Posted inରାଜ୍ୟ

ରାହୁଲ ଯାଉଯାଉ ବଡ଼ ଘୋଷଣା କରିଦେଲେ ଭକ୍ତ, ମୋହନଙ୍କୁ କଲେ ସିଧା ଟାର୍ଗେଟ

ଭୁବନେଶ୍ୱର,୧୨।୭: ଓଡ଼ିଶା ଡ୍ରାଇଭର ମହାସଂଘର ଚାଲିଥିବା ଷ୍ଟିଅରିଂ ଛାଡ଼ ଆନ୍ଦୋଳନକୁ ନେଇ ରାଜ୍ୟ ରାଜନୀତିରେ ଉଷ୍ମତା ଦେଖାଦେଇଛି। ଏହି ଆନ୍ଦୋଳନ ପ୍ରସଙ୍ଗରେ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ଏକ ସାମ୍ବାଦିକ ସମ୍ମିଳନୀରେ ବଡ଼ ଘୋଷଣା କରିଛନ୍ତି। ସେ ରାଜ୍ୟ ସରକାରଙ୍କୁ କଡ଼ା ଚେତାବନୀ ଦେଇ କହିଛନ୍ତି ଯେ, ଡ୍ରାଇଭର ମହାସଂଘର ଦାବିଗୁଡ଼ିକର ସମାଧାନ ପାଇଁ ସରକାର ତୁରନ୍ତ ଆଲୋଚନା କରି ଆନ୍ଦୋଳନ ପ୍ରତ୍ୟାହାର କରାଇବା ଉଚିତ।

ଭକ୍ତ ଆହୁରି କହିଛନ୍ତି, ଡ୍ରାଇଭର ସଂଘ ପାଇଁ କଂଗ୍ରେସର ସମାବେଶ ସଫଳ ହେଲା। BJP ଚାହୁଁଥିଲା କଂଗ୍ରେସର ଆନ୍ଦୋଳନ ବିଫଳ ହେଉ। ଆନ୍ଦୋଳନକୁ ସବୁ ଜାଗାରେ ସମର୍ଥନ କରିବ କଂଗ୍ରେସ। ଡ୍ରାଇଭରଙ୍କ ପାଇଁ ସ୍ବର ଉଠାଇଛନ୍ତି ରାହୁଲ ଗାନ୍ଧୀ।

ଓଡ଼ିଶା ଡ୍ରାଇଭର ମହାସଂଘ ଗତ କିଛି ଦିନ ହେବ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଜାରି ରଖିଛନ୍ତି। ମହାସଂଘର ସଭାପତି ପ୍ରଶାନ୍ତ ମେଣ୍ଡୁଲିଙ୍କ ନେତୃତ୍ୱରେ ଏହି ଆନ୍ଦୋଳନ ଚାଲିଛି, ଯେଉଁଥିରେ ୭ ଦଫା ଦାବି ନେଇ ସରକାରଙ୍କ ଉପରେ ଚାପ ପକାଯାଇଛି। ମହାସଂଘର ଅଭିଯୋଗ, ଗତ ୫ ବର୍ଷ ଧରି ସେମାନଙ୍କ ସମସ୍ୟାର ସମାଧାନ ହୋଇପାରିନାହିଁ। ଏହି ଆନ୍ଦୋଳନ ଯୋଗୁଁ ରାଜ୍ୟରେ ବହୁ ସ୍ଥାନରେ ଯାତାୟାତ ବ୍ୟବସ୍ଥା ପ୍ରଭାବିତ ହେଉଛି।

ଡ୍ରାଇଭର ମହାସଂଘର ଆନ୍ଦୋଳନକୁ କଂଗ୍ରେସ ଦଳ ସମର୍ଥନ କରିଛି। ପିସିସି ସଭାପତିଙ୍କ ଅନୁରୋଧକ୍ରମେ ମହାସଂଘ କଂଗ୍ରେସର ସମ୍ବିଧାନ ବଞ୍ଚାଅ ସମାବେଶ ପାଇଁ ଗାଡ଼ି ଅଟକାଇବା ନିଷ୍ପତ୍ତିରୁ ନିବୃତ୍ତ ରହିଥିଲେ। ଏହି ସମାବେଶକୁ ନେଇ ରାହୁଲ ଗାନ୍ଧୀ ମଧ୍ୟ ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଯେ, ସରକାର ଡ୍ରାଇଭରଙ୍କ ଦାବି ପୂରଣ କରିବା ଉଚିତ। ସେ ମହାସଂଘକୁ ସମର୍ଥନ ଜଣାଇ ଧନ୍ୟବାଦ ଦେଇଛନ୍ତି।

ମେଣ୍ଡୁଲିଙ୍କ ପଛରେ ବଡ଼ ହାତ! ସାମ୍ନାକୁ ଆସିଲା ବଡ଼ ଖୁଲାସା

 

 

 


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri