ପ୍ରିୟଙ୍କା ଗାନ୍ଧୀଙ୍କୁ ଭେଟିଲେ ପିସିସି ସଭାପତି, ଓଡ଼ିଶାକୁ ନେଇ…

ନୂଆଦିଲ୍ଲୀ/ ଭୁବନେଶ୍ୱର,୭।୩: କଂଗ୍ରେସ ମହା ସଚିବ ପ୍ରିୟଙ୍କା ଗାନ୍ଧୀଙ୍କୁ ଶୁକ୍ରବାର ଶନୂଆଦିଲ୍ଲୀ ସ୍ଥିତ ଇନ୍ଦିରା ଭବନରେ ପିସିସି ସଭାପତି ଭକ୍ତ ଚରଣ ଦାସ ସାକ୍ଷାତ କରିଛିନ୍ତି। ଏହି ସମୟରେ ରାଜ୍ୟରେ ମହିଳା ନିର୍ଯ୍ୟାତନା ସମ୍ପର୍କରେ ଆଲୋଚନା କରିଛନ୍ତି ।

ଅନ୍ୟପକ୍ଷେ ,୧୦ରୁ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ କଂଗ୍ରେସ। ରାଜ୍ୟରେ ମହିଳାଙ୍କ ପ୍ରତି ଅତ୍ୟାଚାର ପ୍ରତିବାଦରେ ପ୍ରତିବାଦ କରାଯିବ। ଏନେଇ କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକ ସୂଚନା ଦେଇଛନ୍ତି। ସବୁ ଜିଲାପାଳ ଏବଂ ଭୁବନେଶ୍ୱର ଏଡିଏମ୍‌ ଅଫିସ ଆଗରେ ବିକ୍ଷୋପ କରିବ।

ସପ୍ତଦଶ ବିଧାନସଭାର ୩ୟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଶୁକ୍ରବାରଠାରୁ ଆରମ୍ଭ ହୋଇଥିବାବେଳେ ଗୃହ ଆରମ୍ଭରୁ ପ୍ରବଳ ହଟ୍ଟଗୋଳ ହୋଇଛି। ବିଜେଡି ଓ କଂଗ୍ରେସ ବିଧାୟକମାନେ ଜୋଦାର ହଙ୍ଗାମା କରିଛନ୍ତି। ଏପରିକି ବାଚସ୍ପତିଙ୍କ ପୋଡିୟମ ଉପରକୁ ଚଢିବା ପାଇଁ ଉଦ୍ୟମ କରିଥିଲେ। ବିଜୁବାବୁଙ୍କୁ ଅସମ୍ମାନ ପ୍ରତିବାଦରେ ବିଜେଡିର ପ୍ଲାକାର୍ଡ ଧରି ପ୍ରତିବାଦ ଜଣାଇଥିବା ବେଳେ ମହିଳା ଅତ୍ୟାଚାର ବିରୋଧରେ କଂଗ୍ରେସର ହଟ୍ଟଗୋଳ
କରିଛି। ଫଳରେ ବାଚସ୍ପତି ଗୃହକୁ ଅପରାହ୍ନ ୪ଟା ଯାଏ ମୁଲତବୀ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ ରାଜ୍ୟସ୍ତରୀୟ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri