ପ୍ରଚାର ମଇଦାନକୁ ଓହ୍ଲାଇଲେ ପିସିସି ସଭାପତି

ଭଦ୍ରକ ଅଫିସ,୨୭।୧୦: ଧାମନଗର ଉପନିର୍ବାଚନ ଯେତିକି ପାଖେଇ ଆସୁଛି ନିର୍ବାଚନୀ ମାହୋଲ ସେତେ ସରଗରମ୍‌ ହେବାରେ ଲାଗିଛି। କଂଗ୍ରେସ ଗତ ଦୁଇଦିନ ହେଲା ନିର୍ବାଚନୀ ପ୍ରଚାରକୁ ଜୋର୍‌ଦାର କରିଛି। ଦଳୀୟ ପ୍ରାର୍ଥୀ ହରେକୃଷ୍ଣ ସେଠୀ ଘରକୁ ଘର ବୁଲି ପ୍ରଚାର କରୁଥିବା ବେଳେ ଗୁରୁବାର ପିସିସି ସଭାପତି ଶରତ ପଟ୍ଟନାୟକ ମଇଦାନକୁ ଓହ୍ଲାଇଛନ୍ତି।

ତିହିଡ଼ି ବ୍ଲକରୁ ପ୍ରଚାର ଆରମ୍ଭ କରିଥିବା ବେଳେ ପିସିସି ସଭାପତିଙ୍କ ସହ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ଜଟଣୀ ବିଧାୟକ ସୁରେଶ ରାଉତରାୟ, ବିଧାୟକ ସନ୍ତୋଷ ସିଂ ସାଲୁଜା, ରାଜ୍ୟ ମହିଳା ମୋର୍ଚ୍ଚା ସଭାପତି ବନ୍ଦିତା ପରିଡ଼ା, ପୂର୍ବତନ ବିଧାୟକ ଗଣେଶ୍ୱର ବେହେରା, ପୂର୍ବତନ ଏମ୍‌ପି ଅନନ୍ତ ପ୍ରସାଦ ସେଠୀ, ଭଦ୍ରକ ଜିଲା ସଭାପତି ସୁବ୍ରତ ଦାସ, ଭଦ୍ରକ ନିର୍ବାଚନମଣ୍ଡଳୀ ନେତା ନଳିନୀକାନ୍ତ ମହାନ୍ତି ପ୍ରମୁଖ ସାମିଲ ହୋଇଛନ୍ତି। କଂଗ୍ରେସ କର୍ମକର୍ତ୍ତା ତିହିଡ଼ି ବ୍ଲକର କଁାପଡ଼ା ପଞ୍ଚାୟତରୁ ପ୍ରଚାର ଆରମ୍ଭ କରି ତଳଗୋପବିନ୍ଧା, ବାରୋ, ଶ୍ୟାମସୁନ୍ଦରପୁର, ଗୁଆମାଳ, ଅଚକ ଆଦି ପଞ୍ଚାୟତରେ ରୋଡ୍‌ଶୋ’ ସହ କେତେକ ସ୍ଥାନରେ ପଦଯାତ୍ରା କରି ଦଳୀୟ ପ୍ରାର୍ଥୀ ହରେକୃଷ୍ଣଙ୍କ ପାଇଁ ଭୋଟ୍‌ ମାଗିଥିଲେ। ଶେଷରେ ବାରୋଠାରେ ଅନୁଷ୍ଠିତ ନିର୍ବାଚନୀ ବୈଠକରେ ଉଭୟ ବିଜେଡି ଓ ଭାଜପାକୁ କଟୁ ସମାଲୋଚନା କରିବା ସହ ଦଳୀୟ ପ୍ରାର୍ଥୀଙ୍କୁ ବିପୁଳ ଭୋଟ୍‌ ଦେଇ ଜିତାଇବାକୁ କଂଗ୍ରେସ ନେତାମାନେ ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ନିଆଁବର୍ଷା! ୩୫ ଛୁଇଁଲାଣି ପାରା

ଭୁବନେଶ୍ୱର,୨୦।୪: ଆଜି ବି କଲବଲ କରିବ ତାତି । ସକାଳୁ ଛୁଇଁଲାଣି ୩୫ । ଆଜି ସକାଳ ୮ଟା ସୁଦ୍ଧା ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା...

ରାଜନୀତିରେ ରାଜାରାଣୀ, ଜୋରଦାର ହେବ ଲଢେଇ

ଭୁବନେଶ୍ୱର,୨୦।୪: ୨୦୨୪ ନିର୍ବାଚନରେ ଓଡିଶା ଦେଖିବାକୁ ଯାଉଛି ଭିନ୍ନ ଧରଣର ଲଢେଇ। କାରଣ ଏଥର ରାଜ୍ୟ ରାଜନୀତିକୁ ଏଣ୍ଟ୍ରି ମାରିଛନ୍ତି ରାଜ ପରିବାର। ମଇଦାନରେ ଜନତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର...

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri