ୍‌ ହୋଇ ଆଗକୁ ବଢ଼ିବ, ସେ ଚିନ୍ତା ନ କରି ନେତୃତ୍ୱ ପ୍ରତି ଗୋଟିଏ ଗୋଷ୍ଠୀ ଅଙ୍ଗୁଳି ଉଠାଇଛନ୍ତି। ଦେବେନ୍ଦ୍ର ଶର୍ମାଙ୍କ ନେତୃତ୍ୱରେ ମେଳି ବାନ୍ଧିଥିବା ଦଳର ପୂର୍ବତନ ବିଧାୟକ, ଜିଲା ସଭାପତି ଓ ସମ୍ପାଦକଙ୍କ କହିବା କଥା ହେଲା, ରାଜ୍ୟରେ କଂଗ୍ରେସର ଆମୂଳଚୂଳ ପରିବର୍ତ୍ତନର ଆବଶ୍ୟକତା ରହିଛି। ପିସିସି ସଭାପତିଙ୍କ ଠାରୁ ଆରମ୍ଭ କରି ତଳସ୍ତର ପର୍ଯ୍ୟନ୍ତ ପରିବର୍ତ୍ତନ ଜରୁରୀ। ନେତୃତ୍ୱ ବଦଳିଲେ କଂଗ୍ରେସ ଆଗକୁ ବଢ଼ିବ ବୋଲି ସେମାନେ ଆଶା ବାନ୍ଧିଛନ୍ତି। ଆଗକୁ ପିପିଲି ଉପନିର୍ବାଚନ, ପରେ ପରେ ପୌର ଓ ପଞ୍ଚାୟତ ଭୋଟ୍‌ ରହିଛି। ଏହାରି ଭିତରେ ତୈଳଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ଆସନ୍ତା ୧୫ରେ ଓଡ଼ିଶା ବନ୍ଦ ଡାକରା ଦେଇଛି। ହେଲେ ମଙ୍ଗୁଆଳଙ୍କୁ ବିରୋଧ କରି ଗୋଟିଏ ଗୋଷ୍ଠୀ ଆଗକୁ ବାହାରିଥିବାରୁ ଦଳ ଆଗକୁ ଏଦିଗରେ କେତେ ସଫଳ ହେବ; ତାକୁ ନେଇ ଚର୍ଚ୍ଚା ଜୋର ଧରିଛି। କିଛିଦିନ ତଳେ ବ୍ରହ୍ମପୁରରେ କଂଗ୍ରେସ ରାଜ୍ୟ ପ୍ରଭାରୀ ଏ ଚେଲ୍ଲାକୁମାରଙ୍କ ନେତୃତ୍ୱରେ ଏକ ବଡ ଧରଣର କାର୍ଯ୍ୟକ୍ରମ କରିଥିଲା। ହେଲେ ସେହିଦିନ ଉକ୍ତ ଅସନ୍ତୁଷ୍ଟ ଗୋଷ୍ଠୀ ଦିଲ୍ଲୀ ଯାଇ ସାଙ୍ଗଠନିକ ସମ୍ପାଦକ କେ ସି ଭେଣୁଗୋପାଳଙ୍କୁ ଭେଟି ପିସିସି ପରିବର୍ତ୍ତନ ନାରା ଦେଇଥିଲେ। ଅପରପକ୍ଷରେ ବୁଧବାର ଦଳୀୟ ନେତାମାନେ ମେଳି ବାନ୍ଧିଥିବା ନେଇ ଅବଗତ ନ ଥିବା ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri