ନିର୍ବାଚନ ପାଇଁ ସମର୍ଥନ ଲୋଡ଼ିଲେ ପିସିସି ସଭାପତି

ରାୟଗଡ଼ା(ସ୍ବ.ପ୍ର.)/ରାୟଗଡ଼ା ଅଫିସ,୨୮ା୧: ରାୟଗଡ଼ା ସଦର ମହକୁମା ଓ ରାମନାଗୁଡ଼ା ଠାରେ କଂଗ୍ରେସ ପକ୍ଷରୁ ଶୁକ୍ରବାର ଭାରତ ଯୋଡ଼ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି  । ଏଥିରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟନାୟକଙ୍କ ସମେତ ପ୍ରଦେଶ କମିଟିର ଏସ୍‌ସି ସେଲ ସଭାପତି ବାଞ୍ଛାନିଧି ବେହେରା ଓ କଟକ ଜିଲା କଂଗ୍ରେସ କମିଟି ସଭାପତି ମାନସ ଚୌଧୁରୀ ପ୍ରମୁଖ ଯୋଗ ଦେଇଥିଲେ। କୋରାପୁଟ ଏମ୍‌ପି ସପ୍ତଗିରି ଉଲାକାଙ୍କ ନେତୃତ୍ୱରେ ଆୟୋଜିତ ଏହି ପଦଯାତ୍ରା ସ୍ଥାନୀୟ କପିଳାସ ଛକ ଠାରୁ ବାହାରି ଅଶୋକା ସିନେମା ହଲ ଛକଠାରେ ଶେଷ ହୋଇଥିଲା। ଏଥିପୂର୍ବରୁ ପିସିସି ଉପସଭାପତି ରତ୍ନମଣି ଉଲାକା, ସାଧାରଣ ସମ୍ପାଦକ ସିମାଞ୍ଚଳ ଉଲାକା ଓ ଦଳୀୟ ନେତା ଆପଲସ୍ବାମୀ କାଡ୍ରାକା, ଆଇଏନ୍‌ଟିୟୁସିର ଜିଲା ସଭାପତି ଭବାନି ଶଙ୍କର ଜେନା ଉପସ୍ଥିତ ରହି ପିସିସ ସଭାପତି ପଟ୍ଟନାୟକଙ୍କୁ ରାୟଗଡ଼ା ଠାରେ ସ୍ବାଗତ କରିଥିଲେ। ଏହି ଅବସରରେ ଶରତ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଥିଲେ। କେନ୍ଦ୍ର ସରକାର ଦରଦାମ ବୃଦ୍ଧି ଉପରେ ନିୟନ୍ତ୍ରଣ ନ ରହିବା, ବେକାର ଯୁବତୀ, ଯୁବକଙ୍କ ପାଇଁ ନିଯୁ୍‌କ୍ତି ସୁଯୋଗ ସୃଷ୍ଟି ନ ହେବା ଅପାରଗତାର ପରିଚୟ ବୋଲି ସେ କହିଥିଲେ। ସେହିଭଳି ଓଡ଼ିଶାରେ ଅପରାଧ, ଦରଦାମ ବୃଦ୍ଧି, ନିଯୁକ୍ତି ସୁଯୋଗ ନ ଦେବା, ଚାଷୀ ଆତ୍ମହତ୍ୟା ଆଦି ବିଷୟକୁ ନେଇ ଟାର୍ଗେଟ କରିଥିଲେ। ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ସମଗ୍ର ଭାରତ ବର୍ଷରେ ଜନସଚେତନତା କରିବା ଭାରତ ଯୋଡ଼ ଯାତ୍ରାର ଉଦ୍ଦେଶ୍ୟ ବୋଲି କହିଥିଲେ। ଆଗାମୀ ନିର୍ବାଚନରେ କଂଗ୍ରେସ ଉଭୟ ବିଜେଡି ଏବଂ ଭାଜପାକୁ କଡ଼ା ଟକ୍କର ଦେବା ସହିତ କ୍ଷମତାକୁ ଫେରି ଜନସାଧାରଣଙ୍କ ହିତ ପାଇଁ କାମ କରିବ। ତେଣୁ ଦଳକୁ ସମର୍ଥନ କରିବାକୁ ସେ ଜନସାଧାରଣଙ୍କୁ ନିବେଦନ କରିଥିଲେ। ପଦଯାତ୍ରାକୁ ରାୟଗଡ଼ା ଜିଲା କଂଗ୍ରେସ ସଭାପତି ଦୁର୍ଗା ପ୍ରସାଦ ପଣ୍ଡା ପରିଚାଳନା କରିଥିଲେ। ଉପସଭାପତି ଶଙ୍କର୍ଷଣ ମଙ୍ଗରାଜ, ସୁନୀଲ ଚନ୍ଦ୍ର ପଣ୍ଡା, ସାଧାରଣ ସମ୍ପାଦକ ପାର୍ଥବର୍ଦ୍ଧନ, ଯୁବ କଂଗ୍ରେସ ସଭାପତି ଅସଲାମ ଖାନ୍‌ ଓ ଏମ୍‌ପିଙ୍କ ପିଏ ଗୌରୀ ପଟ୍ଟନାୟକ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri