ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ ଶୃଙ୍ଖଳା ଭଙ୍ଗ କରିବା ସହିତ ଦଳିୟ ନେତୃତ୍ୱ ବିରୋଧରେ ସାମାଜିକ ଗଣମାଧ୍ୟମରେ ବିଭିନ୍ନ ସମୟରେ ବିବୃତ୍ତି ଦେଇଥିବା ଯୋଗୁ ଦେବୀଙ୍କ ବିରୁଦ୍ଧରେ ଦଳ ଏହି କାର୍ଯ୍ୟାନୁଷ୍ଠାନ ନେଇଛି। ଅପରପକ୍ଷେ ଏନେଇ ଦଳୀୟ ହାଇକମାଣ୍ଡଙ୍କୁ ସବୁ ବିଷୟ ଜଣାଇବି ବୋଲି ଦେବୀ କହିଛନ୍ତି। ଘଟଣାରୁ ପ୍ରକାଶ ଯେ, ଗତ ରାଜ୍ୟ ସଭା ନିର୍ବାଚନ ସମୟରେ ଗଞ୍ଜାମ ଜିଲା ପଶ୍ଚିମ କଂଗ୍ରେସ ସଭାପତି ତଥା ସାନଖେମୁଣ୍ଡି ବିଧାୟକ ରମେଶ ଜେନା କ୍ରସ ଭୋଟିଂ କରିବା ଅଭିଯୋଗରେ ଦଳରୁ ନିଲମ୍ବିତ କରାଯାଇଥିଲା । ଏହାପରେ ଜିଲା ସଭାପତି ଦାୟିତ୍ୱ ପୂର୍ବତନ ଭଞ୍ଜନଗର ବ୍ଲକ ଅଧ୍ୟକ୍ଷ ତଥା ଭଞ୍ଜନଗର ନିର୍ବାଚନମଣ୍ଡଳୀରୁ ଦୁଇଥର କଂଗ୍ରେସରୁ ନିର୍ବାଚନ ଲଢି ବହୁ କମ୍‌ ଭୋଟ ବ୍ୟବଧାନରେ ପରାସ୍ତ ହୋଇଥିବା ବିଧାୟକ ପ୍ରାର୍ଥୀ ବି ଦଣ୍ଡପାଣି ପାତ୍ରଙ୍କୁ ଜିଲା ସଭାପତି ଦାୟିତ୍ୱ ଦିଆଯାଇଥିଲା। ଯାହାକୁ ନେଇ ଦେବୀ ଅସନ୍ତୁଷ୍ଟ ଥିଲେ। ଏଥିସହ ଦେବୀ ଏନେଇ ସାମାଜିକ ଗଣମାଧ୍ୟମରେ ପିସିସି ସଭାପତି ଭକ୍ତ ଚରଣ ଦାସ ଏବଂ ଦଣ୍ଡପାଣିଙ୍କ ବିରୁଦ୍ଧର ଅସନ୍ତୋଷ ବ୍ୟକ୍ତ କରିଥିଲେ। ଦଣ୍ଡପାଣି କଂଗ୍ରେସ ଛାଡିବା ପରେ ଭାଜପାକୁ ଚାଲି ଯାଇଥିଲେ। ଏଥିସହ ବିଜେଡି ସହ ଦଣ୍ଡପାଣି ଯୋଗାଯୋଗରେ ଥିଲେ। ଏହିଭଳି ଜଣେ ନେତାଙ୍କୁ ଜିଲା ସଭାପତି ଦାୟିତ୍ୱ ଦିଆଯିବାକୁ ନେଇ ଦେବୀ ଅସନ୍ତୁଷ୍ଟ ପ୍ରକାଶ କରିଥିଲେ। ଯାହାକୁ ନେଇ ପିସିସି ସଭାପତି ଦେବୀଙ୍କ ବିରୁଦ୍ଧରେ ଆଜି କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ଦଣ୍ଡପାଣିଙ୍କ ସମର୍ଥକ ଏହାକୁ ସ୍ବାଗତ କରୁଥିବା ବେଳେ ଦେବୀ ସମର୍ଥକ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।

ଦେବୀ ବିଷୋୟୀ ବହୁ ବର୍ଷ ଧରି କଂଗ୍ରେସ ସହ ଜଡ଼ିତ ଥିଲେ। ଦେବୀ ପୂର୍ବତନ କଂଗ୍ରେସ ନେତା ସ୍ବର୍ଗତ ଲୁଲୁ ମହାପାତ୍ରଙ୍କ ଘନିଷ୍ଠ ବନ୍ଧୁ ଥିଲେ । ଦେବୀ କଲେଜ ଗୁଡିକରେ ହେଉଥିବା ଛାତ୍ର ସଂସଦ ନିର୍ବାଚନ ଗୁଡ଼ିକରେ ପ୍ରମୁଖ ଭୂମିକା ନିଭାଇଥିଲେ। ବର୍ତ୍ତମାନ ଦଳ ତାଙ୍କୁ ନିଲମ୍ବିତ କରିଥିବା ବେଳେ ଆଗାମୀ ଦିନରେ ଦଳ ଉପରେ ତାହାର ପ୍ରଭାବ କିଭଳି ପଡୁଛି ଦେଖିବା ବାକି ରହିଲା।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ଫାଇନାଲରେ ମୁହାଁମୁହିଁ ହେବେ କି? ଜାଣନ୍ତୁ ଦୁଇ ଦେଶ ମଧ୍ୟରେ ମ୍ୟାଚ କେବେ ଅନୁଷ୍ଠିତ ହେବ

ନୂଆଦିଲ୍ଲୀ,୨୧।୯: କ୍ରିକେଟରେ ଯେତେବେଳେ ଭାରତ ଓ ପାକିସ୍ତାନ ଦଳ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଉତ୍ସାହ ଚରମ ସୀମାରେ ପହଞ୍ଚିଯାଏ। ବର୍ତ୍ତମାନ ସମୟରେ ଏହି ଦୁଇ ଦେଶ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

ସ୍ମୃତିଶକ୍ତି ହ୍ରାସର ୬ ବର୍ଷ ପୂର୍ବରୁ ସୂଚନା ଦେବ ସାଧାରଣ ରକ୍ତ ପରୀକ୍ଷା

ୱାଶିଂଟନ,୨୧ା୯: ମାନସିକ ସ୍ମୃତିଶକ୍ତି ହ୍ରାସ ପାଇବା କିମ୍ବା ଆଲଜାଇମର୍ସ ରୋଗର ଲକ୍ଷଣ ପ୍ରକାଶ ପାଇବାର ବହୁ ବର୍ଷ କିମ୍ବା ଦଶନ୍ଧି ପୂର୍ବରୁ ମାନବ ଶରୀରରେ ଏହାର ଜୈବିକ…

ଆଜି ବିଶ୍ୱ ଆଲ୍‌ଜିମର୍ସ ଦିବସ: ଏହି ରୋଗ ହେଲେ ରୋଗୀର…

ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ‘ଆଲ୍‌ଜିମର୍ସ’ ଅନ୍ୟତମ। ଉକ୍ତ ରୋଗରେ ସ୍ମରଣ ଶକ୍ତି ଲୋପ ପାଇଯିବା ହେଉଛି ପ୍ରଧାନ ଲକ୍ଷଣ। ଏହି ରୋଗ…

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?